Posted inଜାତୀୟ

ଆରେ ଗଛକଟା ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ: ମେଟ୍ରୋ ଶେଡ୍‌ ପ୍ରକଳ୍ପ ବନ୍ଦ ହେବନି

ନୂଆଦିଲ୍ଲୀ,୨୨ା୧୦(ପି.ଟି.): ମୁମ୍ବାଇର ଆରେ କଲୋନିରେ ମେଟ୍ରୋ ଶେଡ୍‌ ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ବନ୍ଦ କରାଯିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ଉକ୍ତ କଲୋନିରେ ଗଛକଟାକୁ ବିରୋଧକରି ସର୍ବୋଚ୍ଚ ଅଦାଲତରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ଗଛକଟା ବନ୍ଦ ରଖିବାକୁ ଅଦାଲତ କହିବା ସହ ଆରେ କଲୋନିରେ କରାଯାଇଥିବା ଚାରା ରୋପଣ, ପ୍ରତିରୋପଣ ଓ ଗଛକଟାର ଫଟୋ ସହ ସ୍ଥିତାବସ୍ଥା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ବୃହନ୍‌ମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ସୁପ୍ରିମକୋର୍ଟରେ ହାଜର ହୋଇ ଆରେ କଲୋନିରେ ଆଉ ଗଛ କଟାଯାଉନାହିଁ ଓ କୋର୍ଟଙ୍କ ନିର୍ଦ୍ଦେଶ ପରେ ସ୍ଥିତାବସ୍ଥା ଜାରି ରହିଛି ବୋଲି କହିଥିଲେ। ଜଷ୍ଟିସ୍‌ ଅରୁଣ ମିଶ୍ର ଓ ଦୀପକ ଗୁପ୍ତାଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ପରବର୍ତ୍ତୀ ଶୁଣାଣି ନଭେମ୍ବରକୁ ଧାର୍ଯ୍ୟ କରିଛନ୍ତି।
ମେଟ୍ରୋ କାର୍‌ ଶେଡ୍‌ ନିର୍ମାଣ ଲାଗି ଆରେ କଲୋନିରୁ ୨୬୦୦ରୁ ଊର୍ଦ୍ଧ୍ୱ ଗଛ କାଟିବା ଲାଗି ବିଏମ୍‌ସି ନିଷ୍ପତ୍ତି ନେଇଥିଲା। ଏହା ଜଙ୍ଗଲ ନୁହେଁ ବୋଲି ବମ୍ବେ ହାଇକୋର୍ଟ କହିବା ସହ ବିଏମ୍‌ସି ନିଷ୍ପତ୍ତିକୁ ରଦ୍ଦ କରିବା ପାଇଁ ମନା କରିଦେଇଥିଲେ। ଏହା ବିରୋଧରେ ବିଭିନ୍ନ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏଥିରେ ହସ୍ତକ୍ଷେପ କରିବା ଲାଗି ଜଣେ ଛାତ୍ର ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କୁ ପତ୍ର ଲେଖିବା ପରେ ସୁପ୍ରିମକୋର୍ଟ ଏହାକୁ ନିଜ ଆଡୁ ଜନସ୍ବାର୍ଥ ମାମଲା ଭାବେ ଗ୍ରହଣ କରି ଆରେ କଲୋନିରେ ସ୍ଥିତାବସ୍ଥା ଜାରି ରଖିବା ଲାଗି ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଶାନ୍ତିବାର୍ତ୍ତା ବିଫଳ ହେବା ପଛର କାରଣ କହିଲା ଇରାନ, ଆମେରିକା ଏଭଳି ଦାବି ରଖିଲା ଯାହା…

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ବିଫଳ ହୋଇଛି। ପ୍ରାୟ ୨୧ ଘଣ୍ଟାର ଦୀର୍ଘ ଆଲୋଚନା ପରେ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri