ଉଦଳା,୯ା୫(ଡି.ଏନ୍.ଏ.)- ସାରା ଦେଶ ଏବେ କରୋନା ସହିତ ମୁକାବିଲା କରୁଛି। ଏହି ଯୁଦ୍ଧରେ ଯୋଦ୍ଧା ସାଜିଛନ୍ତି ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡି କର୍ମୀ। ମାତ୍ର ସେମାନଙ୍କୁ ଅନେକ ସ୍ଥାନରେ ଦୁର୍ବ୍ୟବହାର କରାଯିବା ସହିତ ମାଡ଼ ମରାଯାଉଥିବା କଥା ସାମ୍ନାକୁ ଆସୁଛି ା ମୟୂରଭଞ୍ଜ ଜିଲା ଉଦଳା ଥାନା ଅଞ୍ଚଳରେ ଘଟିଯାଇଛି ଏହି ଭଳି ଏକ ସ୍ପର୍ଶକାତର ଘଟଣା। କରୋନା ସଚେତନତା କାର୍ଯ୍ୟରେ ଯାଇଥିବା ଜଣେ ଆଶାକର୍ମୀ ଓ ଓ୍ବାର୍ଡମେମ୍ବରଙ୍କୁ ଆକ୍ରମଣ କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି।
ପୋଲିସ ସୂଚନା ଅନୁୟାୟୀ, କରୋନା ଯୋଗୁ ବାଲେଶ୍ୱର ଜିଲା ଏବେ ରେଡ୍ ଜୋନ୍ରେ ରହିଛି। ଏହି ଜିଲାର ରାଜବରହମପୁର ଥାନା ଅଞ୍ଚଳରେ ଥିବା ନିଜ ଶ୍ୱଶୁର ଘରକୁ ଉଦଳା ଥାନା ଅଧୀନ ଜାଲଦା ଗ୍ରାମର ଜଣେ ଯୁବକ ଯାଇଥିଲେ ା ଉକ୍ତ ଯୁବକ ଜଣକ ବୁଧବାର ରାତିରେ ନିଜ ସ୍ତ୍ରୀଙ୍କ ସହିତ ଶ୍ୱଶୁର ଘରୁ ନିଜ ଗ୍ରାମକୁ ଫେରି ଆସିଥିଲେ। ଖବରପାଇ ଜାଲଦା ଗ୍ରାମର ଆଶାକର୍ମୀ ଆରତୀ ମଲ୍ଲିକ ଏବଂ ୱାର୍ଡମେମ୍ବର ଜୟନ୍ତୀ ମଲ୍ଲିକ ଗୁରୁବାର ସକାଳେ ସମ୍ପୃକ୍ତ ଯୁବକଙ୍କ ଘରକୁ ପଚରାଉଚରା ପାଇଁ ଯାଇଥିଲେ। ଏଥିରେ ଉତକ୍ଷିପ୍ତ ହୋଇ ସମ୍ପୃକ୍ତ ଯୁବକ ଓ ତାଙ୍କ ପରିବାର ଲୋକେ ଆଶାକର୍ମୀ ଏବଂ ୱାର୍ଡମେମ୍ବରଙ୍କ ଉପର ଆକ୍ରମଣ କରିଥିଲେ। ଆଶାକର୍ମୀଙ୍କ ଉପରକୁ ଜୋତା, ପନିଖି ଓ ବିଭିନ୍ନ ମାରଣାସ୍ତ୍ର ଫୋପାଡିଥିଲେ। ଦୀର୍ଘ ସମୟ ଧରି ଏପରି ଚାଲିବା ପରେ ଆଶାକର୍ମୀ ସେଠାରୁ ଚାଲି ଆସି ଉଦଳା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ା ଅଭିଯୋଗକୁ ଆଧାର କରି ପୋଲିସ୍ ଏକ ମାମଲା(ନଂ.୧୩୭/୨୦୨୦)ରୁଜୁ କରି ତଦନ୍ତ ଆରମ୍ଭ କରିଛି ା
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ
ଉମରକୋଟ, ୩୧।୭(ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଫ୍ରାନ୍ସିସ୍…
Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ
କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…
odisha floods: ପାଣି ଘେରରେ କେନ୍ଦ୍ରାପଡ଼ାର ୭ ବ୍ଲକ
କେନ୍ଦ୍ରାପଡ଼ା,୩୧।୭: କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଜିଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ଗଣମାଧ୍ୟମ…
ଆସନ୍ତାକାଲି ଖୋଲିବ ଭିତରକନିକା, ଭ୍ରମଣର ମଜା ନେଇପାରିବେ ପର୍ଯ୍ୟଟକ
କେନ୍ଦ୍ରାପଡ଼ା,୩୧ା୭: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍ ଶନିବାର ଖୋଲିବ କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକମାନେ ପୁଣି ଥରେ…
‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’
ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…
Odisha Floods: ଆଉ ୧୨ ଗେଟ୍ ଖୋଲିଲା ହୀରାକୁଦ
ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ…
ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…
ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…
ବସ୍ ଷ୍ଟପ ଅଛି, ବସ୍ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍ ସେବାରୁ ବଞ୍ଚିତ ଅଞ୍ଚଳବାସୀ
ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍ ଷ୍ଟପ୍) ନିର୍ମାଣ ହୋଇଥିଲେ…
Archives

