Posted inଖେଳ

ଆଶେସ ପଞ୍ଚମ ଟେଷ୍ଟ: ଇଂଲଣ୍ଡ ଅଗ୍ରଣୀ

ଲଣ୍ଡନ, ୧୪।୯- ସ୍ଥାନୀୟ କେନିଂଟନ ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଆଶେସ ଟେଷ୍ଟରେ ଭ୍ରମଣକାରୀ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ପଛୁଆ ରହିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଇଂଲଣ୍ଡ ପ୍ରଥମ ଇନିଂସରେ ୮୭.୧ ଓଭରରେ ୨୯୪ ରନ କରି ଅଲଆଉଟ ହୋଇଥିଲା। ଜବାବରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସ ଆରମ୍ଭ କରି ଶୁକ୍ରବାର ୬୮.୫ ଓଭରରେ ୨୨୫ ରନ କରି ଅଲଆଉଟ ହୋଇଛି। ଫଳରେ ଇଂଲଣ୍ଡ ୬୯ ରନର ମହତ୍ତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଛି। ଦ୍ୱିତୀୟ ଇନିଂସ ଆରମ୍ଭ କରି ଇଂଲଣ୍ଡ ଶୁକ୍ରବାର ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା ୪ ଓଭରରେ କୌଣସି ଉଇକେଟ ନ ହରାଇ ୯ ରନ ସଂଗ୍ରହ କରିଛି। ଇଂଲଣ୍ଡ ଏବେ ୧୦ ଉଇକେଟ ବାକି ରଖି ମୋଟ ଉପରେ ୭୮ ରନରେ ଅଗ୍ରଣୀ ହାସଲ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ଦୁଇ ଓପନର ରୋରି ବନର୍‌ସ ୪ ଓ ଜୋ ଡେନଲି ୧ ରନ କରି ଅପରାଜିତ ରହିଛନ୍ତି।
ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ତରଫରୁ ଇନ୍‌ଫର୍ମ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଷ୍ଟିଭ୍‌ ସ୍ମିଥ୍‌ ସର୍ବାଧିକ ୮୦, ମର୍ନସ ଲାବୁସ୍କାନ ୪୮, ନାଥନ ଲିୟନ ୨୫, ମାଥ୍ୟୁ ଓ୍ବେଡ ୧୯, ପିଟର ସିଡଲ ୧୮, ମିଚେଲ ମାର୍ଶ ୧୭ ରନ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁପାରି ନ ଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ଜୋଫ୍ରା ଆର୍ଚର ସର୍ବାଧିକ ୬, ସାମ କୁରାନ ୩ ଓ କ୍ରିସ୍‌ ଓ୍ବକ୍ସ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୨୭୧/୮ରୁ ଇଂଲଣ୍ଡ ଖେଳ ଆରମ୍ଭ କରିଥିଲା। ଓଭରନାଇଟ ବ୍ୟାଟ୍ସମ୍ୟାନ ଜୋସ ବଟଲର ୬୪ରୁ ଖେଳ ଆରମ୍ଭ କରି ୭୦ ରନ କରି ଆଉଟ ହୋଇଥିଲେ। ସେହିପରି ଜ୍ୟାକ ଲିଚ୍‌ ୧୦ରୁ ଖେଳ ଆରମ୍ଭ କରି ୨୧ ରନ କରି ପ୍ୟାଭିଲିୟନ ଫେରିଥିଲେ। ଇଂଲଣ୍ଡ ତରଫରୁ ବଟଲର ସର୍ବାଧିକ ୭୦, ଅଧିନାୟକ ଜୋ ରୁଟ୍‌ ୫୭, ଓପନର ରୋରି ବନର୍‌ସ ୪୭ ରନ ସଂଗ୍ରହ କରିଥିଲେ ଓ ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ ଅଷ୍ଟ୍ରେଲିଆ ପକ୍ଷରୁ ମିଚେଲ ମାର୍ଶ ସର୍ବାଧିକ ୫, ପ୍ୟାଟ୍‌ କୁମିନ୍ସ ୩, ଜୋଶ ହାଜଲେଉଡ ୨ଟି ଉଇକେଟ ନେଇଥିଲେ।
ସଂକ୍ଷିପ୍ତ ସ୍କୋର:
ଇଂଲଣ୍ଡ ପ୍ରଥମ ଇନିଂସ- ୮୭.୧ ଓଭରରେ ୨୯୪ ଅଲଆଉଟ୍‌।
ଅଷ୍ଟ୍ରେଲିଆ ପ୍ରଥମ ଇନିଂସ- ୬୮.୫ ଓଭରରେ ୨୨୫ ଅଲଆଉଟ୍‌
(ଷ୍ଟିଭ୍‌ ସ୍ମିଥ୍‌- ୮୦, ମର୍ନସ ଲାବୁସ୍କାନ- ୪୮, ନାଥନ ଲିୟନ- ୨୫, ଜୋଫ୍ରା ଆର୍ଚର- ୬/୬୨, ସାମ କୁରାନ- ୩/ ୪୬)।
ଇଂଲଣ୍ଡ ଦ୍ୱିତୀୟ ଇନିଂସ- ୪ ଓଭରରେ ୯/୦।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri