ଆଲୋଚନା ପାଇଁ ଆସିଲେନି କର୍ତ୍ତୃପକ୍ଷ

ବ୍ରହ୍ମପୁର ଅଫିସ,୧୯ା୭- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅବସରପ୍ରାପ୍ତ କର୍ମଚାରୀଙ୍କ ବିଭିନ୍ନ ଦାବି ପୂରଣ ନେଇ ପ୍ରଶାସନିକ ଭବନ ଆଗରେ ଧାରଣା ଦିଆଯାଇଛି। ୬ ଦଫା ଦାବି ପୂରଣ ନେଇ ସଂଘ ପକ୍ଷରୁ ଦିଆଯାଇଥିବା ଶାନ୍ତିପୂର୍ଣ୍ଣ ଧାରଣା ଗୁରୁବାର ଦ୍ୱିତୀୟ ଦିନରେ ପହଞ୍ଚିଥିଲେ ମଧ୍ୟ ଆଲୋଚନା ପାଇଁ ବିଶ୍ୱବିଦ୍ୟାଳୟର କୌଣସି ପ୍ରଶାସନିକ ଅଧିକାରୀ ଆସି ନ ଥିବା କର୍ମଚାରୀମାନେ ଅଭିଯୋଗ କରିଛନ୍ତି। ଅବସରପ୍ରାପ୍ତ କର୍ମଚାରୀଙ୍କ ପିଛିଲା ଦିନର ବକେୟା ଅର୍ଥ ପ୍ରାପ୍ୟ ରାଜ୍ୟ ଉଚ୍ଚନ୍ୟାୟାଳୟ ନିର୍ଦ୍ଦେଶ ଅନୁଯାୟୀ ପ୍ରଦାନ କରିବା, ପରିବର୍ତ୍ତିତ ଲିଭ ଏନ୍‌କେସମେଣ୍ଟ, ପରିବର୍ତ୍ତିତ ଗ୍ରାଚୁଇଟି ପରିବର୍ତ୍ତିତ କମ୍ୟୁଟେଶନ ପ୍ରଦାନ କରିବା, ୨୦୧୫ ପରଠାରୁ ପେନସନ ଓ ବକେୟା ପେନସନ ପ୍ରଦାନ ଭଳି ୬ ଦଫା ଦାବି ନେଇ କର୍ମଚାରୀମାନେ ଏହି ଧାରଣା ଦେଇଛନ୍ତି। ଆନ୍ଦୋଳନରେ ସଂଘ ସଭାପତି ଗୋବିନ୍ଦ ଚନ୍ଦ୍ର ସାହୁ, ସମ୍ପାଦକ ରାଧାଶ୍ୟାମ ପଟ୍ଟନାୟକ ପ୍ରଫୁଲ୍ଲ ଦଳାଇ, ରାମକୃଷ୍ଣ ସେନାପତି, ଈଶ୍ୱରୀ ଚନ୍ଦ୍ର ସାହୁ, ଗଣପତି ପ୍ରସାଦ ଚୌଧୁରୀଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ ଅବସରପ୍ରାପ୍ତ କର୍ମଚାରୀ ଧାରଣା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା: ଏଥର ଓଏଏସ୍, ଓଏଫ୍‌ସ୍ଏସ୍, ଓଆରଏସ ପଦବି ନାହିଁ

ଭୁବନେଶ୍ବର,୨।୧: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଏଏସ୍ (OAS), ଓଏଫ୍‌ଏସ୍ (OFS) ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri