ଆସନ୍ତାକାଲି ସୁପ୍ରିମକୋର୍ଟରେ ହେବ ରଥଯାତ୍ରା ଶୁଣାଣି

ଭୁବନେଶ୍ୱର,୨୧ା୬(ବ୍ୟୁରୋ): ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପୂର୍ବାହ୍ନ ୧୧ଟାରେ ଜଷ୍ଟିସ୍‌ ଏସ୍‌ ରବୀନ୍ଦ୍ର ଭଟ୍ଟଙ୍କ କୋର୍ଟରେ ଏହି ଶୁଣାଣି ହେବ। ଜଣିକିଆ ବେଞ୍ଚରେ ଏହି ଶୁଣାଣି ହେବ। ରଥଯାତ୍ରା ପୁନର୍ବିଚାର ନେଇ ଏକାଧିକ ପିଟିଶନ ଦାୟର ହୋଇସାରିଛି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଭର୍ଚୁଆଲ କୋର୍ଟ ନଂ. ୩ରେ ଏହି ଶୁଣାଣି ହେବ।

ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଶୁଣାଇଥିଲେ । ଏହା ପରେ ରାଜ୍ୟ ସରକାରଙ୍କ କ୍ୟାବିନେଟ୍‌ ବୈଠକ ବସିଥିଲା। ଏହି ବୈଠକରେ ସୁପ୍ରିମକୋର୍ଟଙ୍କ ରାୟ ମାନିବା ପାଇଁ ନିଷ୍ପତ୍ତି ମଧ୍ୟ ନିଆଯାଇଥିଲା। ଅନ୍ୟପକ୍ଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବନ୍ଦ ନ ହେବାକୁ ବିଭିନ୍ନ ମହଲରୁ ଦାବି ହୋଇଥିଲା। ରାଜ୍ୟର ଅନ୍ୟ ସ୍ଥାନରେ ରଥଯାତ୍ରା ବନ୍ଦ କରି କେବଳ ପୁରୀରେ ରଥଯାତ୍ରା ପାଇଁ ଅନୁମତି ଦେବାକୁ ଏହି ପିଟିଶନରେ ଅନୁରୋଧ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri