ଆସିକା: ସ୍କୁଲରେ ବିସ୍ଫୋରଣ, ୨ ଛାତ୍ର ଗୁରୁତର

ଆସିକା, ୨୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା କୋଟିନଡ଼ା ଫାଣ୍ଡି ଅନ୍ତର୍ଗତ ମାଗୁରା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ସକାଳ ପ୍ରାୟ ସାଢ଼େ ୯ଟାରେ ବୋମା ବିସ୍ଫୋରଣଘଟି ୨ ଛାତ୍ର ଗୁରୁତର ହୋଇଛନ୍ତି। ସେମାନେ ହେଲେ ଅଷ୍ଟମ ଶ୍ରେଣୀ ଛାତ୍ର ଚନ୍ଦନ ସ୍ବାଇଁ ଏବଂ ସପ୍ତମ ଶ୍ରେଣୀ ଛାତ୍ର ରାଜା ନାୟକ।
ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ବବିତା ଆଚାର୍ଯ୍ୟଙ୍କ କହିବା ଅନୁସାରେ, ଶନିବାର ସକାଳୁଆ ସ୍କୁଲ ଥିଲା। ବିଦ୍ୟାଳୟର ସମୁଦାୟ ୮ଟି ଶ୍ରେଣୀର ୬୪ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ଶନିବାର ୫୩ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ। ୯ଟାରୁ ସାଢ଼େ ୯ଟା ମଧ୍ୟରେ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ପାଇଁ ବିରତି ସମୟ ଚାଲିଥିଲା। ଏହି ସମୟରେ ଛାତ୍ରୀଛାତ୍ରମାନେ ବିଦ୍ୟାଳୟ ପରିସରରେ ଥିବା ଶୌଚାଳୟ ଆଡ଼କୁ ଯାଇଥିଲେ। ଉକ୍ତ ସମୟରେ ଶୌଚାଳୟ ସଂଲଗ୍ନ ପଡ଼ିଆରେ ପୋତାଯାଇଥିବା ବୋମାକୁ ଛାତ୍ର ଦ୍ୱୟ ଦେଖିବା ପରେ ତାକୁ ଖୋଳିବାରୁ ଏହି ବିସ୍ଫୋରଣ ଘଟିଥିଲା। ଆହତ ଛାତ୍ର ଦ୍ୱୟଙ୍କୁ ପ୍ରଥମେ ଚିକିତ୍ସା ଲାଗି ଆସିକା ସରକାରୀ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଛି। ଖବର ପାଇଁ ଆସିକା ପୋଲିସ ଏସ୍‌ଡିପିଓ ସୂର୍ଯ୍ୟମଣୀ ପ୍ରଧାନ, ତହସିଲଦାର ସୁବାଶ ଚନ୍ଦ୍ର ସେଠୀଆ, ଥାନା ଅଧିକାରୀ ପିତବାସ ଧାରୁଆ, ବିଡିଓ ଗାୟତ୍ରୀ ଦତ୍ତ ନାୟକ ପ୍ରମୁଖ ବିଦ୍ୟାଳୟରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ବିସ୍ଫୋରଣସ୍ଥଳରୁ ପୋଲିସ ମାଟି ସଂଗ୍ରହକରି ପରୀକ୍ଷା ପାଇଁ ପଠାଇବ ବୋଲି କହିଛି। ଏହି ଘଟଣା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ତେବେ ଏହା ବୋମା ନୁହେଁ ବରଂ ଡିଟୋନେଟର ବୋଲି ଏସ୍‌ଡିପିଓ ପ୍ରଧାନ କହିଛନ୍ତି।

ପ୍ରକାଶ ଯୋଗ୍ୟ, ପୂର୍ବରୁ କଟକ ସଦର ବ୍ଲକ ଅନ୍ତର୍ଗତ ଆୟତପୁର ହାଇସ୍କୁଲର ନବମ ଶ୍ରେଣୀ ଗୃହରେ ବୋମା ବିସ୍ଫୋରଣ ଘଟି ୨୮ ଛାତ୍ରୀଛାତ୍ର ଆହତ ହୋଇଥିଲେ। ଜଣେ ଛାତ୍ର ବ୍ୟାଗରେ ବୋମା ରଖିଥିବା ବେଳେ ହଠାତ୍‌ ତାହା ବିସ୍ଫୋରଣ ଘଟିଥିଲା। ଏହି ଘଟଣା ପାଇଁ ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ କ୍ଷତିଗ୍ରସ୍ତ ପିଲାଙ୍କୁ ଆର୍ଥିକ ସହାୟତା ଦିଆଯାଇଥିଲା। ପରେ ଅଭିଯୁକ୍ତ ଛାତ୍ର ପ୍ରମାଣ ଅଭାବରୁ ଦୋଷମୁକ୍ତ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…

ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ  ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri