ଆଶାକର୍ମୀ ସଂଘର ଧାରଣା

ଛତ୍ରପୁର,୯ା୧୧(ଡି.ଏନ.ଏ)-ରାଜ୍ୟ ଆଶା ଓ ଆଶାସାଥୀ ସଂଘର ଗଞ୍ଜାମ ଜିଲା କମିଟି ପକ୍ଷରୁ ବିଭିନ୍ନ ଦାବି ନେଇ ଶୁକ୍ରବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇଥିଲା ା ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସଂଘ ପକ୍ଷରୁ ଏକ ସ୍ମାରକପତ୍ର ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ କବୀନ୍ଦ୍ର ସାହୁଙ୍କୁ ପ୍ରଦାନ କରାଯାଇଛି। ଆଶାକର୍ମୀମାନେ ବିଜୁ ପଟ୍ଟନାୟକ ଛକରୁ ରାଲିରେ ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପହଞ୍ଚିଥିଲେ ା ଗ୍ରାମାଞ୍ଚଳରେ ଆଶାକର୍ମୀମାନେ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଆସୁଛନ୍ତି। ଆଶା କର୍ମୀଙ୍କ ଯୋଗୁଁ ପୂର୍ବାପେକ୍ଷା ମାତୃ ଓ ଶିଶୁ ମୃତ୍ୟୁହାର କମିବାରେ ଲାଗିଛି। ସେପ୍ଟେମ୍ବର ୧୧ ତାରିଖରେ ଭିଡିଓ କନଫରେନ୍ସିଂ ଜରିଆରେ ଆଶାକର୍ମୀ ଓ ଆଶାସାଥୀମାନଙ୍କର ପ୍ରୋସତ୍ାହନ ଦୁଇ ଗୁଣ ବୃଦ୍ଧି ନେଇ ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ। ମାତ୍ର ଏହା କାର୍ଯ୍ୟକାରୀ ହୋଇନି। ପ୍ରଧାନମନ୍ତ୍ରୀଙ୍କ ଘୋଷଣାକୁ କାର୍ଯ୍ୟକାରୀ କରିବାକୁ ସଂଘ ପକ୍ଷରୁ ଦାବି କରାଯାଇଥିଲା ା କୁମୁଦିନୀ ପ୍ରଧାନ, ବି. ଲତିକା ପ୍ରଧାନ, ଉର୍ମିଳା ପ୍ରଧାନ, ସୁଚିତ୍ରା ଆଚାର୍ଯ୍ୟ, ସସ୍ମିତା ବେହେରା, ଲକ୍ଷ୍ମୀ ସେଠୀ, ଗୀତା ପଲେଇ ପ୍ରମୁଖ ଧାରଣାରେ ସାମିଲ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri