ଆସିକା,୨୬ା୨(ଡି.ଏନ୍.ଏ.) – ଆସିକା ବ୍ଲକ ଆଲିପୁର ପଞ୍ଚାୟତ ନିର୍ବାଚନକୁ ନେଇ ହୋଇଥିବା ଏକ ମାମଲାର ବିଚାରକରି ମଙ୍ଗଳବାର ଆସିକାର ଅତିରିକ୍ତ ଜିଲାଜଜ୍ ରାଜଲକ୍ଷ୍ମୀ ପଟ୍ଟନାୟକ ସରପଞ୍ଚ ସନ୍ତୋଷ କୁମାର ଜେନାଙ୍କ ପଦବୀକୁ ଅସିଦ୍ଧ ଘୋଷଣା କରିଛନ୍ତି। ଏଥିସହ ନିର୍ବାଚନରେ ସନ୍ତୋଷଙ୍କ ପ୍ରତିଦ୍ୱନ୍ଦ୍ୱୀ ଥିବା ମନୋଜ କୁମାର ନାହାକଙ୍କୁ ସରପଞ୍ଚ ଭାବେ ଘୋଷଣା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
୨୦୧୭ରେ ହୋଇଥିବା ପଞ୍ଚାୟତ ନିର୍ବାଚନରେ ସନ୍ତୋଷ ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ ା ତେବେ ତାଙ୍କର ୩ ସନ୍ତାନ ଥିବା ଦର୍ଶାଇ ପ୍ରତିଦ୍ୱନ୍ଦ୍ୱୀ ମନୋଜ ଆସିକା କନିଷ୍ଠ ଦେୱାନୀ ବିଚାରପତିଙ୍କ ଅଦାଲତରେ ଅଭିଯୋଗ କରିଥିଲେ ା ଅଦାଲତ ଏହି ମାମଲାର ବିଚାର କରି ନିର୍ବାଚନକୁ ଅବୈଧ ଘୋଷଣା କରିବା ସହ ପୁନର୍ବାର ନିର୍ବାଚନ କରିବା ଲାଗି ଗଞ୍ଜାମ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅଦାଲତଙ୍କ ରାୟକୁ ନେଇ ସନ୍ତୋଷ ଆସିକା ଅତିରିକ୍ତ ଜିଲା ଜଜ୍ଙ୍କ ଅଦାଲତରେ ଅପିଲ କରିଥିବା ବେଳେ ପ୍ରତିଦ୍ୱନ୍ଦ୍ୱୀ ମନୋଜ ମଧ୍ୟ କ୍ରସ ଅପିଲ ଦାଏର କରିଥିଲେ ା ମଙ୍ଗଳବାର ଏହି ମାମଲାର ବିଚାର କରି ଅତିରିକ୍ତ ଜିଲା ଜଜ୍ ନିମ୍ନ ଅଦାଲତ ଦେଇଥିବା ରାୟକୁ କାଏମ ରଖିବା ସହ ପ୍ରତିଦ୍ୱନ୍ଦ୍ୱୀ ମନୋଜଙ୍କୁ ସରପଞ୍ଚ ଭାବେ ଘୋଷଣା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସନ୍ତୋଷଙ୍କ ପକ୍ଷରୁ ଆଇନଜୀବୀ ରବି କୁମାର ପାତ୍ର ଓ ମନୋଜଙ୍କ ପକ୍ଷରୁ ନାରାୟଣ ମୁନି
ମାମଲା ପରିଚାଳନା କରୁଥିଲେ ା
Posted inଆମ ଜିଲା ଖବର, ଗଞ୍ଜାମ View All
ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ
ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...
ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…
ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...
ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ
ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...
ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...
ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍: ପୁରୁଷୋତ୍ତମପୁର ଏସ୍ଡିପିଓ, ଗଞ୍ଜାମ ଥାନା ପ୍ରଥମ
ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍ ନେଟ୍ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍ଏସ୍) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍...
ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …
ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...
ଗଞ୍ଜାମ ଜିଲା ଭାଜପା ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...
ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…
ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...
Archives


