ଆରମ୍ଭ ହେଲା କାର୍ତ୍ତିକ ବ୍ରତ, ଶ୍ରୀକ୍ଷେତ୍ରରେ ହବିଷିଆଳିଙ୍କ ଭିଡ଼

ପୁରୀ ଅଫିସ,୧୪।୧୦: ସୋମବାରଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। ପ୍ରତ୍ୟୁଷରେ ହବିଷିଆଳିମାନେ ପଞ୍ଚତୀର୍ଥରେ ସ୍ନାନକରି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏହାପରେ ତୁଳସୀ ଚଉରାମୂଳେ ରାଇ ଦାମୋଦରଙ୍କୁ ପୂଜାକରି ବ୍ରତ ଆରମ୍ଭ କରିଛନ୍ତି। ଶ୍ରୀକ୍ଷେତ୍ରରେ ହବିଷିଆଳିଙ୍କର ଭିଡ଼ ଦେଖିବାକୁ ମିଳୁଛି। ବିଭିନ୍ନ ମଠ, ମନ୍ଦିରରେ ବ୍ରତଧାରୀ ରହିଥିବାବେଳେ ସରକାରଙ୍କ ପକ୍ଷରୁ ୩ଟି ଆଶ୍ରୟସ୍ଥଳର ବ୍ୟବସ୍ଥା ହୋଇଛି। ଏହି ୩ଟି ଆଶ୍ରୟସ୍ଥଳରେ ପ୍ରାୟ ୨,୬୦୦ରୁ ଊର୍ଦ୍ଧ୍ୱ ହବିଷିଆଳିଙ୍କ ରହିବା ପାଇଁ ବ୍ୟବସ୍ଥା ହୋଇଛି। ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିସ କନ୍‌ଫରେନ୍ସିଂ ମାଧ୍ୟମରେ ହବିଷିଆଳି ଆଶ୍ରୟସ୍ଥଳର ଉଦ୍‌ଘାଟନ କରିବେ। ଏଥିପାଇଁ ରେଳଓ୍ବେ ଟୁରିଷ୍ଟ କମ୍ପ୍ଲେକ୍ସ ପରିସରରେ ଆନୁସାଙ୍ଗିକ ବ୍ୟବସ୍ଥା ହୋଇଛି। ମାସେ ପର୍ଯ୍ୟନ୍ତ ହବିଷିଆଳିମାନେ ଶ୍ରୀକ୍ଷେତ୍ରରେ ରହି ବ୍ରତ ପାଳିବେ।
ହବିଷିଆଳିମାନଙ୍କର ଯେପରି କୌଣସି ପ୍ରକାର ଅସୁବିଧା ନ ହୁଏ ସେଥିପ୍ରତି ପ୍ରଶାସନ ସମ୍ପୂର୍ଣ୍ଣ ଯତ୍ନବାନ ରହିଛି। ପ୍ରତ୍ୟେକ ଆଶ୍ରୟସ୍ଥଳ ପାଇଁ ଜଣେ ସୁପର ଭାଇଜିଂ ଅଫିସର ଏବଂ ୩ଜଣଙ୍କୁ କୋଅର୍ଡିନେଟିଂ ଅଫିସର ଦାୟିତ୍ୱ ଦିଆଯାଇଛି। ରେଳଓ୍ବେ ଟୁରିଷ୍ଟ କମ୍ପ୍ଲେକ୍ସ ପାଇଁ ସର୍ବଶିକ୍ଷା ଅଭିଯାନର ପ୍ରକଳ୍ପ ସଂଯୋଜିକା ସୌନ୍ଦର୍ଯ୍ୟମଞ୍ଜରୀ ଦାସ, ପୌରକଲ୍ୟାଣ ମଣ୍ଡପ ପାଇଁ ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ଏବଂ ନରେନ୍ଦ୍ରକୋଣ ହବିଷିଆଳି ଆଶ୍ରୟସ୍ଥଳୀ ଲାଗି ଶ୍ରୀମନ୍ଦିର ରାଜସ୍ବ ପ୍ରଶାସକ ସୁବ୍ରତ କୁମାର ବେହେରା ସୁପରଭାଇଜିଂ ଅଫିସର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବହିଷ୍କୃତ ହେଲେ ଯୁବ ବିଜେଡି ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଯୁବ ଜନତା ଦଳର ସାଧାରଣ ସମ୍ପାଦକ କଳ୍ପତରୁ ଓଝାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡିରୁ ବହିଷ୍କୃତ କରିଛନ୍ତି।...

ବାର୍‌ହା ମୃତଦେହ ଉଦ୍ଧାର, ୪ ଶିକାରୀ ଗିରଫ

ରାଜନଗର, ୬।୧୨ (ଡି.ଏନ୍‌.ଏ.)-ରାଜନଗର ବ୍ଲକ ଭିତରକନିକା ଜାତୀୟ ଉଦ୍ୟାନର ସୁନେଇରୂପେଇ ଜଙ୍ଗଲରୁ ବାର୍‌ହା ଶିକାର କରିବା ଅଭିଯୋଗରେ ୪ଜଣ ଶିକାରୀଙ୍କୁ ଗୁରୁବାର ଗିରଫ କରାଯାଇଛି। ସେମାନେ...

କରୋନା ବଦଳାଇଲା ସାବିତ୍ରୀ ବ୍ରତ ପାଳନର ରୂପରେଖ: ମାସ୍କ ପିନ୍ଧି ପୂଜାର୍ଚ୍ଚନା କଲେ ମହିଳା

ବଲାଙ୍ଗୀର ଅଫିସ, ୨୨ା୫-ସାରା ଓଡିଶାରେ ସାବିତ୍ରୀ ବ୍ରତଧାରୀ ମହିଳାମାନେ ଉତ୍ସାହର ସହ ଏହି ଦିନକୁ ପାଳନ କରୁଛନ୍ତି ା ଏହି ଅବସରରେ ବଲାଙ୍ଗିରରେ ମଧ୍ୟ ସଧବାମାନଙ୍କ...

କୋରାପୁଟରୁ ପୁଣି ୪୩ କରୋନା ପଜିଟିଭ୍‌ ଚିହ୍ନଟ

କୋରାପୁଟ,୫।୧୦(ସ୍ବ.ପ୍ର.):କୋରାପୁଟ ଜିଲାରୁ ସୋମବାର ପୁଣି ୪୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂତନ ସଂକ୍ରମିତଙ୍କ ମଧ୍ୟରେ ପୁରୁଷ ୨୮ ଓ ମହିଳା ୧୫ ଜଣ...

ଗଞ୍ଜାମ ଶାଖା ଡ୍ରାଇଭର ମହାସଂଘ ପକ୍ଷରୁ ଦାବି ପତ୍ର

ଗଞ୍ଜାମ,୮।୧୧(ଡି.ଏନ୍‌.ଏ.): ଓଡିଶା ଡ୍ରାଇଭର ମହାସଂଘର ଆହ୍ବାନ କ୍ରମେ ଗଞ୍ଜାମ ଶାଖା ଡ୍ରାଇଭର ମହାସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ଥାନା ଅଧିକାରୀଙ୍କୁ ମଙ୍ଗଳବାର ଭେଟିଛନ୍ତି। ଏହି...

ଲକ୍‌ଡାଉନ ସ୍ଥିତି ଯାଞ୍ଚ କଲେ ଏସ୍‌ପି

ପଦ୍ମପୁର, ୨୩ା୪(ଡି.ଏନ.ଏ.)-ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ରେ ପହଞ୍ଚିଛି। ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ବ୍ଲକର ୯ ପଞ୍ଚାୟତରେ କଣ୍ଟେନମେଣ୍ଟ ଜୋନ୍‌...

୨୦୦ ଫୁଟ ତଳକୁ ଓଲଟିଲା ପିକ୍‌ଅପ୍‌ ଭ୍ୟାନ

ପାରଳାଖେମୁଣ୍ଡି,୧୧ା୧୨(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ଼ ବ୍ଲକ ବୁରଖତ ଗ୍ରାମ ନିକଟ ଘାଟି ରାସ୍ତାରେ ଶନିବାର ଏକ ପିକ୍‌ଅପ୍‌ ଭ୍ୟାନ ୨୦୦ ଫୁଟ ତଳକୁ ଓଲଟି ଦୁର୍ଘଟଣାଗ୍ରସ୍ତ...

ପାଣିରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା

ନିରାକାରପୁର,୧ା୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଚାନେଗିରି ପଞ୍ଚାୟତ ରମାବିଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଉକ୍ତ ଗ୍ରାମର ପ୍ରକାଶ ପ୍ରଧାନଙ୍କ...

Advertisement
Archives

Model This Week