ଆର୍ମି ଏଡି କଲେଜ ଦୀକ୍ଷାନ୍ତ ସମାରୋହ ଆଜି : ପହଞ୍ଚିଲେ ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଗୋପାଳପୁର,୨୮ା୯-ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଆର୍ମି ଏଡି କଲେଜ ପରିସରରେ ଆୟୋଜିତ ହେବାକୁ ଥିବା ଦୀକ୍ଷାନ୍ତ ସମାରୋହରେ ଯୋଗଦେବେ। ରାଷ୍ଟ୍ରପତି ଶୁକ୍ରବାର ବାୟୁସେନାରେ ସ୍ବତନ୍ତ୍ର ବିମାନରେ ଆସି ଅପରାହ୍ନ ପ୍ରାୟ ସାଢ଼େ ୨ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ ଏବଂ ଅନ୍ୟ ପୋଲିସ ଅଧିକାରୀମାନେ ସ୍ବାଗତ ଜଣାଇଥିଲେ। ପରେ ରାଷ୍ଟ୍ରପତି, ତାଙ୍କ ପତ୍ନୀ, ରାଜ୍ୟପାଳ, ଦୁଇ କେନ୍ଦ୍ରମନ୍ତ୍ରୀ ୨ଟି ସ୍ବତନ୍ତ୍ର ହେଲିକପ୍ଟରରେ ଆସି ଅପରାହ୍ନ ପ୍ରାୟ ୩ଟା ୪୦ ମିନିଟରେ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ପହଞ୍ଚତ୍ଥିଲେ। ସେଠାରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆର୍‌ଡିସି ଟି. ଆଓ, ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଉପଜିଲାପାଳ ସିନ୍ଧେ ଦତ୍ତାତ୍ରେୟ ଭାଉସାହେବ, ଆଇଜି ଅମିତାଭ ଠାକୁର, ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ, ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଓ ଆର୍ମି ଏଡି କଲେଜର ମୁଖ୍ୟ ବ୍ରିଗେଡିର ରାଜୀବ ଶ୍ରୀବାସ୍ତବ ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ରାଷ୍ଟ୍ରପତି ଓ ରାଜ୍ୟପାଳଙ୍କୁ ସ୍ବାଗତ କରିଥିଲେ। ସେଠାରୁ ଦୁଇ କିଲୋମିଟର ଦୂରରେ ଥିବା ଆର୍ମି ଏଡ଼ି କଲେଜକୁ କଡ଼ା ସୁରକ୍ଷା ବଳୟରେ ରାଷ୍ଟ୍ରପତିଙ୍କୁ ପାଛୋଟି ନିଆଯାଇଥିଲା। ସେଠାରେ ରାଷ୍ଟ୍ରପତି ରାତ୍ରିଯାପନ କରିବେ। ରାଷ୍ଟ୍ରପତି ଆସିବାର କିଛି ସମୟ ପରେ ବାୟୁସେନା ମୁଖ୍ୟ ବିପିନ ରାୱତ ମଧ୍ୟ ହେଲିକପ୍ଟରରୁ ଓହ୍ଲାଇଥିଲେ । ତାଙ୍କୁ ସେନା ପକ୍ଷରୁ କଡ଼ା ସୁରକ୍ଷାରେ ପାଛୋଟି ନିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri