ଆସାମରେ ନୂଆଁଖାଇ

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ଆସାମର ବିଶ୍ୱନାଥ ଚାରିଅଲ୍ଲୀ ଅନ୍ତର୍ଗତ ବାଘମାରି ଚା’ ବାଗାନରେ ‘ଓଡ଼ିଆ ମହାସଭା’ ଏବଂ ‘ଓଡ଼ିଆ ଛାତ୍ର ପରିଷଦ’ର ମିଳିତ ଆନୁକୂଲ୍ୟରେ ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ଗତ ସୋମବାର ନୂଆଁଖାଇ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଏହି ଉତ୍ସବକୁ ଆସାମର ଅର୍ଥମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା ଏବଂ ସ୍ଥାନୀୟ ବିଧାୟକ ପଲ୍ଲବ ଲୋଚନ ଦାସ ଉଦ୍‌ଘାଟନ କରିଥିଲେ। ଆସାମର ସାଂସ୍କୃତିକ ବିକାଶରେ ଓଡ଼ିଆଙ୍କ ଭୂମିକାକୁ ଅତିଥିମାନେ ପ୍ରଶଂସା କରିବାସହ ଓଡ଼ିଶାର ଗଣପର୍ବ ନୂଆଁଖାଇ ବିଷୟରେ କହିଥିଲେ। ଏହି ଅବସରରେ ଏକ ନିଆରା ସଙ୍ଗୀତ ଆସର ସନ୍ଧ୍ୟାରେ ଆୟୋଜନ କରାଯାଇଥିଲା। ଏଥିରେ ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ତଥା ଇଣ୍ଡିଆନ୍‌ ଆଇଡଲ୍‌ ଜୁନିୟର ବିଜେତା ଅନନ୍ୟା ଶ୍ରୀତମ ନନ୍ଦ ଏବଂ କଣ୍ଠଶିଳ୍ପୀ ଏନ୍‌. ଶ୍ରୀନିବାସ ଯୋଗଦେଇ ମନଛୁଆଁ ଓଡ଼ିଆ ଗୀତ ପରିବେଷଣ କରିଥିଲେ। ଏହି ଅବସରରେ ଉଭୟ କଣ୍ଠଶିଳ୍ପୀଙ୍କୁ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ଗର୍ଭବତୀଙ୍କୁ ହତ୍ୟାକଲେ ସିଏ ସ୍ବାମୀ, ପୋଲିସରୁ କହିଲେ ମିଛ କାହାଣୀ

ଚଣ୍ଡିଗଡ଼,୧୯।୨: ସ୍ବାମୀ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ) ଏବଂ ସ୍ତ୍ରୀ ହେଉଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ। ସେମାନଙ୍କ ବିବାହକୁ ମାତ୍ର ୪ ମାସ ପୂରିଛି । ହେଲେ…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri