ଆଶାକର୍ମୀଙ୍କୁ ଘରେ ବାନ୍ଧିବା ଘଟଣାପ୍ରତିବାଦରେ ସିଡିଏମ୍‌ଓଙ୍କ ଅଫିସ୍‌ ଘେରାଉ

ବାଲେଶ୍ୱର ଅଫିସ,୨୭।୭- ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଜୁଆରୀ ପଞ୍ଚାୟତ ଅନ୍ତର୍ଗତ ଆଳୁମେଦା ଗ୍ରାମର ଆଶାକର୍ମୀଙ୍କୁ ଘରେ ବାନ୍ଧି ରାତିସାରା ଅଟକ ରଖିବା ଏବଂ ତାଙ୍କୁ ନିର୍ଯାତନା ଦେବା ଅଭିଯୋଗକୁ  ଥାନାଧିକାରୀ ଅବହେଳା କରିବା ପ୍ରତିବାଦରେ ଓଡ଼ିଶା ରାଜ୍ୟ ଆଶା କର୍ମୀ ସଂଘ ବାଲେଶ୍ୱର ଶାଖା ପକ୍ଷରୁ ଶନିବାର ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍‌ଓ) ଡା. ଦୁଲାଳସେନକ ଅଫିସ୍‌ ଘେରାଉ କରିଥିଲେ। ୨୪ଘଣ୍ଟା ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାର ପ୍ରତିଶ୍ରୁତି ପାଇବା ପରେ ଆଶା କର୍ମୀମାନେ ଆନ୍ଦୋଳନକୁ ସ୍ଥଗିତ ରଖିଥିବାର ସଂଘର ସମ୍ପାଦକ ଶକୁନ୍ତଳା ଗୋଚ୍ଛାୟତ ପ୍ରକାଶ କରିଛନ୍ତି।
ଜୁଆରୀ ଗ୍ରାମର ଶୁକଦେବ ୨୨ତାରିଖରେ ପୁରୁଷ ବନ୍ଧ୍ୟାକରଣ ପାଇଁ ସ୍ଥାନୀୟ ଆଶାକର୍ମୀ ଭଗବତୀଙ୍କ ସହ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସିଥିଲେ। ବନ୍ଧ୍ୟାକରଣ ପରେ ଶୁକଦେବଙ୍କୁ ଚିକିତ୍ସା ନିମନ୍ତେ ଭର୍ତ୍ତି ହେବାକୁ ଡାକ୍ତର ପରାମର୍ଶ ଦେଇଥିଲେ। କିନ୍ତୁ ଏହାକୁ ବେଖାତିର୍‌ କରି ସେ ମୋଟରସାଇକେଲ ଯୋଗେ ଘରକୁ ଫେରିଥିଲେ। ଫଳରେ ତାଙ୍କ ଦେହ ହଠାତ୍‌ ଅସୁସ୍ଥ ହୋଇଥିଲା। ପରିବାର ଲୋକ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣି ଚିକିତ୍ସା କରାଇଥିଲେ। ୩ଦିନ ପରେ ଅର୍ଥାତ୍‌ ଗତ ୨୪ତାରିଖ ସନ୍ଧ୍ୟାରେ ଆଶାକର୍ମୀ ଭଗବତୀ ତାଙ୍କୁ ଘରକୁ ଛାଡ଼ିବାକୁ ଯାଇଥିଲେ। ହଠାତ୍‌ ଶୁକଦେବଙ୍କ ୩ ଭାଇ, ବାପା ଉତ୍ତ୍ୟକ୍ତ ହୋଇ ତାଙ୍କୁ ଗାଳିଗୁଲଜ କରିବା ସହ ଘରେ ଦଉଡିରେ ବାନ୍ଧି ମାଡ଼ ମାରିଥିଲେ। ସେ ନିରୁପାୟ ହୋଇ ମୁମୂର୍ଷୁ ଅବସ୍ଥାରେ ପଡ଼ି ରହିଥିବା ବେଳେ ଗତ ୨୫ତାରିଖ ପୂର୍ବାହ୍ନରେ ତାଙ୍କର ସ୍ବାମୀ ବାସୁଦେବ ଘଟଣାସ୍ଥଳରେ ପହଞ୍ଚତ୍ ତାଙ୍କୁ ଉଦ୍ଧାର କରିଥିଲେ। କରିବା ସହ ଆଶାକର୍ମୀମାନଙ୍କୁ ଆଇନ୍‌ ଅନୁସାରେ ସହଯୋଗ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।
ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଜଗଦେବ କହନ୍ତି, ଆଶାକର୍ମୀଙ୍କ ପ୍ରତି ଏଭଳି ବ୍ୟବହାର ଦୁର୍ଭାଗ୍ୟଜନକ। ଅଭିଯୋଗ ପାଇ ସିଂଲା ଥାନାଧିକାରୀଙ୍କ ସହ କଥା ହୋଇ ୨୪ ଘଣ୍ଟା ଭିତରେ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଅନୁରୋଧ କରିଥିଲେ। ଆଶାକର୍ମୀଙ୍କୁ ଆବଶ୍ୟକ ସହାୟତା ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri