Posted inଖେଳ

ଆର୍ଚେରୀ ରିଫ୍ରେଶର ଟ୍ରେନିଂ ପ୍ରୋଗ୍ରାମ

ଭୁବନେଶ୍ୱର, ୨୮।୪(କ୍ରୀଡ଼ା ପ୍ରତିନିଧି)- ଏସଜେଏଫଆଇ ଏବଂ ଏନଏସଏଫ ଜାତୀୟ ପ୍ରତିଯୋଗିତାଗୁଡ଼ିକୁ ଦୃଷ୍ଟିରେ ରଖି ପ୍ରତିଭା ସମ୍ପନ୍ନ ଖେଳାଳିଙ୍କ ପ୍ରଦର୍ଶନରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି। ବିଭିନ୍ନ ପ୍ରତିଯୋଗିତା ପାଇଁ ଟାର୍ଗେଟ ଗ୍ରୁପ ସୃଷ୍ଟି କରିବା ଏହାର ଉଦ୍ଦେଶ୍ୟ। ଏହାର ଏକ ଅଂଶବିଶେଷ ଭାବେ ଶନିବାର କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଆର୍ଚେରୀର ଏକ ରିଫ୍ରେଶର ଟ୍ରେନିଂ ପ୍ରୋଗ୍ରାମ ଆରମ୍ଭ ହୋଇଛି। ପ୍ରତିଷ୍ଠିତ ଦ୍ରୋଣାଚାର୍ଯ୍ୟ ଓ ଅର୍ଜୁନ ପୁରସ୍କାରପ୍ରାପ୍ତ ତୀରନ୍ଦାଜ ସଞ୍ଜୀବ କୁମାର ସିଂ ଏହି ପ୍ରୋଗ୍ରାମ୍‌କୁ ପରିଚାଳନା କରିବା ସହ ଓଡ଼ିଶା ପିଲାଙ୍କ ମଧ୍ୟରେ ଟ୍ରାଏଲ ନେଇଛନ୍ତି। ଚୟନ ଟ୍ରାଏଲ୍‌ରେ ହାଲ୍‌ ସୁନାବେଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଫୁଲବାଣୀ, ମାଲକାନଗିରି ଓ କିସ୍‌ର ପିଲାମାନେ ଅଂଶଗ୍ରହଣ କରିଥିଲେ। ଚୟନ ଟ୍ରାଏଲ୍‌ରେ ମନୋନୀତ ତୀରନ୍ଦାଜଙ୍କୁ ରବିବାର ଅଭିନବ ବିନ୍ଦ୍ରା ଟାର୍ଗେଟ ପରଫରମାନ୍ସ ସେଣ୍ଟରରେ ପରୀକ୍ଷା କରାଯିବ। ଏଥିରେ ତୀରନ୍ଦାଜ ପ୍ରତିଭାମାନେ ଆର୍ଚେରୀର ଉଭୟ ରିକର୍ଭ ଓ କମ୍ପାଉଣ୍ଡ ରାଉଣ୍ଡର ବିଜ୍ଞାନ ଭିତ୍ତିକ ଶୃଙ୍ଖଳା ସମ୍ପର୍କରେ ଜ୍ଞାନ ଆହରଣ କରିବେ। ରିଫ୍ରେଶର ଟ୍ରେନିଂ ପ୍ରୋଗ୍ରାମକୁ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଯୁଗ୍ମ ସଚିବ ମନୋଜ ପାଢ଼ୀ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଶା ଆର୍ଚେରୀ ଆସୋସିଏଶନ ସମ୍ପାଦକ ଶ୍ରଦ୍ଧାନନ୍ଦ ଦାସ, ସହକାରୀ କ୍ରୀଡ଼ା ନିର୍ଦ୍ଦେଶକ ଶାନ୍ତନୁ ସାହୁ, କିଟ୍‌ର କ୍ରୀଡ଼ା ନିର୍ଦ୍ଦେଶକ ଡ. ଗଗନେନ୍ଦୁ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri