ଆର୍ମସ୍‌ ଆଣ୍ଡ୍‌ ଆମ୍ୟୁନିସନ ଇସ୍ୟୁ ରେଜିଷ୍ଟର ଯାଞ୍ଚ

କଟକ ଅଫିସ,୬ା୨:ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ ଦାସଙ୍କ ଦ୍ୱିତୀୟ ପର୍ଯ୍ୟାୟ ୪ ଦିନିଆ ରିମାଣ୍ଡ ରବିବାରଠାରୁ ଆରମ୍ଭ ହୋଇଛି। ପୂର୍ବଭଳି କ୍ରାଇମବ୍ରାଞ୍ଚ ପକ୍ଷରୁ ଝାରସୁଗୁଡ଼ାଠାରେ ଗୋପାଳଙ୍କୁ ମାରାଥନ ଜେରା କରାଯାଇ ମନ୍ତ୍ରୀଙ୍କ ହତ୍ୟା ରହସ୍ୟ ଉନ୍ମୋଚନ କରିବାକୁ ଉଦ୍ୟମ ଚାଲିଛି।
ଝାରସୁଗୁଡ଼ା ଏୟାରପୋର୍ଟ ଥାନା ପାଇଖାନା ସେପ୍ଟିକ ଟାଙ୍କିରୁ ଉଦ୍ଧାର କରାଯାଇଥିବା କାଗଜଖଣ୍ଡଗୁଡ଼ିକୁ ଯାଞ୍ଚ ଓ ପରୀକ୍ଷଣ ନିମନ୍ତେ ଶନିବାର ହସ୍ତଲେଖା ବ୍ୟୁରୋକୁ ପଠାଯାଇଛି। ଅପରପକ୍ଷରେ ନୂଆଦିଲ୍ଲୀରୁ ଆସିଥିବା ସେଣ୍ଟ୍ରାଲ ଫୋରେନ୍‌ସିକ ସାଇନ୍ସ ଲାବରେଟୋରୀ(ସିଏଫ୍‌ଏସ୍‌ଏଲ୍‌)ର ବିଶେଷଜ୍ଞମାନେ ଝାରସୁଗୁଡ଼ାରେ ଅଭିଯୁକ୍ତଙ୍କ ଫୋରେନ୍‌ସିକ ସାଇକୋଲୋଜିକାଲ ଆସେସ୍‌ମେଣ୍ଟ ଓ ଲେୟାର୍‌ଡ ଭଏସ୍‌ ଆନାଲିସିସ୍‌(ଏଲ୍‌ଭିଏ) ଟେଷ୍ଟ କରୁଛନ୍ତି। ଗୋପାଳଙ୍କ ମାନସିକ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଗଠନ ହୋଇଥିବା ସ୍ବତନ୍ତ୍ର ମେଡିକାଲ ବୋର୍ଡର ମାନସିକ ସ୍ବାସ୍ଥ୍ୟ ବିଶେଷଜ୍ଞ ଟିମ୍‌ ଅଭିଯୁକ୍ତଙ୍କ ମାନସିକ ସ୍ଥିତିକୁ ଯାଞ୍ଚ କରିଛନ୍ତି। ସେମାନଙ୍କ ରିପୋର୍ଟକୁ କ୍ରାଇମବ୍ରାଞ୍ଚ ଅପେକ୍ଷା କରିଛି। ସେହିପରି ଗୋପାଳଙ୍କ ଆର୍ମସ୍‌ ଆଣ୍ଡ୍‌ ଆମ୍ୟୁନିସନ ଇସ୍ୟୁ ରେଜିଷ୍ଟର ଓ ଆନୁଆଲ ରେଞ୍ଜ କୋର୍ସ ରେକର୍ଡକୁ ମଧ୍ୟ ଯାଞ୍ଚ କରାଯାଉଛି। ମନ୍ତ୍ରୀଙ୍କୁ ହତ୍ୟା ସମ୍ପର୍କିତ କାଗଜପତ୍ର ଓ ସଂଗୃହୀତ ପ୍ରମାଣଗୁଡ଼ିକୁ ଯାଞ୍ଚ କରାଯିବା ସହ ବିଭିନ୍ନ ଦିଗକୁ ଆଧାର କରି ବିଶ୍ଳେଷଣ ମଧ୍ୟ କରାଯାଉଛି। ହତ୍ୟାର ଉଦ୍ଦେଶ୍ୟକୁ ଉନ୍ମୋଚନ କରିବା ପାଇଁ କ୍ରାଇମବ୍ରାଞ୍ଚ ସମସ୍ତ କୌଶଳ ପ୍ରୟୋଗ କରୁଛି। କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ଶନିବାର ଜଷ୍ଟିସ ଜେ.ପି. ଦାସଙ୍କୁ ସାକ୍ଷାତ୍‌ କରିବା ପରେ ପୁନର୍ବାର ଝାରସୁଗୁଡ଼ା ଫେରି ପ୍ରତ୍ୟକ୍ଷ ଭାବେ ତଦନ୍ତ ପ୍ରକ୍ରିୟାକୁ ନିୟନ୍ତ୍ରଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକଟ: ୧୧।୧୦: ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ଖୋଳିବାରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?