Posted inରାଜ୍ୟ

ଆର୍ଥିକ ମେରୁଦଣ୍ଡ ଦୋହଲାଉଛି ପ୍ରାକୃତିକ ବିପର୍ଯ୍ୟୟ: ୬ ବର୍ଷରେ ୧୮ ହଜାର କୋଟି କ୍ଷତି

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ପ୍ରାକୃତିକ ବିପତ୍ତିର ପ୍ରଚଣ୍ଡ ପ୍ରହାର ରାଜ୍ୟ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଉଛି। ଗୋଟିଏ ପରେ ଗୋଟିଏ ବିପର୍ଯ୍ୟୟ ବ୍ୟକ୍ତିଗତ ଓ ସାମଗ୍ରିକ ବିକାଶ କ୍ଷେତ୍ରରେ ଏକ ବିରାଟ ଅନ୍ତରାୟ ସୃଷ୍ଟି କରୁଛି। କେବଳ ବାତ୍ୟା ନୁହେଁ ମରୁଡି ମଧ୍ୟ କୃଷିକ୍ଷେତ୍ର ଏବଂ ଆର୍ଥତ୍କ ପ୍ରଗତିକୁ ନଷ୍ଟଭ୍ରଷ୍ଟ କରିଦେଉଛି। ଗତ ୬ ବର୍ଷ ମଧ୍ୟରେ ରାଜ୍ୟକୁ ୪ଟି ଭୟଙ୍କର ବାତ୍ୟାର ସମ୍ମୁଖୀନ ହେବାକୁ ପଡିଛି। କୃଷିକ୍ଷେତ୍ର ସମେତ ବିଦ୍ୟୁତ୍‌, ଘରଦ୍ୱାର ଏବଂ ଅନ୍ୟାନ୍ୟ ଭିତ୍ତିଭୂମିକୁ ଛାରଖାର କରିଦେଇଛି। ଏଥିରେ ପ୍ରାୟ ୧୮ ହଜାର କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ଏହାକୁ ଭରଣା କରିବାକୁ ଦୀର୍ଘ ସମୟ ଲାଗିଯାଉଛି। ଅଣ୍ଟା ସଳଖି ଛିଡା ହେବା ବେଳକୁ ପୁଣି ଏକ ଦୁର୍ବିପାକ ରାଜ୍ୟରେ ଧ୍ୱଂସର ତାଣ୍ଡବଲୀଳା ରଚୁଛି।
୧୯୯୯ ମହାବାତ୍ୟା ପରେ ୨୦୧୩ ଅକ୍ଟୋବର୧୨ରେ ଫାଇଲିନ ବାତ୍ୟାକୁ ଦକ୍ଷିଣ ଓଡ଼ିଶା ସମ୍ମୁଖୀନ ହୋଇଥିଲା। ଏଥିରେ ୧୩ଟି ଜିଲାର ୮ ନିୟୁତ ଲୋକ ପ୍ରଭାବିତ ହୋଇଥିଲେ। ୨୩୦୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଥିଲା। ସେହିପରି ଠିକ୍‌ ବର୍ଷକ ପରେ ଅର୍ଥାତ୍‌ ୨୦୧୪ ଅକ୍ଟୋବର ୧୩ରେ ବାତ୍ୟା ହୁଡ୍‌ହୁଡ୍‌ ଦକ୍ଷିଣ ଓଡ଼ିଶାକୁ ଧକ୍କା ଦେଇଥିଲା। କୋରାପୁଟ, ଗଞ୍ଜାମ, ନବରଙ୍ଗପୁର, ମାଲକାନଗିରି, ଗଜପତି, ରାୟଗଡା ଆଦି ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟାଇଥିଲା। ଏଥିରେ ୧ ଲକ୍ଷ ଘର ଭାଙ୍ଗିଥିଲା। ପ୍ରାୟ ୧ ହଜାର କୋଟି ଟଙ୍କାର କ୍ଷୟକ୍ଷତି ହୋଇଥିଲା। ଶସ୍ୟକ୍ଷେତ୍ରଠାରୁ ଆରମ୍ଭ କରି ବିଦ୍ୟୁତ୍‌, ପାନୀୟ ଜଳ, ରାସ୍ତାଘାଟ, ଘରଦ୍ୱାର, ଜଙ୍ଗଲ ପ୍ରଭାବିତ ହୋଇଥିଲା। ଏହାର ୪ ବର୍ଷ ପରେ ଅର୍ଥାତ୍‌ ୨୦୧୮ ଅକ୍ଟୋବରରେ ବାତ୍ୟା ତିତ୍‌ଲି ପୁଣି ଉପକୂଳ ଓଡ଼ିଶାକୁ ଛାରଖାର କରି ଦେଇଥିଲା। ଏଥିରେ ଗଞ୍ଜାମ, ଗଜପତି ସମେତ ୧୭ଟି ଜିଲା ୧୨୮ଟି ବ୍ଲକର ୮,୧୨୫ଟି ଗ୍ରାମର ୬୦.୧୧ ଲକ୍ଷ ଲୋକ ପ୍ରଭାବିତ ହୋଇଥିଲେ। ଏହାର କ୍ଷୟକ୍ଷତି ୨,୭୬୫ କୋଟି ଟଙ୍କା ଆକଳନ କରାଯାଇଥିଲା। ତେବେ ଏହି ବାତ୍ୟା

ବିଭୀଷିକାକୁ ବର୍ଷେ ପୂରଣ ହୋଇ ନ ଥିବା ବେଳେ ଅଦିନିଆ ସାମୁଦ୍ରକ ଝଡ଼ ଫନୀ ମେ ୩ ତାରିଖରେ ରାଜ୍ୟର ୧୪ଟି ଜିଲାରେ ବ୍ୟାପକ କ୍ଷୟକ୍ଷତି କରିଛି। ପୁରୀ ଓ ରାଜଧାନୀ ଭୁବନେଶ୍ୱରକୁ ଛାରଖାର କରିଦେଇଛି। ଏହି ବାତ୍ୟାରେ ରାଜ୍ୟର ୧୨ ହଜାର କୋଟି ଟଙ୍କା କ୍ଷୟକ୍ଷତି ହୋଇଛି। ୬୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବିଦ୍ୟୁତ୍‌, ପାନୀୟ ଜଳ, ଘରଦ୍ୱାର ଓ ସବୁଜ ବଳୟ ଧ୍ୱଂସ ହୋଇଯାଇଛି। କେନ୍ଦ୍ର ସରକାର ମଧ୍ୟ ଏକଥା ମାନିଛନ୍ତି ଯେ, ପ୍ରାକୃତିକ ବିପତ୍ତି ଯୋଗୁ ୨୦୧୮-୧୯ରେ ଦେଶର ସବୁଠାରୁ ଅଧିକ ଶସ୍ୟହାନି ଓଡ଼ିଶାରେ ହୋଇଛି। ୨୦୧୯ ମେ ସୁଦ୍ଧା ଓଡିଶାର ୫.୪ ଲକ୍ଷ ହେକ୍ଟର ଶସ୍ୟ ଉଜୁଡି ଯାଇଛି। ୨୦୧୩-୧୪ ପରେ ଗତ ୫ ବର୍ଷ ମଧ୍ୟରେ ଏହି କ୍ଷତି ହେଉଛି ଦେଶର ସର୍ବ ବୃହତ୍‌। ୨୦୧୮-୧୯ ମେ ମାସ ସୁଦ୍ଧା ୧,୯୫୦ କୋଟି ଟଙ୍କାର କ୍ଷତି ହୋଇଛି। ଏହି ସମୟରେ ପ୍ରାକୃତିକ ବିପତ୍ତି ଯୋଗୁ ରାଜ୍ୟର ଚାଷୀମାନେ ହେକ୍ଟର ପିଛା ୩୬ ହଜାର ୬୦୦ ଟଙ୍କାର କ୍ଷତି ସହିଛନ୍ତି। ବାତ୍ୟା ଦୁର୍ଦ୍ଦଶାରୁ ମୁକ୍ତି ମିଳି ନ ଥିବା ବେଳେ ରାଜ୍ୟ ପୁଣି ଏକ ପ୍ରାକୃତିକ ବିପତ୍ତି ମରୁଡିକୁ ସମ୍ମୁଖୀନ ହେବାକୁ ଯାଉଛି। ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବିଳମ୍ବରେ ଆସିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଶାନୁରୂପ ବର୍ଷିବ ନାହିଁ ବୋଲି ଆଶଙ୍କା ପ୍ରକାଶ ପାଇଲାଣି। ଯଦି ରାଜ୍ୟରେ ଅନାବୃଷ୍ଟି ପରିସ୍ଥିତି ସୃଷ୍ଟି ହୁଏ ତେବେ ଧାନ ଚାଷ ଉପରେ ଏହାର ଗଭୀର ପ୍ରଭାବ ପଡ଼ିବା ଏକ ପ୍ରକାର ନିଶ୍ଚିତ । ଭୂତଳ ଜଳସ୍ତର ଦ୍ରୁତିଗତିରେ ହ୍ରାସ ପାଉଥିବାରୁ ଚଳିତ ବର୍ଷ ଦେଶର ଅଧିକାଂଶ ଭାଗରେ ମରୁଡି ଦେଖାଦେବା ଆଶଙ୍କା ରହିଛି ବୋଲି ପାଣିପାଗ ବିଶେଷଜ୍ଞ ଅନୁମାନ କଲେଣି।
ରାଜ୍ୟରେ ଏପରି ଧାରା ଜାରି ରହିଲେ ଆଗାମୀ ଦିନରେ ରାଜ୍ୟ ରାଜକୋଷ ଉପରେ ପ୍ରବଳ ଚାପ ପଡିବା ସହ ଆର୍ଥିକ ଅଭିବୃଦ୍ଧି ହାର ତଳକୁ ଖସିଯିବ ବୋଲି ଅର୍ଥନୀତି ବିଶେଷଜ୍ଞମାନେ ଆଶଙ୍କା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?