ଆସନ୍ତା ୨୭ରେ ଶପଥ ନେବ ନୂଆ ମନ୍ତ୍ରିମଣ୍ଡଳ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଆସନ୍ତା ୨୭ରେ ନୂତନ ମନ୍ତ୍ରିମଣ୍ଡଳ ଗଠନ ହେବା ନେଇ ସୂଚନା ମିଳିଛି। ରାଜଭବନଠାରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏ ନେଇ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଛି। ସରକାରୀ ଭାବେ ଏ ନେଇ ବିଧିବଦ୍ଧ କୌଣସି ଘୋଷଣା କରାଯାଇ ନ ଥିଲେ ମଧ୍ୟ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ମନ୍ତ୍ରିମଣ୍ଡଳ ଶପଥ ନେଇ ବିଜେଡି ପକ୍ଷରୁ ରାଜ୍ୟପାଳଙ୍କୁ ଅନୁରୋଧ କରାଯାଇପାରେ।

ପଞ୍ଚମ ଥର ଲାଗି ବିଜେଡି ପୁଣି କ୍ଷମତାକୁ ଫେରିଛି। ୨୩ ତାରିଖରେ ଭୋଟ ଗଣତି ହୋଇଥିଲେ ମଧ୍ୟ ଏଯାବତ୍‌ ଚୂଡ଼ାନ୍ତ ଘୋଷଣା ହୋଇପାରିନାହିଁ। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ରାଜ୍ୟର ସମସ୍ତ ୨୧ଟି ଲୋକ ସଭା ଓ ୧୪୬ ବିଧାନସଭା ଆସନର ସମ୍ପୂର୍ଣ୍ଣ ଫଳାଫଳ ମିଳିବ। ଫଳାଫଳ ହସ୍ତଗତ ହେବା ପରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏ ନେଇ ରାଜ୍ୟପାଳଙ୍କୁ ଅବଗତ କରାଇବେ। ଏହା ପରେ ସଂଖ୍ୟାଗରିଷ୍ଠ ଲାଭ କରିଥିବା ଦଳ ମନ୍ତ୍ରିମଣ୍ଡଳ ଗଠନ କରିବା ନେଇ ରାଜ୍ୟପାଳଙ୍କୁ ଜଣାଇବେ।

ମିଳିଥିବା ସୂଚନା ଅନଯାୟୀ, ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ବିଧିବଦ୍ଧ ଭାବେ ଇସ୍ତଫା ଦେଇଛନ୍ତି। ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଏ ନେଇ ବିଧିବଦ୍ଧ ଭାବେ ରାଜ୍ୟପାଳଙ୍କୁ ଜଣାଇ ଦିଆଯାଇଛି। ଇସ୍ତଫା ସମ୍ପର୍କରେ ରାଜଭବନ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?