ଆର୍ଥିକ ପ୍ୟାକେଜ ସମ୍ପର୍କରେ ଯାହା କୁହନ୍ତି …

-ଦେଶର ଅର୍ଥନୀତିକୁ ସୁଦୃଢ଼ କରିବା ଲାଗି କେନ୍ଦ୍ର ସରକାର ଘୋଷଣା କରିଥିବା ଆର୍ଥତ୍କ ପ୍ୟାକେଜ ବ୍ୟବସାୟ ବିଶେଷ କରି ଏମ୍‌ଏସ୍‌ଏମ୍‌ଇ ସେକ୍ଟର ସମ୍ମୁଖୀନ ହୋଇଥିବା ସମସ୍ୟା ଦୂର କରିବାରେ ସହାୟକ ହେବ। ଏହା ନଗଦ ବଢ଼ାଇବା ସହ ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବ ଓ ସେମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ବଢ଼ାଇବ।
-ନରେନ୍ଦ୍ର ମୋଦି, ପ୍ରଧାନମନ୍ତ୍ରୀ

-କେନ୍ଦ୍ର ସରକାରଙ୍କ କୋଭିଡ୍‌-୧୯ ଆର୍ଥତ୍କ ପ୍ୟାକେଜ୍‌ରେ ଦେଶର ଲକ୍ଷ ଲକ୍ଷ ଗରିବ, ଭୋକିଲା ଦାଦନ ଶ୍ରମିକଙ୍କ ପାଇଁ କିଛି ନାହିଁ। ଚାଲି ଚାଲି ଘରକୁ ଫେରୁଥିବା ଏହି ଶ୍ରମିକମାନଙ୍କୁ ଅର୍ଥମନ୍ତ୍ରୀଙ୍କୁ ଘୋଷଣା ନିରାଶ କରିଛି।
-ପି. ଚିଦାମ୍ବରମ, କଂଗ୍ରେସ ନେତା

-କେନ୍ଦ୍ରର ଆର୍ଥିକ ପ୍ୟାକେଜ ଏକ ବଡ଼ ଶୂନ। ଏହା ରାଜ୍ୟଗୁଡ଼ିକୁ କୌଣସି ସହାୟତା କରିବ ନାହିଁ। କୋଭିଡ୍‌-୧୯ ସଙ୍କଟ ବେଳେ କେନ୍ଦ୍ର ସରକାର ଲୋକଙ୍କୁ ଭୁଆଁ ବୁଲାଉଛନ୍ତି।
-ମମତା ବାନାର୍ଜୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

-କୋଭିଡ୍‌-୧୯ ଆର୍ଥତ୍କ ପ୍ୟାକେଜ୍‌ ଦେଶର ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ସେକ୍ଟର ପାଇଁ ଲାଭଦାୟକ ହେବ। ୩ କୋଟିରୁ ଊର୍ଦ୍ଧ୍ୱ ଲୋକ ଏହି ସେକ୍ଟର ସହ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଜଡ଼ିତ। ଉକ୍ତ ପ୍ୟାକେଜ ସେମାନଙ୍କୁ ସୁଦୃଢ଼ କରିବ।
-ଯୋଗୀ ଆଦିତ୍ୟନାଥ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

-ପ୍ରଧାନମନ୍ତ୍ରୀ ଘୋଷଣା କରିଥିବା ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜ୍‌ରେ ଅର୍ଥ କେଉଁଠୁ ଆସିବ ତା’ର କୌଣସି ସ୍ପଷ୍ଟ ସୂଚନା ନାହିଁ। ସେହିପରି ଯୋଜନା ତଥା ହିତାଧିକାରୀଙ୍କ ସମ୍ପର୍କରେ ମଧ୍ୟ ସ୍ପଷ୍ଟ କରାଯାଇନାହିଁ।
-ଭି. ନାରାୟଣସ୍ବାମୀ, ପୁଡୁଚେରୀ ମୁଖ୍ୟମନ୍ତ୍ରୀ


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri