ଆଲ୍ଲାହାବାଦ ବ୍ୟାଙ୍କ ପକ୍ଷରୁ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୨୬-୪: ଆଲ୍ଲାହାବାଦ ବ୍ୟାଙ୍କ ପକ୍ଷରୁ ଏହାର କଲିକତାସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ୧୫୫ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ବ୍ୟାଙ୍କର ଏମ୍‌ଡି ତଥା ସିଇଓ ସିଏଚ୍‌ ଏସ୍‌.ଏସ୍‌. ମଲ୍ଲିକାର୍ଜୁନ ରାଓ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ। ଏହି ଅବସରରେ ଅଲ୍‌ବ୍ୟାଙ୍କ କିଶୋର ଏବଂ ଅଲ୍‌ବ୍ୟାଙ୍କ ଜେନ୍‌ଏକ୍ସ ନାମରେ ଦୁଇ ପ୍ରଡକ୍ଟ ଏବଂ ବ୍ୟାଙ୍କର ପ୍ରାଜେକ୍ଟ ନବୋଦୟକୁ ରାଓ ଶୁଭାରମ୍ଭ କରିଥିଲେ। ଏହା ବ୍ୟାଙ୍କିଙ୍ଗ ଧାରାରେ ପରିବର୍ତ୍ତନ ଆଣିବାରେ ସହାୟକ ହେବ ବୋଲି ସେ କହିଛନ୍ତି। ଟେକ୍ନୋଲୋଜି ଦ୍ୱାରା ଗ୍ରାହକ କୈନ୍ଦ୍ରିକ ସେବା ଯୋଗାଣ ଉପରେ ଏହି ଅବସରରେ ରାଓ ଗୁରୁତ୍ୱାରୋପ କରିଥିଲେ।

ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟରେ ପ୍ରତିଷ୍ଠା ଦିବସ ପାଳନ ଅବସରରେ ରୋଡ ଶୋ’, ମାଗଣା ସ୍ବାସ୍ଥ୍ୟ ଶିବିର ଏବଂ ଗ୍ରାହକ ସମ୍ମିଳନୀ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଆଞ୍ଚଳିକ ମୁଖ୍ୟ କେ.ମୂରଲୀ କ୍ରୀଷ୍ଣା ବ୍ୟାଙ୍କର ବିଭିନ୍ନ ଉଲ୍ଲେଖନୀୟ ସଫଳତା ଏବଂ ଲୋକପ୍ରିୟ ଉତ୍ପାଦ ଉପରେ ଲୋକମାନଙ୍କୁ ଅବଗତ କରାଇଥିଲେ। କାର୍ଯ୍ୟକ୍ରମରେ ଆର୍‌ବିଆଇ କ୍ଷେତ୍ରୀୟ ପ୍ରବନ୍ଧକ ଏମ୍‌.କେ. ମଲ୍ଲ, ନାବାର୍ଡର ମୁଖ୍ୟ ମହାପ୍ରବନ୍ଧକ ଏ.ଚନ୍ଦ୍ରଶେଖର, ପ୍ରଶାନ୍ତ ପଣ୍ଡା, ଗୁପ୍ତା ପାଓ୍ବାରର ଏମ୍‌ଡି ଏମ୍‌.ପି. ଗୁପ୍ତା ପ୍ରମୁଖ ଉପସ୍ଥିତ ରହି ବକ୍ତବ୍ୟ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୬୦୦ କମ୍ପାନୀକୁ ପଛରେ ପକାଇ ବଡ଼ ଡିଲ୍ ହାତେଇଲା ଭାରତର ଏହି ଷ୍ଟାର୍ଟଅପ୍

ନୂଆଦିଲ୍ଲୀ,୧୫ା୩: ଭାରତୀୟ ଯୁବ ଇଞ୍ଜିନିୟରଙ୍କ କମାଲ। କେରଳର ତିରୁବନନ୍ତପୁରମରୁ ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ‘ଜେନରୋବୋଟିକ୍ସ’ ସିଙ୍ଗାପୁରରୁ ଏକ ବଡ଼ ସଫଳତା ହାସଲ କରିଛି। ବିଶ୍ୱର ପ୍ରାୟ ୬୦୦ରୁ…

ଭାରତରେ ମହଙ୍ଗା ହୋଇପାରେ ଖାଦ୍ୟ ସାମଗ୍ରୀ ଓ ସାର: ନୀତି ଆୟୋଗ ସଦସ୍ୟ

ନୂଆଦିଲ୍ଲୀ,୧୫ା୩: ପଶ୍ଚିମ ଏସିଆରେ ଜାରି ରହିଥିବା ଦୀର୍ଘକାଳୀନ ଯୁଦ୍ଧ ଭାରତୀୟ ଅର୍ଥନୀତି ଉପରେ ଚାପ ପକାଇପାରେ। ନୀତି ଆୟୋଗର ସଦସ୍ୟ ରମେଶ ଚାନ୍ଦ ଏକ ସାକ୍ଷାତକାରରେ ଏନେଇ…

ଏହି ଦିନରୁ ମହଙ୍ଗା ହେବ FASTag ବାର୍ଷିକ ପାସ୍: ଜାଣନ୍ତୁ କେତେ ବଢ଼ିଲା ଦର

ନୂଆଦିଲ୍ଲୀ,୧୫।୩: ଜାତୀୟ ରାଜପଥରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ନିଜ ଗାଡ଼ି ପାଇଁ FASTag ବାର୍ଷିକ ପାସ୍ ବ୍ୟବହାର କରୁଛନ୍ତି, ତେବେ…

LPG ପରେ ଏବେ ଇଲେକ୍ଟ୍ରିକୁ ନେଇ ସରକାରଙ୍କ ବଡ଼ ଘୋଷଣା, ପଡିବ ବଡ଼ ପ୍ରଭାବ

ନୂଆଦିଲ୍‌ଲୀ,୧୫।୩: LPG ଏବଂ PNG ନିୟମରେ ପରିବର୍ତ୍ତନ ପରେ, କେନ୍ଦ୍ର ସରକାର ବର୍ତ୍ତମାନ ବିଦ୍ୟୁତ ନିୟନ୍ତ୍ରଣ ନିୟମରେ ପ୍ରମୁଖ ସଂଶୋଧନ ଘୋଷଣା କରିଛନ୍ତି। ଏହି ପରିବର୍ତ୍ତନଗୁଡ଼ିକ ବ୍ୟକ୍ତି,…

ସିଲିଣ୍ଡରର ବିକଳ୍ପ ହେବ କିରୋସିନ, ଓଡ଼ିଶାରେ ଆଜି ରେଟ୍‌ ଅଛି ଏତିକି, ଲିଟରେ କିଣିଲେ…

ଭୁବନେଶ୍ୱର,୧୪।୩: ବର୍ତ୍ତମାନ ସାରା ଦେଶରେ ଗ୍ୟାସ ସିଲିଣ୍ଡରକୁ ନେଇ ହଇଚଇ ସୃଷ୍ଟି ହୋଇଛିି। ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ସଂଘର୍ଷ ଭାରତୀୟ ରୋଷେଇ ଘରର ବଜେଟକୁ…

ଏପ୍ରିଲ ୧ରୁ ବଦଳିଯିବ ଏସବୁ ନିୟମ: ପକେଟ ଉପରେ ପଡ଼ିବ ସିଧାସଳଖ ପ୍ରଭାବ

ନୂଆଦିଲ୍ଲୀ,୧୪।୩: ଚଳିତବର୍ଷ କେନ୍ଦ୍ରୀୟ ବଜେଟରେ ଆୟକର ଆଇନରେ ଅନେକ ସଂଶୋଧନ କରାଯାଇଥିଲା, ଯାହାର ଲକ୍ଷ୍ୟ ନିୟମକୁ ସରଳ କରିବା ଏବଂ କରଦାତାଙ୍କ ପାଇଁ ପ୍ରକ୍ରିୟାଗତ ବୋଝ ହ୍ରାସ…

ଗ୍ୟାସକୁ ନେଇ ହୁଅନ୍ତୁନି ଟେନସନ! ସରକାର କହିଲେ ରାଶନ କାର୍ଡ ଥିଲେ ମାଗଣାରେ ମିଳିବ….

ନୂଆଦିଲ୍ଲୀ,୧୪।୧: “ରନ୍ଧନ ଗ୍ୟାସର ଅଭାବ ହେଲେ ଆମେ ବିକଳ୍ପ ଇନ୍ଧନ ଭାବରେ କିରୋସିନ ଯୋଗାଇବାକୁ ପ୍ରସ୍ତୁତ” । ସାରା ଦେଶରେ ଯେତେବେଳେ ରନ୍ଧନ ଗ୍ୟାସ ଯୋଗାଣରେ ବିଳମ୍ବ…

ଯାତ୍ରୀଙ୍କୁ ‘ଇଣ୍ଡିଗୋ’ର ଝଟ୍‌କା: ବିମାନ ଟିକେଟ ଉପରେ ଲାଗିଲା ‘ଫ୍ୟୁଏଲ ସରଚାର୍ଜ’, ମାର୍ଚ୍ଚ ୧୪ରୁ…

ନୂଆଦିଲ୍ଲୀ,୧୩।୩: ବିଶ୍ୱ ବଜାରରେ ବିମାନ ଇନ୍ଧନ (ATF) ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ଇଣ୍ଡିଗୋ ନିଜର ଭଡ଼ା ବୃଦ୍ଧି କରିବା ନିଷ୍ପତ୍ତି ନେଇଛି। ପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri