ଆରମ୍ଭ ହେଲା ଭିତର ଚନ୍ଦନଯାତ୍ରା

ପୁରୀ ଅଫିସ,୨୯ା୫: ସୋମବାର ଶେଷ ହୋଇଛି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା। ୨୧ଦିନ ଧରି ପବିତ୍ର ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିଛନ୍ତି ଠାକୁର। ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ରାମ, କୃଷ୍ଣ, ମଦନମୋହନ, ଶ୍ରୀଦେବୀ ଏବଂ ଭୂଦେବୀଙ୍କ ସହିତ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ ଜଳକ୍ରୀଡ଼ା କରିଛନ୍ତି। ତେବେ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଭିତର ଚନ୍ଦନ ଯାତ୍ରା। ବାହାର ଚନ୍ଦନ ଭଳି ଶ୍ରୀମନ୍ଦିର ଭିତରେ ମଧ୍ୟ ୨୧ଦିନ ଭିତର ଚନ୍ଦନ ଅନୁଷ୍ଠିତ ହେବ। ଏ ସମ୍ପର୍କରେ ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକ ଡ. ନରେଶ ଚନ୍ଦ୍ର ଦାଶ କହିଛନ୍ତି, ଅକ୍ଷୟ ତୃତୀୟାଠାରୁ ୪୨ଦିନ ଧରି ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଥାଏ। ଏହି ଚନ୍ଦନ ଯାତ୍ରା ମଧ୍ୟରୁ ପ୍ରଥମ ୨୧ ଦିନକୁ ବାହାର ଚନ୍ଦନ ଯାତ୍ରା ଏବଂ ଏହା ପରବର୍ତ୍ତୀ ୨୧ ଦିନକୁ ଭିତର ଚନ୍ଦନ ଯାତ୍ରା କୁହାଯାଏ। ସୋମବାର ବାହାର ଚନ୍ଦନ ଯାତ୍ରା ଶେଷ ହୋଇଛି। ମଙ୍ଗଳବାରଠାରୁ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି । ଭିତର ଚନ୍ଦନ ଯାତ୍ରା ସମୟରେ ଶ୍ରୀମନ୍ଦିରରେ ପ୍ରତ୍ୟହ ଦୁଇଥର ଆଲଟଲାଗି ହୋଇଥାଏ। ଭୋଗମଣ୍ଡପ ପରେ ଥରେ ଏବଂ ସନ୍ଧ୍ୟା ଧୂପ ପରେ ଆଉଥରେ ଆଲଟ ଲାଗି କରାଯାଇଥାଏ। ଏଥିସହିତ ରାତ୍ରରେ ଠାକୁରଙ୍କ ପାଖରେ ପଣାଭୋଗ ହୋଇଥାଏ। ଭିତର ଚନ୍ଦନ ସମୟରେ ୪ଦିନ ଅର୍ଥାତ୍‌ ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳଷଷ୍ଠୀ ଏବଂ ରୁକ୍ମୁଣୀ ହରଣ ଏକାଦଶୀରେ ମହାପ୍ରଭୁଙ୍କର ଜଳକ୍ରୀଡ଼ ଉତ୍ସବ ଅନୁଷ୍ଠିତ ହୁଏ। ଏହି ୪ଦିନ ଠାକୁର ଜଳକ୍ରୀଡ଼ା ମଣ୍ଡପକୁ ଯାଇଥାନ୍ତି। ସେଠାରେ ପାରମ୍ପରିକ ରୀତିରେ ଜଳକ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହୋଇଥାଏ ବୋଲି ଡ. ଦାଶ ପ୍ରକାଶ କରିଛନ୍ତି।

ରଥଯାତ୍ରା ଦ୍ୱିତୀୟ ସମନ୍ବୟ ବୈଠକ ଆଜି
ଆସନ୍ତା ଜୁଲାଇ ୪ତାରିଖରେ ରଥଯାତ୍ରା। ଏଥିପାଇଁ ରଥ ନିର୍ମାଣ କାମ ଦ୍ରୁତଗତିରେ ଆଗେଇ ଚାଲିଛି। ଅନ୍ୟପକ୍ଷରେ ପ୍ରଶାସନିକ ପ୍ରସ୍ତୁତି ମଧ୍ୟ ଜୋର୍‌ ଧରିଲାଣି। ବୁଧବାର ରଥଯାତ୍ରାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହେବ। ବଡ଼ଦାଣ୍ଡସ୍ଥିତ ନୀଳାଦ୍ରି ଭକ୍ତ ନିବାସ ପରିସରରେ ହେବାକୁ ଥିବା ଏହି ବୈଠକରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅଧ୍ୟକ୍ଷତା କରିବେ। ତେବେ ବାତ୍ୟାରେ ପୁରୀ ସହରରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବିଦ୍ୟୁତ୍‌, ଜଳ ଯୋଗାଣ, ପରିମଳ, ଟେଲିଫୋନ ଆଦି ସେବା ବ୍ୟାହତ ହୋଇଥିବାବେଳେ ଯୁଦ୍ଧକାଳୀନ ଭିତ୍ତିରେ ପୁନରୁଦ୍ଧାର କାମ ଚାଲିଛି। ରଥଯାତ୍ରା ପୂର୍ବରୁ ଏହାକୁ କିପରି ସ୍ବାଭାବିକ କରାଯିବ ତାହା ଉପରେ ମୁଖ୍ୟତଃ ଫୋକସ ରହିବ। ରଥଯାତ୍ରାକୁ ଆଉ ମାତ୍ର ୧ ମାସ ସମୟ ରହିଛି। ଏତେ କମ୍‌ ସମୟ ମଧ୍ୟରେ ସବୁ କିଭଳି ସୁବ୍ୟବସ୍ଥିତ କରାଯାଇ ରଥଯାତ୍ରାକୁ ଶୃଙ୍ଖଳିତ କରାଯିବ ତାହା ଉପରେ ଜିଲା ପ୍ରଶାସନ ଗୁରୁତ୍ୱାରୋପ କରିଛି। ନୂତନ ଜିଲାପାଳ ବଲୱନ୍ତ ସିଂ ମଧ୍ୟ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ରଥଯାତ୍ରା ପ୍ରସ୍ତୁତିକୁ ନେଇ ଏକ ସମୀକ୍ଷା ବୈଠକ କରିସାରିଛନ୍ତି । ଦ୍ୱିତୀୟ ସମନ୍ବୟ ବୈଠକ ପରେ ପ୍ରଶାସନ ପୁନରୁଦ୍ଧାର କାମ ସହ ରଥଯାତ୍ରା ଉପରେ ଫୋକସ ରଖିବ ବୋଲି ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?