Posted inଖେଳ

ଆଶେସ୍‌ ପଞ୍ଚମ ଟେଷ୍ଟ: ଇଂଲଣ୍ଡ ସ୍ଥିତ ଦୃଢ଼

ଲଣ୍ଡନ, ୧୫।୯- ସ୍ଥାନୀୟ କେନିଂଟନ ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଆଶେସ ଟେଷ୍ଟରେ ପ୍ରଥମ ଇନିଂସ ଅଗ୍ରଣୀ ହାସଲ କରିଥିବା ଘରୋଇ ଇଂଲଣ୍ଡ ଦ୍ୱିତୀୟ ଇନିଂସରେ ମଧ୍ୟ ପ୍ରଭାବୀ ପ୍ରଦର୍ଶନ କରିଛି। ଦ୍ୱିତୀୟ ଇନିଂସରେ ଓପନର ଜୋ ଡେନ୍‌ଲି, ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ ଓ ଜୋଶ ବଟଲରଙ୍କ ଲଢୁଆ ବ୍ୟାଟିଂ ସହାୟତାରେ ଇଂଲଣ୍ଡ ବୃହତ୍‌ ଅଗ୍ରଣୀ ହାସଲ କରି ସ୍ଥିତି ଦୃଢ଼ କରିଛି। ପ୍ରଥମ ଇନିଂସରେ ୬୯ ରନର ମହତ୍ତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଥିବା ଇଂଲଣ୍ଡ ଶନିବାର ତୃତୀୟ ଦିନ ଖେଳ ଶେଷ ସୁଦ୍ଧା ୯୧ ଓଭରରେ ୮ ଉଇକେଟ ହରାଇ ୩୧୩ ରନ ସଂଗ୍ରହ କରିଛି। ମ୍ୟାଚ୍‌ ଆଉ ୨ ଦିନ ବାକିଥିବା ବେଳେ ଇଂଲଣ୍ଡ ୨ ଉଇକେଟ ହାତରେ ରଖି ୩୮୨ ରନର ବୃହତ୍‌ ଅଗ୍ରଣୀ ହାସଲ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ଦୁଇ ଟେଲଏଣ୍ଡର ଜୋଫ୍ରା ଆର୍ଚର ୩ ଓ ଜ୍ୟାକ ଲିଚ୍‌ ୫ ରନ କରି ଅପରାଜିତ ରହିଛନ୍ତି।
ଦ୍ୱିତୀୟ ଦିନର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୯/୦ରୁ ଇଂଲଣ୍ଡ ଖେଳ ଆରମ୍ଭ କରିଥିଲା। ଓଭରନାଇଟ ବ୍ୟାଟ୍ସମ୍ୟାନ ରୋରି ବନର୍‌ସ ୪ରୁ ଖେଳ ଆରମ୍ଭ କରି ୨୦ ରନ କରି ଆଉଟ ହୋଇଥିଲେ। ସେହିପରି ଓପନର ଜୋ ଡେନ୍‌ଲି ୧ ରନରୁ ଖେଳ ଆରମ୍ଭ କରି ୯୪ ରନର ପାଳି ଖେଳି ଆଉଟ ହେବା ସହ ଶତକ ହାସଲରୁ ବଞ୍ଚିତ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ ୬୭ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିବା ବେଳେ ଜୋଶ ବଟଲର ୪୭, ଅଧିନାୟକ ଜୋ ରୁଟ ୨୧, ଜନି ବେୟାରଷ୍ଟୋ ୧୪, ସାମ କୁରାନ ୧୭ ଓ କ୍ରିସ ଓ୍ବକ୍ସ ୬ ରନ କରି ପ୍ୟାଭିଲିୟନ ଫେରିଥିଲେ। ବୋଲିଂରେ ଅଷ୍ଟ୍ରେଲିଆ ତରଫରୁ ସ୍ପିନର ନାଥନ ଲିୟନ ୩, ପିଟର ସିଡଲ ଓ ମିଚେଲ ମାର୍ଶ ଦୁଇଟି ଲେଖାଏ ଓ ପ୍ୟାଟ କୁମିନ୍ସ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ପୂର୍ବରୁ ଟସ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଇଂଲଣ୍ଡ ପ୍ରଥମ ଇନିଂସରେ ୮୭.୧ ଓଭରରେ ୨୯୪ ରନ କରି ଆଉଟ ହୋଇଥିଲା। ଜବାବରେ ଅଷ୍ଟ୍ରେଲିଆ ୬୮.୫ ଓଭରରେ ୨୨୫ ରନ କରି ଅଲଆଉଟ ହେବା ସହ ୬୯ ରନ ପଛରେ ପଡିଥିଲା। ସିରିଜରେ ଅଷ୍ଟ୍ରେଲିଆ ୨-୧ରେ ଅଗ୍ରଣୀ ରହିଛି।
ସଂକ୍ଷିପ୍ତ ସ୍କୋର:
ଇଂଲଣ୍ଡ ପ୍ରଥମ ଇନିଂସ- ୮୭.୧ ଓଭରରେ ୨୯୪ ଅଲଆଉଟ୍‌।
ଅଷ୍ଟ୍ରେଲିଆ ପ୍ରଥମ ଇନିଂସ- ୬୮.୫ ଓଭରରେ ୨୨୫ ଅଲଆଉଟ୍‌
ଇଂଲଣ୍ଡ ଦ୍ୱିତୀୟ ଇନିଂସ- ୯୧ ଓଭରରେ ୩୧୩/୮
(ଡେନଲି- ୯୪, ଷ୍ଟୋକ୍ସ- ୬୭, ବଟଲର- ୪୭, ଲିୟନ- ୩/୬୫, ସିଡଲ- ୨/୫୨, ମିଚେଲ ମାର୍ଶ- ୨/୪୦)।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri