ଆର୍‌ଟିଓ ଯାଞ୍ଚ ଜୋରଦାର

ଢେଙ୍କାନାଳ ଅଫିସ,୩।୩ ସଂଶୋଧିତ ମୋଟର ଯାନ ଆଇନ ଲାଗୁ କରାଯିବା ପରେ ନିୟମ ଉଲ୍ଲଂଘନକାରୀଙ୍କ ପ୍ରତି କଠୋର ହୋଇଛି ଢେଙ୍କାନାଳ ଜିଲା ପୋଲିସ ଏବଂ ଆଞ୍ଚଳିକ ପରିବହନ ବିଭାଗ (ଆର୍‌ଟିଓ)। ଏହି ପରିପ୍ରେକ୍ଷୀରେ କଟକଣା ଜାରି ହେବାର ଦ୍ୱିତୀୟ ଦିନରେ ଆର୍‌ଟିଓ ପକ୍ଷରୁ ୫୨ ଯାନବାହନର ଚାଲାଣ କଟାଯାଇଛି। ଜରିମାନା ବାବଦକୁ ୪ଲକ୍ଷ ୮ହଜାର ଟଙ୍କା ଆଦାୟ କରାଯାଇଛି।
ଟ୍ରାଫିକ୍‌ ତଣ୍ଡକୁ ଡରୁନାହାନ୍ତି ଗାଡ଼ିଚାଳକ। ଦ୍ୱିତୀୟ ଦିନରେ ମଧ୍ୟ ସମାନ ଘଟଣା ଦେଖିବାକୁ ମିଳିଥିଲା ଢେଙ୍କାନାଳରେ। ଅନେକ ବାଇକ୍‌ ଚାଳକ ନିଜର ସୁରକ୍ଷାକୁ ବିପନ୍ନ କରି ଗାଡ଼ି ଚଳାଉଥିବା ଦେଖିବାକୁ ମିଳିଥିଲା। ବିନା ହେଲମେଟରେ ଗାଡ଼ି ଚଳାଉଥିବା ବେଳେ ୪୦ ଚାଳକ, ଗାଡ଼ି ଚଳାଇବାବେଳେ ମୋବାଇଲ ବ୍ୟବହାର କରୁଥିବା ୩ ଚାଳକ ଏବଂ ସିଟ୍‌ ବେଲ୍ଟ ବାନ୍ଧି ନ ଥିବା ଅଭିଯୋଗରେ ୫ଜଣ ଡ୍ରାଇଭରଙ୍କ ଚାଲାଣ କରାଯାଇଥିଲା। ସେହିପରି ଜଣେ ମଦ୍ୟପ ବାଇକ ଆରୋହୀ, ଗୋଟିଏ ଓଭରଲୋଡିଂ ଏବଂ ମାଲବାହୀ ଗାଡ଼ିରେ ଯାତ୍ରୀ ପରିବହନ କରୁଥିବା ୨ଟି ଗାଡ଼ିରୁ ଚାଲାଣ କଟାଯାଇଛି।
ଜିଲା ଆଞ୍ଚଳିକ ପରିବହନ ଅଧିକାରୀ ବସନ୍ତ କୁମାର ମାଝିଙ୍କ ନେତୃତ୍ୱରେ ମୋଟରଯାନ ନିରୀକ୍ଷକ ସମ୍ବିତ କୁମାର, ଅତିରିକ୍ତ ଆରଟିଓ ଦେବାଶିଷ ସ୍ବାଇଁ, ଜୁନିୟର ଏମ୍‌ଭିଆଇ ମାନସ ପୃଷ୍ଟି ପ୍ରମୁଖ ଯାନବାହନ ଯାଞ୍ଚ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri