ଆସିକା ମହୋତ୍ସବ ଉଦ୍‌ଯାପିତ

ଆସିକା,୧୬ା୧(ଡି.ଏନ୍‌.ଏ.)-ଆସିକା କଳିଙ୍ଗାରୋଡ ନିକଟ ପଡିଆରେ ଗତ ୫ଦିନ ଧରି ଚାଲିଥିବା ଆସିକା ମହୋତ୍ସବ ବୁଧବାର ରାତିରେ ଉଦ୍‌ଯାପିତ ହୋଇଛି । ମହୋତ୍ସବ ପରିଚାଳନା କମିଟିର ଅଧ୍ୟକ୍ଷା ତଥା ବିଧାୟିକା ମଞ୍ଜୁଳା ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ମୁଖ୍ୟଅତିଥି, ଡିଆରଡିଏର ପ୍ରକଳ୍ପ ନିର୍ଦ୍ଦେଶକ ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଚିନିଶିଳ୍ପ ପରିଚାଳନା ନିର୍ଦ୍ଦେଶକ ଲକ୍ଷ୍ମୀକାନ୍ତ ବେହେରା, ଭନଗର ଉପଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ, ଆସିକା ତହସିଲଦାର ସଦାନନ୍ଦ ସେଠୀ, ବିଡିଓ ପ୍ରଶନ୍ନ କୁମାର ପାତ୍ର ସମ୍ମାନୀତ ଅତିଥି ରୂପେ ଯୋଗଦେଇ କଳା ସଂସ୍କୃତି ଓ ଐତିହ୍ୟର ସୁରକ୍ଷା ସହ ଭାଇଚାରା ଭାବ ପ୍ରତିଷ୍ଠା ନିମନ୍ତେ ଏହି ମହୋତ୍ସବ ହୋଇଥିଲା ବୋଲି କହିଥିଲେ । ଏହି ଅବସରରେ ମହୋତ୍ସବର ସୁପରିଚାଳନା ନିମନ୍ତେ ଯୁବନେତା ନଚିକେତା ସ୍ବାଇଁଙ୍କୁ ସମ୍ମାନିତ କରାଯାଇଥିଲା । ସେହିପରି କେତେକ ପଞ୍ଚାୟତର ନିର୍ବାଚିତ ପ୍ରତିନିଧିଙ୍କୁ ମଧ୍ୟ ଅତିଥିମାନେ ସମ୍ମାନିତ କରିଥିଲେ । ଶେଷ ସନ୍ଧ୍ୟାରେ ବଲିଉଡ କଣ୍ଠଶିଳ୍ପୀ ଅମିତ ମିଶ୍ରଙ୍କ ନୃତ୍ୟ ସଙ୍ଗୀତରେ ଦର୍ଶକ ବିଭୋର ହୋଇଥିଲେ । ଆସିକା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୫ ଦିନ ଧରି ହୋଇଥିବା ଏହି ଉତ୍ସବ ଶାନ୍ତି ଶୃଙ୍ଖଳାରେ ସରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri