Posted inଖେଳ

ଆଶେସ ଚତୁର୍ଥ ଟେଷ୍ଟ: ବନର୍‌ସ, ରୁଟ୍‌ଙ୍କ ଅର୍ଦ୍ଧଶତକ

ମାଞ୍ଚେଷ୍ଟର,୭।୯- ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ଚତୁର୍ଥ ଆଶେସ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଇଂଲଣ୍ଡ ସଂଘର୍ଷ ଜାରି ରଖିଛି। ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଷ୍ଟିଭ୍‌ ସ୍ମିଥ୍‌ଙ୍କ ୨୧୧ ରନର ଦ୍ୱିଶତକୀୟ ପାଳି ସହ ୧୨୬ ଓଭରରେ ୮ ଉଇକେଟ ହରାଇ ୪୯୭ ରନ ସଂଗ୍ରହ କରି ଇନିଂସ ଘୋଷଣା କରିଥିଲା। ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସ ଆରମ୍ଭ କରି ଶୁକ୍ରବାର ତୃତୀୟ ଦିନ ଖେଳ ଶେଷ ସୁଦ୍ଧା ୭୪ ଓଭରରେ ୫ ଉଇକେଟ ହରାଇ ୨୦୦ ରନ ସଂଗ୍ରହ କରିଛି। ଫଳରେ ଇଂଲଣ୍ଡ ୫ ଉଇକେଟ ହାତରେ ରଖି ଏବେ ୨୯୭ ରନ ପଛରେ ପଡିଛି। ଷ୍ଟମ୍ପ ଅପସାରଣ ବେଳକୁ ଇନ୍‌ଫର୍ମ ବେନ୍‌ ଷ୍ଟୋକ୍ସ ୭ ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋ ୨ ରନ କରି ଅପରାଜିତ ରହିଛନ୍ତି।
୨୫ ରନରେ ୨ ଉଇକେଟ ହରାଇ ଇଂଲଣ୍ଡ ଆରମ୍ଭରୁ ଝଟ୍‌କା ଖାଇଥିଲା। ଓପନର ଜୋ ଡେନଲି ୪ ରନ କରି ପ୍ୟାଟ୍‌ କୁମିନ୍ସଙ୍କ ବଲ୍‌ରେ ଶର୍ଟ ଲେଗ୍‌ରେ ମାଥ୍ୟୁ ଓ୍ବେଡଙ୍କୁ କ୍ୟାଚ୍‌ ଦେଇ ପ୍ରଥମେ ଆଉଟ ହୋଇଥିଲେ। ଏହାପରେ ନାଇଟ୍‌ ଓ୍ବାଚ୍‌ମ୍ୟାନ୍‌ ଭାବେ ବ୍ୟାଟିଂ କରିବାକୁ ଆସିଥିବା କ୍ରେଗ୍‌ ଓଭରଟନ ୫ ରନ କରିଥିବା ବେଳେ ଦ୍ୱିତୀୟ ସ୍ଲିପ୍‌ରେ ସ୍ମିଥ୍‌ଙ୍କୁ କ୍ୟାଚ୍‌ ଦେଇ ପ୍ୟାଭିଲିୟନ ଫେରିଥିଲେ। ଓପନର ରୋରି ବନର୍‌ସ ୮୧ ଓ ଅଧିନାୟକ ଜୋ ରୁଟ ୭୧ ରନର ଅର୍ଦ୍ଧଶତକୀୟ ପାଳି ଖେଳି ପ୍ୟାଭିଲିୟନ ଫେରିଥିଲେ। ତୃତୀୟ ଉଇକେଟରେ ଏହି ଦୁଇ ବ୍ୟାଟ୍ସମ୍ୟାନ ୧୪୧ ରନ କରି ସ୍ଥିତି ସମ୍ଭାଳିବାକୁ ପ୍ରୟାସ କରିଥିଲେ। ଶେଷରେ ଜାସନ ରୟ ୨୨ ରନ କରି ପ୍ୟାଭିଲିୟନ ଫେରିଥିଲେ। ଓଭରଟନଙ୍କ ସମେତ ବନର୍‌ସ, ରୁଟ ଓ ରୟ ଜୋଶ ହାଜେଲଉଡଙ୍କ ଶିକାର ହୋଇଥିଲେ। ବୋଲିଂରେ ଅଷ୍ଟ୍ରେଲିଆ ତରଫରୁ ହାଜେଲଉଡ ୪ ଓ ପ୍ୟାଟ କୁମିନ୍ସ ଗୋଟିଏ ଉଇକେଟ ହାସଲ କରିଥିଲେ।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୨୩/୧ରୁ ଇଂଲଣ୍ଡ ଶୁକ୍ରବାର ଖେଳ ଆରମ୍ଭ କରିଥିଲା। ଓଭରନାଇଟ୍‌ ସ୍କୋର ୧୫ରୁ ଖେଳ ଆରମ୍ଭ କରି ବନର୍‌ସ ଅର୍ଦ୍ଧଶତକ ହାସଲ କରିଛନ୍ତି। ତେବେ ୩ ରନରୁ ଖେଳ ଆରମ୍ଭ କରି ଆଉ ମାତ୍ର ୨ ରନ ଅଧିକ ସଂଗ୍ରହ କରି ଓଭରଟନ ପ୍ୟାଭିଲିୟନ ଫେରିଥିଲେ। ତୃତୀୟ ଦିବସରେ ମଧ୍ୟ ବର୍ଷା ଯୋଗୁ ଖେଳ ବାଧାପ୍ରାପ୍ତ ହୋଇଥିଲା ଓ ଓଦା ଗ୍ରାଉଣ୍ଡ ଯୋଗୁ ଖେଳ ଆରମ୍ଭରେ ବିଳମ୍ବ ହୋଇଥିଲା। ଲଞ୍ଚ୍‌ ପର୍ଯ୍ୟନ୍ତ ଖେଳ ସମ୍ଭବପର ହୋଇ ନ ଥିଲା।
ସଂକ୍ଷିପ୍ତ ସ୍କୋର:
ଅଷ୍ଟ୍ରେଲିଆ ପ୍ରଥମ ଇନିଂସ- ୧୨୬ ଓଭରରେ ୪୯୭/୮ ଇନିଂସ ଘୋଷଣା
(ଷ୍ଟିଭ୍‌ ସ୍ମିଥ୍‌- ୨୧୧, ମାର୍ନସ ଲାବୁସ୍କାନ- ୬୭, ଟିମ୍‌ ପେନ- ୫୮, ଷ୍ଟୁଆର୍ଟ ବ୍ରଡ- ୩/୯୭, ଜ୍ୟାକ ଲିଚ୍‌- ୨/୮୩, କ୍ରୋଗ ଓଭରଟନ- ୨/ ୮୫)।
ଇଂଲଣ୍ଡ ପ୍ରଥମ ଇନିଂସ- ୭୪ ଓଭରରେ ୨୦୦/୫
(ରୋରି ବନର୍‌ସ- ୮୧, ଜୋ ରୁଟ- ୭୧, ଜୋଶ ହାଜେଲଉଡ- ୪/୪୮, ପ୍ୟାଟ୍‌ କୁମିନ୍ସ- ୧/୩୭ )।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri