Posted inଜାତୀୟ

ଆସାମ ମଡେଲଙ୍କୁ ବଳାତ୍କାର: ୪ ଗିରଫ

କାନପୁର, ୧୮।୩: ଆସାମର ଜଣେ ମଡେଲ କାନପୁରରେ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଆସିଥିବାବେଳେ ତାଙ୍କୁ ସେଠାରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ୫ ସହଯୋଗୀଙ୍କ ଉପସ୍ଥିତିରେ ଏକ ପ୍ରମୁଖ କ୍ଲବର ପୂର୍ବତନ ନିର୍ଦ୍ଦେଶକ ମଡେଲଙ୍କୁ ବଳାତ୍କାର କରିଥିବା ପୋଲିସ ମଙ୍ଗଳବାର ସୂଚନା ଦେଇଛି। ଏହି ମାମଲାରେ ୪ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ମୁଖ୍ୟ ଅଭିଯୁକ୍ତର ପୋଲିସ ଟେର୍‌ ପାଇନାହିଁ। ଘଟଣାରୁ ପ୍ରକାଶ ଯେ, ଗତ ରବିବାର ରାତି ୧୦ଟାରେ ପୋଲିସ ଚଢାଉ କରିବା ଏଭଳି ଘଟଣା ସାମ୍ନାକୁ ଆସିଥିଲା। ହେଲେ ବଙ୍ଗଳାରୁ ସମସ୍ତ ଅଭିଯୁକ୍ତ ଫେରାର୍‌ ହୋଇଯାଇଥିଲେ। ମାର୍ଚ୍ଚ ୧୩ରେ ମଡେଲ ଜଣକ କାନପୁରରେ ପହଞ୍ଚିଥିବା ବେଳେ ସକ୍ଷମ ସାହୁ ନାମକ ଇଭେଣ୍ଟ ଅର୍ଗାନାଇଜର ମାର୍ଚ୍ଚ ୧୫ରେ ହେବାକୁ ଥିବା କାର୍ଯ୍ୟକ୍ରମ ଲାଗି ତାଙ୍କୁ ନେଇଥିଲେ। ଇକ୍‌ବଲ ନାମକ ଜଣେ ବ୍ୟକ୍ତିଙ୍କ ନାମରେ ଟିକେଟ ବୁକ୍‌ କରାଯାଇଥିଲା। କାର୍ଯ୍ୟକ୍ରମ ଶେଷହେବା ପରେ ବ୍ୟବସାୟୀ ଅମିତ୍‌ ଅଗ୍ରଓ୍ବାଲ ତାଙ୍କ କାର୍‌ରେ ମଡେଲଙ୍କୁ ସମୀର ଅଗ୍ରଓ୍ବାଲଙ୍କ ବଙ୍ଗଳାକୁ ନେଇଯାଇଥିଲେ। ଅମିତ୍‌ ବଳାତ୍କାର ଉଦ୍ୟମ କରିଥିବା ବେଳେ ବିରୋଧ କରିବାରୁ ନିସ୍ତୁକ ମାଡ଼ ଦିଆଯାଇଥିଲା ବୋଲି ମଡେଲ ଅଭିଯୋଗ କରିଛନ୍ତି। ପୋଲିସ ଏହି ମାମଲାରେ ୪ ଅଭିଯୁକ୍ତଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି। ମୁଖ୍ୟ ଅଭିଯୁକ୍ତ ଅମତ୍‌ ଏପର୍ଯ୍ୟନ୍ତ ଫେରାର୍‌ ଅଛନ୍ତି। ପୀଡ଼ିତାଙ୍କୁ ଡାକ୍ତରୀ ମାଇନା କରାଯାଇଥିବା ଏସ୍‌ପି ଅନିଲ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?