ଆସନ୍ତା ବର୍ଷ ନିର୍ମାଣ ହେବ ରାମ ମନ୍ଦିର: ସମ୍ପୂର୍ଣ୍ଣ ହେବାକୁ ଲାଗିପାରେ ୫ ବର୍ଷ

ନୂଆଦିଲ୍ଲୀ,୧୦।୧୧: ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ ପରେ ଏବେ ସମସ୍ତଙ୍କ ନଜର କେବେ ଓ କେମିତି ନିର୍ମାଣ ହେବ ଅଯୋଧ୍ୟାରେ ରାମ ମନ୍ଦିର। ତେବେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ବର୍ଷ ଅର୍ଥାତ୍‌ ୨୦୨୦ରେ ଏହାର ନିର୍ମାଣ ଆରମ୍ଭ କରାଯିବ ବୋଲି କୁହାଯାଉଛି। ଆଉ ଏହି ମନ୍ଦିର ସମ୍ପୂର୍ଣ୍ଣ ହେବାକୁ ପ୍ରାୟ ୫ ବର୍ଷ ସମୟ ଲାଗିବ ବୋଲି ଅନୁମାନ କରାଯାଇଛି। ବର୍ତ୍ତମାନ ଯେଉଁଠାରେ ରାମଲଲା ବିରାଜମାନ କରିଛନ୍ତି ସେହିଠାରେ ହିଁ ମନ୍ଦିର ନିର୍ମାଣ କରାଯିବ ବୋଲି ସ୍ଥିର କରାଯାଇଥିବା ଜଣାପଡିଛି। ସେଠାରେ ମନ୍ଦିରର ଗର୍ଭଗୃହ ନିର୍ମାଣ କରାଯିବ। ତେବେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ମନ୍ଦିର ଟ୍ରଷ୍ଟ ଦ୍ୱାରା ଏହାର ନିର୍ମାଣ କାର୍ଯ୍ୟ କରାଯିବ। ଏହି ଟ୍ରଷ୍ଟ ଗଠନ କରିବାକୁ କୋର୍ଟ ୩ ମାସ ସମୟ ଦେଇଥିବା ବେଳେ ଏଥିରେ କିଏ ସଦସ୍ୟ ରହିବେ ତାକୁ ନେଇ ସମସ୍ତଙ୍କ ମନରେ ଉତ୍କଣ୍ଠା ଦେଖାଦେଇଛି। ସୂଚନାଯୋଗ୍ୟ, ୧୯୫୧ରେ ଗୁଜରାଟରେ ଯେମିତି ଚାରିଟେବଲ ଟ୍ରଷ୍ଟ ଗଠନ କରି ସୋମନାଥ ମନ୍ଦିର ନିର୍ମାଣ କରାଯାଇଥିଲା ଅଯୋଧ୍ୟାରେ ମଧ୍ୟ ସେହିପରି ଢଙ୍ଗରେ ରାମ ମନ୍ଦିର ନିର୍ମାଣ କରାଯିବା ଯୋଜନା ରହିଛି। ବିଶ୍ୱ ହିନ୍ଦୁ ପରିଷଦ ଦ୍ୱାରା ଏହି ମନ୍ଦିରର ଡିଜାଇନ ପୂର୍ବରୁ ପ୍ରସ୍ତୁତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri