Posted inଖେଳ

ଆଶେସ: ଅଷ୍ଟ୍ରେଲିଆର ପ୍ରାରମ୍ଭିକ ବିପର୍ଯ୍ୟୟ

ଲଣ୍ଡନ,୧୭।୮- ଲଡର୍‌ସରେ ଚାଲିଥିବା ଦ୍ୱିତୀୟ ଆଶେସ ଟେଷ୍ଟ ମ୍ୟାଚ୍‌ରେ ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଇଂଲଣ୍ଡ ପ୍ରଥମ ଇନିଂସରେ ୨୫୮ ରନ କରି ଅଲଆଉଟ ହୋଇଥିଲା। ଜବାବରେ ପ୍ରଥମ ଇନିଂସ ଆରମ୍ଭ କରି ଅଷ୍ଟ୍ରେଲିଆ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ତୃତୀୟ ଦିନ ଖେଳ ଶେଷ ସୁଦ୍ଧା ୩୭.୧ ଓଭରରେ ୪ ଉଇକେଟ ହରାଇ ୮୦ ରନ ସଂଗ୍ରହ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ଇନ୍‌ଫର୍ମ ଷ୍ଟିଭ୍‌ ସ୍ମିଥ୍‌ ୧୩ ଓ ମାଥ୍ୟୁ ଓ୍ବେଡ୍‌ କୌଣସି ରନ ନ କରି ଅପରାଜିତ ରହିଛନ୍ତି। ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୩୦/୧ରୁ ଅଷ୍ଟ୍ରେଲିଆ ଖେଳ ଆରମ୍ଭ କରିଥିଲା। ଓପନର ଡେଭିଡ ଓ୍ବାର୍ନର ୩, କାମେରନ ବ୍ୟାଙ୍କ୍ରଫ୍ଟ ୧୩, ଉସ୍‌ମାନ ଖ୍ବାଜା ୩୬ ଓ ଟ୍ରାଭିସ୍‌ ହେଡ ୭ ରନ କରି ଆଉଟ ହୋଇଛନ୍ତି। ବୋଲିଂରେ ଇଂଲଣ୍ଡ ପକ୍ଷରୁ ଷ୍ଟୁଆର୍ଟ ବ୍ରଡ ୨, ଜୋଫ୍ରା ଆର୍ଚର ଓ କ୍ରିସ୍‌ ଓ୍ବକ୍ସ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଛନ୍ତି। ବର୍ଷା ଯୋଗୁ ତୃତୀୟ ଦିନର ଖେଳ ବାଧାପ୍ରାପ୍ତ ହୋଇଥିଲା ଓ ପ୍ରଥମ ଦିନର ଖେଳ ସମ୍ପୂର୍ଣ୍ଣ ଧୋଇଯାଇଥିଲା।
ସଂକ୍ଷିପ୍ତ ସ୍କୋର:
ଇଂଲଣ୍ଡ ପ୍ରଥମ ଇନିଂସ: ୨୫୮ ଅଲଆଉଟ।
ଅଷ୍ଟ୍ରେଲିଆ ପ୍ରଥମ ଇନିଂସ: ୩୭.୧ ଓଭରରେ ୮୦/୪


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri