ଆଶାକର୍ମୀଙ୍କୁ ମାଡ଼ମାରି ଜଣେ ଗିରଫ: ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ଜିଲାପାଳ

ବାଲେଶ୍ୱର ଅଫିସ, ୨୪।୪: ବାଲେଶ୍ୱର ଜିଲା ବାରବାଟି ଗ୍ରାମର ଆଶାକର୍ମୀ ସୁଭଦ୍ରା ଭଞ୍ଜ ପ୍ରଶାସନ ପକ୍ଷରୁ ନେଳିଆବାଗ୍‌ କଣ୍ଟେନମେଣ୍ଟ ଅଞ୍ଚଳରେ ସର୍ଭେ କାମରେ ନିୟୋଜିତ ଅଛନ୍ତି। ତେବେ ସୁଭଦ୍ରା ଗୁରୁବାର ଡ୍ୟୁଟିସାରି ଘରକୁ ଫେରୁଥିବା ବେଳେ କଣ୍ଟେନମେଣ୍ଟ ଅଞ୍ଚଳରୁ ଆସିଥିବାକୁ ନେଇ ଗ୍ରାମର ରମେଶ ମହାଳିକ ତାଙ୍କୁ କମେଣ୍ଟ କରିଥିଲେ। ଏଥିସହ ଗ୍ରାମରେ ପୁରାଇବାକୁ ବାରଣ କରିଥିଲେ। ପରେ ରମେଶଙ୍କ ପରିବାର ସୁଭଦ୍ରାଙ୍କ ଘରେ ପଶି ତାଙ୍କ ସହ ଝିଅ ଓ ଶାଶୁଙ୍କୁ ମଧ୍ୟ ମାଡ଼ ମାରିଥିଲେ। ଏଥିରେ ୩ ଜଣ ଆହତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳରେ ଭର୍ତ୍ତି ହୋଇଛନ୍ତି।
ଏହି ଘଟଣାକୁ ନେଇ ସୁଭଦ୍ରାଙ୍କ ପକ୍ଷରୁ ବାଲେଶ୍ୱର ଟାଉନ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପରେ ପୋଲିସ କେସ୍‌ ନଂ. ୯୯/୨୦ରେ ଏକ ମାମଲା ରୁଜୁକରି ଅଭିଯୁକ୍ତ ରମେଶଙ୍କୁ ଗିରଫ କରିଛି। ଅନ୍ୟପଟେ ପ୍ରତିପକ୍ଷଙ୍କ ପକ୍ଷରୁ ମଧ୍ୟ ଥାନରେ ଆଉ ଏକ ଅଭିଯୋଗ ହୋଇଥିବା ଜଣାପଡ଼ିଛି। ଶୁକ୍ରବାର ସକାଳେ ଜିଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ଆଶାକର୍ମୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଥିବା ଜଣାପଡ଼ିଛି। ତେବେ ଏହାକୁ ନେଇ ଅନ୍ୟ ଆଶାକର୍ମୀଙ୍କ ମଧ୍ୟରେ ସ୍ଥାନୀୟ ଅଞ୍ଚଳରେ କାର୍ଯ୍ୟକରିବାକୁ ନେଇ ଅସନ୍ତୋଷ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri