ଆରମ୍ଭ ହୋଇଛି ବିମାନ-ରେଳ ଚଳାଚଳ; ଆଗାମୀ ଏକ ମାସ ଆମ ପାଇଁ ଆହ୍ବାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏଥିସହ ଫେରୁଥିବା ପ୍ରବାସୀଙ୍କ ସଂଖ୍ୟା ବଢ଼ୁଥିବାରୁ ଏହି ସଂଖ୍ୟା ଆହୁରୀ ବଢ଼ିବା ନେଇ ଆଶା କରାଯାଉଛି। ଏଣୁ କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଏକ ସମୀକ୍ଷା ବୈଠକ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବିଭାଗୀୟ ଅଧିକାରୀଙ୍କ ସହ ସେ ଆଲୋଚନା କରିଛନ୍ତି।

ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତବ୍ୟ ରଖି କହିଛନ୍ତି, ଆଗାମୀ ୧୫ ଦିନରୁ ମାସେ ଆମ ପାଇଁ ଚ୍ୟାଲେଞ୍ଜ ହେବ। ୪ର୍ଥ ଲକ୍‌ଡାଉନ୍‌ରେ ବିମାନ , ରେଳ ଚଳାଚଳ ଆରମ୍ଭ ହୋଇଥିବାରୁ ଆମ ପାଇଁ ଆହ୍ବାନ ସୃଷ୍ଟି ହେବ। ହେଲେ ଏହାକୁ ମୁକାବିଲା କରିବାରେ ଆମେ ସଫଳ ହେବୁ। ଦୁଇ ମାସ ଲକ୍‌ଡାଉନ୍‌ ମଧ୍ୟରେ ଆମେ ଅନେକ କଥା ଶିକ୍ଷା କରିପାରିଛୁ। ଏହି ୨ ମାସରେ ଆମକୁ ବୈଜ୍ଞାନିକ, ସାମାଜିକ, ପ୍ରଶାସନିକ ଶିକ୍ଷା ମିଳିଛି। ଏହି ଶିକ୍ଷାକୁ ଆଧାର କରି ଆମ ଷ୍ଟ୍ରାଟେଜି ପୁର୍ନଗଠନ କରିବାକୁ ପଡ଼ିବ। ଓଡ଼ିଶାରେ ଭୂତାଣୁ ଆଚରଣ ନେଇ ଆମର ଶିକ୍ଷା ଆମକୁ ଆଶା ଦେଇଛି। ସାମାଜିକ ଦୂରତା, ମାସ୍କ, ହାତଧୁଆ ଦ୍ୱାରା ମହାମାରୀ ବିସ୍ତାରକୁ ରୋକିହେବ। ସାମାଜିକ ଦୂରତା, ସାମାଜିକ ବୟକଟ୍‌ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାଛଡ଼ା କରୋନା ସହ ଲଢ଼େଇରେ ସରପଞ୍ଚ ଓ ପୋଲିସ କର୍ମଚାରୀଙ୍କ କାମକୁ ମଧ୍ୟ ସେ ପ୍ରଶଂସା କରିଛନ୍ତି। ତେବେ ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ସ୍ବାସ୍ଥ୍ୟ ସଚିବଙ୍କ ସହ ଅନ୍ୟ ବିଭାଗର ସଚିବମାନେ ଉପସ୍ଥିତ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri