ଆରୋଗ୍ୟ ନ ହେବା ଭଳି ରୋଗରେ ପୀଡିତ କଂଗ୍ରେସ: ମୋଦି

ସୋନିପଥ,୧୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ହରିୟାଣା ବିଧାନସଭା ନିର୍ବାଚନ ପାଇଁ ପ୍ରଚାରରେ ଯାଇଛନ୍ତି। ହରିୟାଣା ସୋନିପଥର ଗୋହାନାଠାରେ ସେ ଏକ ଜନସଭାକୁ ସମ୍ବୋଧନ ଦେବା ଅବସରରେ କଂଗ୍ରେସ ଉପରେ ଖୁବ୍‌ ବର୍ଷିଛନ୍ତି। ସେ କହିଛନ୍ତି ହରିୟାଣାବାସୀ କଂଗ୍ରେସର ଅହଂକାରକୁ ମାଟିରେ ମିଶାଇ ଦେଇଛନ୍ତି। ଏବେ ସଶକ୍ତ ହରିୟାଣା ଓ ସଶକ୍ତ ହିନ୍ଦୁସ୍ତାନ ଗଢିବାକୁ ଆମେ ଶପଥ ନେଇଛୁ। ଆଉ ଏଥିପାଇଁ ହରିୟାଣାର ଯୁବକଙ୍କ ଭୂମିକା ଅତୁଳନୀୟ ବୋଲି ସେ କହିଛନ୍ତି। ଏମାନେ କୁସ୍ତି ଯୋଦ୍ଧାଙ୍କ ସହ ଲଢିଛନ୍ତି, ଆତଙ୍କବାଦୀଙ୍କ ସହ ଲଢି ଶହୀଦ ମଧ୍ୟ ହୋଇଛନ୍ତି। ତେଣୁ ସୋନିପଥର ଅର୍ଥ ହେଉଛି, ‘କୃଷକ, ଯବାନ ଓ ପହିଲମାନ’। ଅନୁଚ୍ଛେଦ ୩୭୦କୁ ନେଇ ସେ କହିଛନ୍ତି କଂଗ୍ରେସକୁ ନା ଭାରତର ଏକତାର ଚିନ୍ତା ଅଛି ନା ସମ୍ବିଧାନର ଚିନ୍ତା ଅଛି। ଏବେ ସ୍ବଚ୍ଛ ଭାରତ ଓ ସର୍ଜିକାଲ ଷ୍ଟ୍ରାଇକର ନାଁ ଶୁଣିଲେ କଂଗ୍ରେସର ପେଟରେ ପୀଡା ଆରମ୍ଭ ହୋଇଯାଉଛି। ଆଉ ବାଲାକୋଟ କଥା ଶୁଣିଲେ ଯନ୍ତ୍ରଣାରେ କଂଗ୍ରେସ ଡେଇଁ ପଡୁଛି ବୋଲି ମୋଦି କହିଛନ୍ତି। ତେଣୁ ଏବେ କଂଗ୍ରେସ ଯେଉଁ ରୋଗରେ ପୀଡିତ ହୋଇଛି ତାହା ଆରୋଗ୍ୟ ହେବା କଷ୍ଟକର ବ୍ୟାପାର ବୋଲି ସେ କହିଛନ୍ତି। ଏବେ କଂଗ୍ରେସ ନେତାଙ୍କ ବୟାନକୁ ପାକିସ୍ତାନ ଆଧାର କରିଛି। ହେଲେ କଂଗ୍ରେସ ମୋଦିଙ୍କ ଉପରେ ଯେତେ ଅଭିଯୋଗ ଆଣୁଛି ଆଣୁ, ଯେତେ ବିରୋଧ କରୁଛି କରୁ, ଯେତେ ମିଛ କହୁଛି କହୁ ଯେ ପର୍ଯ୍ୟନ୍ତ ଜନତାଙ୍କ ଆଶୀର୍ବାଦ ରହିଛି ସେପର୍ଯ୍ୟନ୍ତ ମୋଦିଙ୍କୁ କିଛି ଚିନ୍ତା ନାହିଁ ବୋଲି ସେ କହିଛନ୍ତି। ମୋଦିଙ୍କୁ ଯାହା କହିବା କଥା କୁହ ହେଲେ ଅତିକମରେ ଭାରତ ମାତାର ମର୍ଯ୍ୟାଦା କଥା କଂଗ୍ରେସ ଥରେ ଚିନ୍ତା କରୁ ବୋଲି ମୋଦି ତାଙ୍କ ଉଦ୍‌ବୋଧନରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ରାଜଧାନୀରେ ଭୁଶୁଡ଼ିଲା ୫ ମହଲା ବିଲ୍ଡିଂ, ମୃତ୍ୟୁ ସଂଖ୍ୟା….

ନୂଆଦିଲ୍ଲୀ,୭।୧୦: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀରେ ଏକ ୫ ମହଲା ବିଲ୍ଡିଂ ଭୁଶୁଡ଼ି ପଡ଼ିଛି । ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଏବେ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?