Posted inରାଜ୍ୟ

ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ: କେତେକ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅବପାତ ରୂପ ନେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଲଘୁଚାପ ଧୀରେ ଧୀରେ ଘନିଭୂତ ହୋଇ ଉତ୍ତର-ଉତ୍ତର-ପଶ୍ଚିମ ଦିଗ ଦେଇ ଗତି କରିବା ପରେ ପୁଣି ଉତ୍ତର-ଉତ୍ତର- ପୂର୍ବ ଦିଗ ମିଆଁମାର ଆଡ଼କୁୁ ଗତି କରିବା ସମ୍ଭାବନା ରହିଛି। ତେବେ ଏହି ଝଡ଼ର ପ୍ରଭାବ ଓଡ଼ିଶା ଉପରେ ପଡିବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲାରେ ୩୦ରୁ ୪୦ କି.ମି. ବେଗରେ ଝଡବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳବର୍ତ୍ତୀ ଜିଲା ସମେତ ରାୟଗଡ଼ା, କୋରାପୁଟ, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ବୌଦ୍ଧ ଏବଂ ବଲାଙ୍ଗୀରରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଛତିଶଗଡ ଏବଂ ଓଡ଼ିଶା ଉପର ଦେଇ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିିଭିନ୍ନ ସ୍ଥାନରେ ଝଡବର୍ଷା ହେଉଛି। ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଚାନ୍ଦବାଲିରେ ୩୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ କଟକ ୧୧.୨, ପାରାଦୀପ ୧୩.୪ ଏବଂ ଭୁବନେଶ୍ୱର ୨୪.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ସୂଚନା ଦିଆଯାଇଛି। ବର୍ଷା ଯୋଗୁ ରାଜ୍ୟରେ ତାତି ହ୍ରାସ ପାଇଛି। ଟିଟିଲାଗଡ ଓ ମାନଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଅନ୍ୟ ସମସ୍ତ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ ତଲେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରେ ପୋଡ଼ି ହୋଇଗଲେ ଛାତ୍ର: ପ୍ରଧାନଶିକ୍ଷକଙ୍କ ସମେତ ୪ ଶିକ୍ଷକଙ୍କ ଦରମା ବନ୍ଦ

ରାୟଗଡ଼ା,୬।୧: ରାୟଗଡ଼ା ଜିଲା ପାଇକଡାକୁଲୁଗୁଡ଼ା ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଘଟିଥିବା ଅଭାବନୀୟ ଅଗ୍ନିକାଣ୍ଡ ଘଟଣାରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିଦ୍ୟାଳୟର...

‘ନୋ ପିୟୁସିସି, ନୋ ଫ୍ୟୁଏଲ’ ନୀତି ଉପରେ ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

କଟକ,୬।୧: ରାଜ୍ୟରେ ବୈଧ ପ୍ରଦୂଷଣ ମୁକ୍ତ ପ୍ରମାଣପତ୍ର (PUCC) ନଥିଲେ ଗାଡ଼ିକୁ ପେଟ୍ରୋଲ କିମ୍ବା ଡିଜେଲ ନଦେବା ପାଇଁ ସରକାର ନେଇଥିବା ନିଷ୍ପତ୍ତିକୁ ନେଇ ଓଡ଼ିଶା...

ଡେଲିଭରି ଏଜେଣ୍ଟ ପରିଚୟ ଦେଇ ସାଇବର ଠକେଇ ଅଭିଯୋଗ,୨ ଜଣଙ୍କୁ ବାନ୍ଧିଲା…

ଦିଗପହଣ୍ଡି/ଚିକିଟି,୬|୧(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅଞ୍ଚଳରେ ଲୋକଙ୍କ ଠାରୁ ବିଭିନ୍ନ ଉପାୟରେ ଲକ୍ଷାଧିକ ଟଙ୍କା ଠକେଇ...

ଚାଷୀଙ୍କ ମୁଣ୍ଡରେ ଚଡ଼କ: ମଣ୍ଡିରେ ପଡ଼ିଛି ଧାନ, ଆସୁଛି ବର୍ଷା; ଦାବିରେ ଅଟଳ ମିଲର୍ସ ସଂଘ

ଭୁବନେଶ୍ୱର,୬।୧: ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଏବେ ସମ୍ପୂର୍ଣ୍ଣ ଅଚଳାବସ୍ଥା ଆଡ଼କୁ ଗତି କରୁଛି। ଗୋଟିଏ ପଟେ ରାଇସ୍ ମିଲରମାନେ ନିଜ ଜିଦ୍‌ରେ ଅଟଳ ଥିବାବେଳେ,...

ଓଟିଇଟି ପରୀକ୍ଷା ଦେଇପାରିବେ ଦୁଇବର୍ଷିଆ ବିଏଡ୍‌ ଛାତ୍ରୀଛାତ୍ର; ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୬ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି...

ଏମାନଙ୍କ ପାଇଁ କାଳ ୨୦୨୬! ଏହି ୨ରାଶି ପାଖରୁ ଚାଲିଯିବ ଧନ

ବର୍ଷ ଆରମ୍ଭରେ ଜ୍ୟୋତିଷ ଶାସ୍ତ୍ରରେ ପ୍ରମୁଖ ଗ୍ରହ ପରିବର୍ତ୍ତନ ସୂଚିତ ହୋଇଛି। ଜ୍ୟୋତିଷଙ୍କ ଅନୁଯାୟୀ, ଜାନୁଆରୀ ୧୨ ତାରିଖରୁ ସିଂହ ରାଶିର ଲୋକଙ୍କ ଜୀବନରେ ଏକ...

ପୁଣି ବିଫଳ ହେଲା ମନ୍ତ୍ରୀ-ମିଲର୍ସ ଆଲୋଚନା: ଧାନ କିଣା ଅଚଳାବସ୍ଥା ଜାରି, ଚାଷୀ ସହିବେ କ୍ଷତି

ଭୁବନେଶ୍ୱର,୬।୧: ରାଜ୍ୟରେ ଧାନ କିଣା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ସଂକଟ ଦୂର ହେବାର ନାଁ ଧରୁନି। ମଙ୍ଗଳବାର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ...

ତାମିଲନାଡୁରେ ଆଖି ବୁଜିଦେଲେ ଓଡ଼ିଆ ଶ୍ରମିକ: ବାହୁନି ବାହୁନି କାନ୍ଦୁଛି ସ୍ତ୍ରୀ, ବିଧବା ମା’ ଆଖିରୁ ଶୁଖୁନି ଲୁହ 

ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୯ ନଂ ୱାର୍ଡ ଦଳିତ ସାହିର ଦାଦନ ଶ୍ରମିକ ବିଜୟ ନାଇକ(୩୬) ତାମିଲନାଡୁର ର୍ତିଚ୍ଚିରେ ମୃତ୍ୟୁବରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri