ଆର୍ମି ଏୟାର୍‌ ଡିଫେନ୍ସ କଲେଜକୁ ମିଳିବ ପ୍ରେସିଡେଣ୍ଟ୍‌ସ କଲର୍ସ ଆୱାର୍ଡ଼

ବ୍ରହ୍ମପୁର ଅଫିସ୍‌,୨୦ା୯- ଯୁଦ୍ଧ ଏବଂ ଶାନ୍ତି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗୋଳାବନ୍ଧସ୍ଥିତ ଆର୍ମି ଏୟାର୍‌ ଡିଫେନ୍ସ କଲେଜକୁ ମିଳିବ ପ୍ରେସିଡେଣ୍ଟ୍‌ସ କଲର୍ସ ଆୱାର୍ଡ଼ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ପୁରସ୍କାର ପ୍ରଦାନ କରିବେ। ଆସନ୍ତା ୨୮ତାରିଖରେ କଲେଜରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହେବ। ରାଷ୍ଟ୍ରପତି କୋବିନ୍ଦଙ୍କ ସମେତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସ୍ଥଳ ସେନା ମୁଖ୍ୟ ଜେନେରାଲ୍‌ ବିପିନ୍‌ ରାୱତ୍‌, ଲ୍ୟୁଟନାଣ୍ଟ ଜେନେରାଲ୍‌ ଅଶ୍ୱିନି କୁମାର, ଆର୍ମି ଏୟାର୍‌ ଡିଫେନ୍ସର ଡାଇରେକ୍ଟର୍‌ ଜେନେରାଲ୍‌ ଲ୍ୟୁଟନାଣ୍ଟ ଜେନେରାଲ୍‌ ଏ.ପି. ସିଂ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର କଲେଜରେ ଫୁଲ୍‌ଡ୍ରେସ୍‌ ରିହରସାଲ୍‌ ଅନୁଷ୍ଠିତ ହୋଇଥିଲା। ଯବାନ୍‌ମାନେ ସେରିମୋନିଆଲ୍‌ ପରେଡ୍‌ ପ୍ରଦର୍ଶନ କରିଥିଲେ । ଅତିଥିଙ୍କ ଆଗମନଠାରୁ ଆରମ୍ଭ କରି ବିଭିନ୍ନ କାର୍ଯ୍ୟକ୍ରମର ପର୍ଯ୍ୟାୟକ୍ରମେ ଅଭ୍ୟାସ କରାଯାଇଥିଲା । ଏଥି ସହ ରାଷ୍ଟ୍ରପତିଙ୍କ ଗସ୍ତର କାର୍ଯ୍ୟସୂଚୀ ପ୍ରସ୍ତୁତ ହୋଇଥିଲା। ଅଭ୍ୟାସ ବେଳେ ଆର୍ମି ଏୟାର୍‌ ଡିଫେନ୍ସ କଲେଜ ମୁଖ୍ୟ ବ୍ରିଗେଡିୟର୍‌ ରାଜୀବ ଶ୍ରୀବାସ୍ତବଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ସ୍ଥଳ ସେନାର ସର୍ବୋଚ୍ଚ ଆୱାର୍ଡ଼ଗୁଡ଼ିକର ପ୍ରମୁଖ ହେଉଛି ପ୍ରେସିଡେଣ୍ଟ୍‌ସ କଲର୍ସ ଆୱାର୍ଡ଼। ଯୁଦ୍ଧ ଏବଂ ଶାନ୍ତି କ୍ଷେତ୍ରରେ ଅବଦାନ ପାଇଁ ଏହି ଆୱାର୍ଡ଼ ପ୍ରଦାନ କରାଯାଇଥାଏ। ତେବେ କୌଣସି ଟ୍ରୁପ୍‌ ଅନ୍ତତଃ ୨୫ବର୍ଷ ପୂରଣ କରିବା ପରେ ଏହି ଆୱାର୍ଡ଼ ଦିଆଯାଇଥାଏ। ଆର୍ମି ଏୟାର୍‌ ଡିଫେନ୍ସ କଲେଜର ଗୌରବପୂର୍ଣ୍ଣ ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ି ହେବାକୁ ଯାଉଥିବା ଯୋଗୁ ଯବାନ୍‌ଙ୍କ ମଧ୍ୟରେ ଉତ୍କଣ୍ଠା ଦେଖାଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri