ଆରମ୍ଭ ହେଲା ‘ଗୁଞ୍ଜନ’: ନାଚ, ଗୀତ ସାଙ୍ଗକୁ ଟେରାକୋଟା ଶିକ୍ଷା

ବାଲେଶ୍ୱର ଅଫିସ, ୬।୬-ଲୋକକଳା, ସଂସ୍କୃତି ଓ ପରମ୍ପରାକୁ ଉଜ୍ଜୀବିତ ରଖିବା ଲକ୍ଷ୍ୟ ନେଇ ବାଲେଶ୍ୱରର ଏକ ସାମାଜିକ ଅନୁଷ୍ଠାନ ‘ଫାମାସ’ ପକ୍ଷରୁ ଷ୍ଟେଶନ ରାସ୍ତାରେ ଥିବା ଏକ ଘରୋଇ ସ୍କୁଲ ପରିସରରେ ଆରମ୍ଭ ହୋଇଛି ‘ଗୁଞ୍ଜନ-୨୦୧୯’ ଏବଂ ଟେରାକୋଟା ପ୍ରଶିକ୍ଷଣ ଶିବିର।
ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ବିଡିଓ ପ୍ରିୟବ୍ରତ ପାଢ଼ୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ଉତ୍ସବକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରି ମହାନ ଉତ୍କଳୀୟ ସଂସ୍କୃତି ଓ ପରମ୍ପରା ସମ୍ପର୍କରେ ଆଲୋକପାତ କରିଥିଲେ। ଏହି ଟେରାକୋଟା ପ୍ରଶିକ୍ଷଣ ଶିବିର ଛାତ୍ରୀଛାତ୍ରଙ୍କ ପାଇଁ ଗୁରୁତ୍ୱ ବହନ କରିବା ସହ ସେମାନଙ୍କ ଭିତରେ ଥିବା ଲୁକ୍କାୟିତ ପ୍ରତିଭା ଓ ସୃଜନଶୀଳତାର ବିକାଶରେ ଏହା ସହାୟକ ହୋଇପାରିବ ବୋଲି ସେ ମତବ୍ୟକ୍ତ କରିଥିଲେ। ତେବେ କୁନି କୁନି ଛାତ୍ରୀଛାତ୍ରମାନଙ୍କୁ କଳା ଓ ସଂସ୍କୃତିକୁ ଉଜ୍ଜୀବିତ ରଖିବା ପାଇଁ ସବୁ ମହଲରୁ ଅଧିକ ପ୍ରେରଣା ଯୋଗାଇଦେବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟଅତିଥି କହିଥିଲେ। ପୂର୍ତ୍ତବିଭାଗ କନିଷ୍ଠଯନ୍ତ୍ରୀ ସନ୍ତୋଷ କୁମାର ପଣ୍ଡା ସମ୍ମାନନୀୟ ଅତିଥି ଭାବେ ଯୋଗଦେଇ ଲୁପ୍ତ କଳାର ପୁନରୁଦ୍ଧାର ଦିଗରେ ଫାମାସ୍‌ର ଏହି ନିଆରା ପ୍ରୟାସ ପ୍ରଶଂସନୀୟ ବୋଲି କହିଥିଲେ। ଅବସରପ୍ରାପ୍ତ ବ୍ୟାଙ୍କ ଅଧିକାରୀ ଗୋପାଳ ଜେନା, ରମାକାନ୍ତ ମହାନ୍ତି, ସ୍କୁଲର ଉପାଧ୍ୟକ୍ଷା ସୁଶ୍ରୀ ସଙ୍ଗୀତା ଦାସ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉତ୍କଳୀୟ ପରମ୍ପରାରେ ଅନେକ ଗୁରୁତ୍ୱ ବହନ କରି ଆସିଥିବା ପ୍ରାଚୀନ ଟେରାକୋଟା କଳା ପ୍ରତି ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି ହୋଇପାରିବ ବୋଲି ଆଶା ପ୍ରକାଶ କରିଥିଲେ। ସଙ୍ଗଠନର ଉପଦେଷ୍ଟା ଅଧ୍ୟାପକ ଦିଲୀପ ରଥଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଡା. ଶାନ୍ତନୁ ଦାସ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ଫାମାସର ସମ୍ପାଦକ ଦିଲୀପ କୁମାର ପରିଡ଼ା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ସୁରେଶ ଉପଧ୍ୟାୟ, ଅଧୀପ କୁମାର ଜେନା, ଅବନୀ ଜେନା, ପୂର୍ଣ୍ଣେନ୍ଦୁ ମହାନ୍ତି, ସନ୍ତୋଷ କୁମାର ଦାସ, ନିଶିଥ୍‌ କୁମାର ବାରିକ, ତାପସ ସାହୁ, ନୀଳାଦ୍ରି ଶତପଥୀ, ଶିରିଶ ପାତ୍ର, ପ୍ରଦୀପ ପତି, ଶିଳ୍ପି ପ୍ରତାପ ରାଉତ, ସନାତନ ରାଉତ, ବିଷ୍ଣୁମୋହନ ଦାସ, ବିଜୟ ଦାସ, ପ୍ରଦୀପ ଶତପଥୀ, ନାରାୟଣ ପ୍ରଧାନ, ମହେଶ ରଥ ପ୍ରମୁଖ ଯୋଗଦେଇ ଟେରାକୋଟା ପ୍ରଶିକ୍ଷଣ ଶିବିର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଶେଷରେ ସଞ୍ଜୀବ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ସ୍କୁଲର ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଶିବିରରେ ସହରର ବିଭିନ୍ନ ସ୍କୁଲର ୨୫୦ଜଣ ଛାତ୍ରୀଛାତ୍ର ଯୋଗଦେଇଥିବା ବେଳେ ଶିଳ୍ପୀ ଅଲେଖ କୁମାର ସାହୁ ଏବଂ ତାଙ୍କ ସହଯୋଗୀ ଟେରାକୋଟା କଳା ସମ୍ପର୍କରେ ପ୍ରଶିକ୍ଷଣ ପ୍ରଦାନ କରୁଛନ୍ତି। ଫାମାସ୍‌ ପକ୍ଷରୁ ଆୟୋଜିତ ଏହି ଉତ୍ସବ ଆସନ୍ତା ୮ ତାରିଖରେ ଉଦ୍‌ଯାପିତ ହେବ ବୋଲି ଆୟୋଜକଙ୍କ ପକ୍ଷରୁ ସୂଚନା ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri