ଆସନ୍ତା ୨୨ରେ ବିମାନରେ ଉଡ଼ିବେ ୪୪ ଦିବ୍ୟାଙ୍ଗ ପିଲା

ଭୁବନେଶ୍ୱର,୨୦।୧(ବ୍ୟୁରୋ): ବିମାନରେ ଉଡିବେ ଦିବ୍ୟାଙ୍ଗ ପିଲା। ଦୂର ଦିଗ୍‌ବଳୟରୁ ଦୁନିଆକୁ ଦେଖିବାର ସୌଭାଗ୍ୟ ଅର୍ଜନ କରିବେ। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ, ଏୟାରପୋର୍ଟ ଅଥରିଟି ଅଫ ଇଣ୍ଡିଆ ଏବଂ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗରେ ଏକ ଏନ୍‌ଜିଓ ସଂସ୍ଥା ଏପରି ବ୍ୟବସ୍ଥାର ଆୟୋଜନ କରିଛି। ଏଥିପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଉଷା ପାଢୀ ଟୁଇଟ୍‌ କରି ଧନ୍ୟବାଦ ଜଣାଇଛନ୍ତି। ଓଡ଼ିଶାର ବିଭିନ୍ନ ଅଞ୍ଚଳରୁ ୪୪ଜଣ ଦିବ୍ୟାଙ୍ଗ ପିଲା ଆସନ୍ତା ୨୨ତାରିଖରେ ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଯୋଗେ ଉଡ଼ାଣର ମଜା ନେବେ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ୪୪ଜଣଙ୍କ ମଧ୍ୟରୁ ୨୩ ଜଣ ପୁଅ ଏବଂ ୨୧ଜଣ ଝିଅ ଅଛନ୍ତି। ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ସକାଳ ୯ଟା ୨୫ମିନିଟ୍‌ରେ ଏହି ପିଲାମାନେ ଉଡ଼ାଣ ଆରମ୍ଭ କରିବେ। ଆକାଶରେ ପ୍ରାୟ ୪୦ମିନିଟ୍‌ ପର୍ଯ୍ୟନ୍ତ ଉଡ଼ାଣର ମଜା ନେବେ। ଏନେଇ ଉଷା ପାଢୀ ସୂଚନା ଦେଇଥିବାବେଳେ ଟୁଇଟ୍‌ ଯୋଗେ ଏୟାର ଇଣ୍ଡିଆ ସିଏମ୍‌ଡି ଏବଂ ଆଲିଆନ୍ସ ଏୟାରର ସିଇଓଙ୍କୁ କୃତଜ୍ଞତା ଜଣାଇଛନ୍ତି। ଓଡ଼ିଶା ସରକାରଙ୍କ ପ୍ରଶଂସନୀୟ ଉଦ୍ୟମ ପାଇଁ ଉଷା ପାଢୀ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri