ଆଶା କର୍ମୀ, ୱାର୍ଡ ମେମ୍ବରଙ୍କୁ ଆକ୍ରମଣ

ଉଦଳା,୯ା୫(ଡି.ଏନ୍‌.ଏ.)- ସାରା ଦେଶ ଏବେ କରୋନା ସହିତ ମୁକାବିଲା କରୁଛି। ଏହି ଯୁଦ୍ଧରେ ଯୋଦ୍ଧା ସାଜିଛନ୍ତି ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡି କର୍ମୀ। ମାତ୍ର ସେମାନଙ୍କୁ ଅନେକ ସ୍ଥାନରେ ଦୁର୍ବ୍ୟବହାର କରାଯିବା ସହିତ ମାଡ଼ ମରାଯାଉଥିବା କଥା ସାମ୍ନାକୁ ଆସୁଛି ା ମୟୂରଭଞ୍ଜ ଜିଲା ଉଦଳା ଥାନା ଅଞ୍ଚଳରେ ଘଟିଯାଇଛି ଏହି ଭଳି ଏକ ସ୍ପର୍ଶକାତର ଘଟଣା। କରୋନା ସଚେତନତା କାର୍ଯ୍ୟରେ ଯାଇଥିବା ଜଣେ ଆଶାକର୍ମୀ ଓ ଓ୍ବାର୍ଡମେମ୍ବରଙ୍କୁ ଆକ୍ରମଣ କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି।
ପୋଲିସ ସୂଚନା ଅନୁୟାୟୀ, କରୋନା ଯୋଗୁ ବାଲେଶ୍ୱର ଜିଲା ଏବେ ରେଡ୍‌ ଜୋନ୍‌ରେ ରହିଛି। ଏହି ଜିଲାର ରାଜବରହମପୁର ଥାନା ଅଞ୍ଚଳରେ ଥିବା ନିଜ ଶ୍ୱଶୁର ଘରକୁ ଉଦଳା ଥାନା ଅଧୀନ ଜାଲଦା ଗ୍ରାମର ଜଣେ ଯୁବକ ଯାଇଥିଲେ ା ଉକ୍ତ ଯୁବକ ଜଣକ ବୁଧବାର ରାତିରେ ନିଜ ସ୍ତ୍ରୀଙ୍କ ସହିତ ଶ୍ୱଶୁର ଘରୁ ନିଜ ଗ୍ରାମକୁ ଫେରି ଆସିଥିଲେ। ଖବରପାଇ ଜାଲଦା ଗ୍ରାମର ଆଶାକର୍ମୀ ଆରତୀ ମଲ୍ଲିକ ଏବଂ ୱାର୍ଡମେମ୍ବର ଜୟନ୍ତୀ ମଲ୍ଲିକ ଗୁରୁବାର ସକାଳେ ସମ୍ପୃକ୍ତ ଯୁବକଙ୍କ ଘରକୁ ପଚରାଉଚରା ପାଇଁ ଯାଇଥିଲେ। ଏଥିରେ ଉତକ୍ଷିପ୍ତ ହୋଇ ସମ୍ପୃକ୍ତ ଯୁବକ ଓ ତାଙ୍କ ପରିବାର ଲୋକେ ଆଶାକର୍ମୀ ଏବଂ ୱାର୍ଡମେମ୍ବରଙ୍କ ଉପର ଆକ୍ରମଣ କରିଥିଲେ। ଆଶାକର୍ମୀଙ୍କ ଉପରକୁ ଜୋତା, ପନିଖି ଓ ବିଭିନ୍ନ ମାରଣାସ୍ତ୍ର ଫୋପାଡିଥିଲେ। ଦୀର୍ଘ ସମୟ ଧରି ଏପରି ଚାଲିବା ପରେ ଆଶାକର୍ମୀ ସେଠାରୁ ଚାଲି ଆସି ଉଦଳା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ା ଅଭିଯୋଗକୁ ଆଧାର କରି ପୋଲିସ୍‌ ଏକ ମାମଲା(ନଂ.୧୩୭/୨୦୨୦)ରୁଜୁ କରି ତଦନ୍ତ ଆରମ୍ଭ କରିଛି ା


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଜେଜେଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ):  ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌...

ଭୟଙ୍କର ଦୁର୍ଘଟଣା ବାଇକ୍‌କୁ ଘୋଷାଡି ନେଲା ବସ୍‌: ଚକା ତଳେ ଗଲା ୩ ଜୀବନ

ବାରିପଦା,୨।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପଖଣ୍ଡ ଗ୍ରାମାଞ୍ଚଳ ଥାନା ଅଧୀନ ହାଟବାଦଡା ରାଣାବନ୍ଧ ଅଞ୍ଚଳ ୨୨୦ ନଂ ଜାତୀୟ ରାଜପଥରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri