ଆଲେନ୍‌ ପକ୍ଷରୁ ଓରିଏଣ୍ଟେସନ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୬-୪: ପ୍ରମୁଖ କୋଚିଂ ପ୍ରତିଷ୍ଠାନ ଆଲେନ୍‌ କ୍ୟାରିୟର ଇନ୍‌ଷ୍ଟିଚ୍ୟୁଟ ପକ୍ଷରୁ ନୂତନ ଶିକ୍ଷା ଅଧିବେଶନ ପାଇଁ ସ୍ଥାନୀୟ ରେଳ ଅଡିଟୋରିୟମଠାରେ ଏକ ଓରିଏଣ୍ଟେଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଚଳିତ ମାସ ୨୫ରୁ ପ୍ରତିଷ୍ଠାନରେ ପାଠପଢା ଆରମ୍ଭ ହୋଇଛି। ଅଧିବେଶନକୁ ଆଲେନ୍‌ କ୍ୟାରିୟର ଇନ୍‌ଷ୍ଟିଚ୍ୟୁଟର ବରିଷ୍ଠ ଉପସଭାପତି ସି.ଆର୍‌.ଚୌଧରୀ ଉନ୍ମୋଚନ କରିଥିଲେ। ଓଡ଼ିଶାରେ ଅନେକ ପ୍ରତିଭାବାନ ଛାତ୍ରୀଛାତ୍ର ରହିଥିବା ଚୌଧୁରୀ ଏଥିରେ ଗୁରୁତ୍ୱାରୋପ କରିଛନ୍ତି। ଏଠାକାର ଛାତ୍ରୀଛାତ୍ର ବହୁତ ପରିଶ୍ରମୀ ହୋଇଥିବା ବେଳେ ଠିକ୍‌ ମାର୍ଗଦର୍ଶନ ପାଇଲେ ଜାତୀୟ ସ୍ତରରେ ଭଲ ପ୍ରଦର୍ଶନ କରିବେ ବୋଲି ସେ ମତ ରଖିଛନ୍ତି। ଛାତ୍ରୀଛାତ୍ରଙ୍କ ମେଡିକାଲ ଏବଂ ଇଞ୍ଜିନିୟରିଂ କ୍ଷେତ୍ରରେ କ୍ୟାରିୟର ଗଢିବାର ସ୍ବପ୍ନକୁ ପୂରଣ କରିବା ଦିଗରେ କାର୍ଯ୍ୟକ୍ରମ ଗ୍ରହଣ କରୁଥିବା ସେ କହିଛନ୍ତି। ଛାତ୍ରୀଛାତ୍ରଙ୍କ ସମସ୍ୟା ସମାଧାନ କରିବା ସହ ସେମାନଙ୍କ ପ୍ରଦର୍ଶନରେ ଉନ୍ନତି ଆଣିବା ଲାଗି ଅଭିଜ୍ଞ ଫାକଲଟିଙ୍କ ସହ କାର୍ଯ୍ୟ କରୁଥିବା ଭୁବନେଶ୍ୱର ସେଣ୍ଟର ମୁଖ୍ୟ ଅନୁରାଗ ମିଶ୍ର ସୂଚନା ଦେଇଛନ୍ତି। କାର୍ଯ୍ୟକ୍ରମରେ ଆଲେନ୍‌ର ଉପସଭାପତି ପଙ୍କଜ ଅଗ୍ରଓ୍ବାଲ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ଏଣିକି ବିନା ଇଣ୍ଟରନେଟ୍‌ରେ ହେବ UPI ପେମେଣ୍ଟ! ଦ୍ରୁତ ଗତିରେ ଚାଲିଛି…

ନୂଆଦିଲ୍ଲୀ,୨୧।୭: UPI ଭାରତରେ ଡିଜିଟାଲ ପେମେଣ୍ଟର ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏବେ ଇଣ୍ଟରନେଟ ସଂଯୋଗ ବିନା ମଧ୍ୟ UPI ପେମେଣ୍ଟ କରିବାର ଏକ ଉପାୟ ଖୋଲିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri