ଆର୍‌ଏସ୍‌ପିରେ ବଡ଼ ଧରଣର ବିସ୍ଫୋରଣ

ରାଉରକେଲା,୨୮।୯(ସଙ୍ଗୀତା ଜେନା): ରାଉରକେଲା ଇସ୍ପାତ କାରଖାନା (ଆର୍‌ଏସ୍‌ପି)ର ଷ୍ଟିଲ୍‌ ମେଲ୍‌ଟିଂ ଶପ୍‌ (ଏସ୍‌ଏମ୍‌ଏସ୍‌)-୧ କନଭର୍ଟରରେ ଶନିବାର ବିସ୍ପୋରଣ ଘଟିଛି। ଫଳରେ ୪ଜଣ ସ୍ଥାୟୀ ଏବଂ ଜଣେ ଠିକା କର୍ମଚାରୀ ଆହତ ହୋଇଛନ୍ତି। ଆହତମାନେ ହେଲେ ଆରଏସ୍‌ପିର ବରିଷ୍ଠ ଅଧିକାରୀ ଏଚ୍‌. କେ. ମେହେର, ଭଗବତ ମୁର୍ମୁ, ଜି. ବି. କାଲୋ, ପ୍ରଦୀପ ଏକ୍କା ଏବଂ ଠିକା କର୍ମଚାରୀ ଝୁନୁ ନନ୍ଦ। ଆହତମାନଙ୍କୁ ଇସ୍ପାତ ଜେନେରାଲ ହସ୍ପିଟାଲର ବର୍ଣ୍ଣ ସେଣ୍ଟରରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷେ ଉକ୍ତ ସମ୍ବେଦନଶୀଳ ଘଟଣାର ତଦନ୍ତ କରିବାକୁ ଆର୍‌ଏସ୍‌ପିର ଭାରପ୍ରାପ୍ତ ନିର୍ଦ୍ଦେଶକ ଅତନୁ ଭୌମିକ ନିର୍ଦ୍ଦେଶ ଦେଇଥିବା କାରଖାନା ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁସାରେ, ଶନିବାର ସକାଳ ପ୍ରାୟ ୮ଟା ୪୫ ମିନିଟ୍‌ରେ କାରଖାନାରେ ଉପତ୍ାଦନ ସମୟରେ କନଭର୍ଟର ‘କ୍ୟୁ’ର ହୁଡ୍‌ ସଫେଇ କରାଯାଉଥିଲା। କନଭର୍ଟର ତଳେ ଥିବା ପାଣିରେ ହଠାତ୍‌ କିଛି ତରଳ ସ୍ଲାଗ୍‌ ପଡି ବିସ୍ପୋରଣ ଘଟିଥିଲା। ଫଳରେ ନିକଟରେ କାର୍ଯ୍ୟରତ ଅଧିକାରୀ ଏବଂ କର୍ମଚାରୀମାନେ ଏହା ସଂସ୍ପର୍ଶରେ ଆସିବାରୁ ସେମାନଙ୍କ ଶରୀରର ବିଭିନ୍ନ ଅଂଶ ଜଳି ଯାଇଥିଲା।

ଖବର ପାଇ ଡାକ୍ତରଖାନାରେ ଆର୍‌ଆଇକେକେଏସ୍‌, ଆର୍‌ଏସ୍‌ଏସ୍‌ ଓ ଜିଏମ୍‌ଏମ୍‌, ସିଟୁ, ଆର୍‌ଏମ୍‌ଏସ୍‌ ପ୍ରମୁଖ ଶ୍ରମ ସଙ୍ଗଠନର ନେତୃମଣ୍ଡଳୀ, ଆହତମାନଙ୍କ ପରିଜନ ପହଞ୍ଚତ୍ଥିଲେ। ତେବେ ଆହତମାନଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ରହିଛି। ଡିଆଇସି ଭୌମିକ ଘଟଣାର ତୁରନ୍ତ ଯାଞ୍ଚ କମିଟି ଗଠନ କରି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍‌ ବନିଯିବେ ଧନୀ!

ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ।…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri