ଆଳିରୁ ଉଠିଲା ଶଟ୍‌ଡାଉନ୍‌

ଆଳି,୧୦ା୪(ଡି.ଏନ.ଏ.)କେନ୍ଦ୍ରାପଡ଼ା ଜିଲାର ଆଳି ଅଞ୍ଚଳରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଜିଲା ପ୍ରଶାସନ ପକ୍ଷରୁ ଆକ୍ରାନ୍ତଙ୍କ ଗ୍ରାମର ୩ କିମି ପରିଧି ମଧ୍ୟରେ ଥିବା ୧୨ ଗାଁ ଓ ବଜାରକୁ ମଙ୍ଗଳବାର ସକାଳ ୮ଟାଠାରୁ ୪୮ଘଣ୍ଟା ପାଇଁ ଶଟଡାଉନ ଘୋଷଣା କରାଯାଇଥିଲା। ଗୁରୁବାର ସକାଳ ୮ଟାରେ ପ୍ରଶାସନ ପକ୍ଷରୁ ଏହି ଶଟ୍‌ଡାଉନକୁ ଉଠାଇ ଦିଆଯାଇଥିବାବେଳେ ଲକ୍‌ଡାଉନ ବଳବତ୍ତର ରହିଛି। ଶଟଡାଉନ ନିମନ୍ତେ ଆଳି ବଜାରରେ ବନ୍ଦ ରହିଥିବା ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନଗୁଡିକ ଗୁରୁବାର ସକାଳୁ ଖୋଲିଥିଲା। ଲୋକେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ବଜାରକୁ ଆସିଥିବା ଦେଖିବାକୁ ମିଳିଥିଲା। ପ୍ରଶାସନର ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ସକାଳ ୬ଟାରୁ ୧୧ଟା ପର୍ଯ୍ୟନ୍ତ ଦୋକାନ ଖୋଲା ରହିଥିଲା। ଏହାପରେ ବଜାର ପୁଣି ଶୂନଶାନ ହୋଇ ଯାଇଥିଲା। ପୋଲିସ ପକ୍ଷରୁ ପାଟ୍ରୋଲିଂ କଡାକଡି କରାଯିବା ସହ ବଜାରକୁ ବାଇକ ନ ଆଣିବା ଓ ସମସ୍ତଙ୍କୁ ମାସ୍କ ପିନ୍ଧିବା ପାଇଁ ବାଧ୍ୟ କରାଯାଇଥିଲା। ଅପରପକ୍ଷେ କରୋନା ଆକ୍ରାନ୍ତଙ୍କ ଦୂର ସମ୍ପର୍କୀୟ ୯ ଜଣଙ୍କ ସ୍ବାବ୍‌ ପରୀକ୍ଷା ନିମନ୍ତେ ଜିଲା କୋଭିଡ୍‌-୧୯ ଟିମ ନେଇଥିବା ସୂଚନା ମିଳିଛି। ଆଳି ବ୍ଲକର ଆଳି ବଜାର, ମେଣ୍ଢପୁର ପଞ୍ଚାୟତ ଓ ନିଆଳ ପଞ୍ଚାୟତର ୧୩ ସ୍ଥାନରେ ନିୟୋଜିତ ହୋଇଥିବା ଆକ୍ଟିଭ ସର୍ଭିଲାନ୍ସ ଟିମ୍‌ ସର୍ଭେ କରି ୪ ଜଣଙ୍କ ଦେହରେ ସାମାନ୍ୟ ନମୁନା ଥିବା ଲକ୍ଷ୍ୟ କରି ତାଙ୍କ ସ୍ବାବ ସଂଗ୍ରହ କରିଥିବା ବେଳେ ଜିଲା କୋଭିଡ୍‌-୧୯ ଟିମ୍‌ ଦୂର ସମ୍ପକୀୟ ଅନ୍ୟ ୫ ଜଣଙ୍କ ସ୍ବାବ ନେଇଛନ୍ତି। ଆକ୍ରାନ୍ତଙ୍କ ଇନଡାଇରେକ୍ଟ କଣ୍ଟାକ୍ଟରେ ଆସିଥିବା ଆଉ କେତେଜଣଙ୍କୁ ଷ୍ଟ୍ରେସ କରାଯାଉଛି ବୋଲି ଆଳି କରୋନା ନୋଡାଲ ହେଲ୍‌ଥ ଅଫିସର ଡା. ଇନ୍ଦ୍ରଭାନୁ ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?