ଆଶାକର୍ମୀଙ୍କୁ ଆକ୍ରମଣ, ୨ ଗିରଫ

ନୟାଗଡ଼ ଅଫିସ/ରଣପୁର,୧୧ା୫(ସ୍ବ.ପ୍ର.): ରଣପୁର ଥାନା ବିନୋଦପଡାଠାରେ ଭୁବନେଶ୍ୱର ଫେରନ୍ତାଙ୍କ ନାମ ପଞ୍ଜୀକରଣ କରିବାରୁ କରୋନା ଯୋଦ୍ଧା ଆଶାକର୍ମୀ ନଳିନୀ ପ୍ରଧାନଙ୍କୁ ରବିବାର ରାତିରେ ଆକ୍ରମଣ ହୋଇଛି। ଆଶାକର୍ମୀଙ୍କ ଅଭିଯୋଗ କ୍ରମେ ରଣପୁର ପୋଲିସ ଏକ ମକଦ୍ଦମା ରୁଜୁ କରି ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ବିନୋଦପଡାର କମଳାକାନ୍ତ ପାଣି ଓ ହରମୋହନ ନାୟକ। ଅଭିଯୋଗ ଅନୁସାରେ ବୃନ୍ଦାବନପୁର ପଞ୍ଚାୟତ ବିନୋଦପଡାର ଆଶାକର୍ମୀ ନଳିନୀ ରବିବାର ଗ୍ରାମରେ କରୋନା ଉପରେ ରିପୋର୍ଟ ସଂଗ୍ରହ ଓ ସଚେତନତା କରୁଥିଲେ। ସେ କମଳାକାନ୍ତଙ୍କ ଘରେ ପହଞ୍ଚି ପୁଅଙ୍କ ସମ୍ପର୍କରେ ତଥ୍ୟ ପଚାରିଥିଲେ। ଭୁବନେଶ୍ୱର ଫେରନ୍ତା ପୁଅଙ୍କ ନଁ। ପଞ୍ଜୀକରଣ କରିବା ନେଇ ନଳିନୀଙ୍କ ଉପରେ କ୍ଷୁବ୍‌ଧ ହୋଇଥିଲେ କମଳାକାନ୍ତ। ପୁଅକୁ ହୋମ ଆଇସୋଲେଶନରେ ରଖିବାକୁ ପରାମର୍ଶ ଦେବାରୁ ସେ ଗାଳିଗୁଲଜ କରିଥିଲେ। ହେଲେ ଆଶା କିଛି ଉତ୍ତର ନ ଦେଇ ଘରକୁ ଆସି ଘଟଣା ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଇଥିଲେ। ରବିବାର ରାତିରେ ଘରେ ଥିବାବେଳେ କମଳାକାନ୍ତ ଓ ହରମୋହନ ଆସି ଆଶାକର୍ମୀଙ୍କୁ ଗାଳିଗୁଲଜ କରିବା ସହ ମାର୍‌ପିଟ କରି ଚାଲିଯାଇଥିଲେ। ପରେ ଆହତ ଆଶାକର୍ମୀ ରଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକତ୍ସା ପାଇଁ ଯାଇଥିଲେ। ହାକ୍ତରଙ୍କ ପରାମର୍ଶ କ୍ରମେ ସେ ରଣପୁର ପୋଲିିସକୁ ଘଟଣା ସମ୍ପର୍କରେ ଅବଗତ କରାଇଥିଲେ। ହେଲେ ପୋଲିସ ସକାଳୁ ଆସିବାକୁ କହିଥିଲା । ପରେ ଆଶା ସୋମବାର ସକାଳୁ ଆସି ଅଭିଯୋଗ କରିବା ପରେ ପୋଲିସ ମାମଲା (ନଂ.୧୨୬/୨୦) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ନିଜ ଜୀବନକୁ ବାଜି ଲଗାଇ କାମ କରୁଥିବା ଜଣେ ଆଶାଙ୍କୁ ଆକ୍ରମଣ ହୋଇଥିଲେ ମଧ୍ୟ ପୋଲିସ ତତ୍‌କ୍ଷଣାତ୍‌ କାର୍ଯ୍ୟାନୁଷ୍ଠାନ ନେବା ପରିବର୍ତ୍ତେ ସକାଳୁ ଆସିବାକୁ କହିବା କେତେଦୂର ଯୁକ୍ତିଯୁକ୍ତ ବୋଲି ସ୍ଥାନୀୟ ବୁଦ୍ଧିଜୀବୀ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି…

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri