ଢେଙ୍କାନାଳ ଅଫିସ, ୭।୫ – ଢେଙ୍କାନାଳ ଜିଲାକୁ ଆସିବେ ୨୭ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ। ସେମାନଙ୍କୁ କ୍ୱାରାଣ୍ଟାଇନ୍ରେ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। କୌଣସି ପରିସ୍ଥିତିରେ ପ୍ରବାସୀଙ୍କ ବିଶୃଙ୍ଖଳାକୁ ବରଦାସ୍ତ କରାଯିବନି। ବିଶୃଙ୍ଖଳିତ ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ସୂଚନା ଦେଇଛନ୍ତି। ଏ ନେଇ ଜିଲାପାଳ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମସ୍ତ ବିଡିଓ, ତହସିଲଦାର, ନୋଡାଲ ଅଫିସରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।
ଇତିମଧ୍ୟରେ ଜିଲାକୁ ୨୭ ହଜାର ପ୍ରବାସୀ ଓଡ଼ିଆ ଫେରିବାକୁ ନାମ ପଞ୍ଜୀକରଣ କରିସାରିଲେଣି। ପର୍ଯ୍ୟାୟକ୍ରମେ ସେମାନଙ୍କୁ ଅଣାଯିବ। ସେମାନେ ଆସିବା ପରେ ୧୪ଦିନ କ୍ୱାରାଣ୍ଟାଇନ୍ରେ ରହିବେ। କ୍ୱାରାଣ୍ଟାଇନ୍ କେନ୍ଦ୍ରରେ ପ୍ରବାସୀଙ୍କୁ ସୁଷମ ଖାଦ୍ୟ ଯୋଗାଇ ଦିଆଯିବ। ଆବଶ୍ୟକସ୍ଥଳେ ମନୋରଞ୍ଜନ ଲାଗି ଟେଲିଭିଜନ ସାଙ୍ଗକୁ ଅନ୍ୟାନ୍ୟ ସୁବିଧା କରାଯିବ। ସେମାନଙ୍କ ସ୍ବାସ୍ଥ୍ୟର ଯତ୍ନ ପ୍ରମୁଖ ଦାୟିତ୍ୱ ହେବ। କେନ୍ଦ୍ର ପରିଚାଳନା ଦାୟିତ୍ୱଧାରୀ କର୍ମଚାରୀ କ୍ୱାରାଣ୍ଟାଇନ୍ରେ ଥିବା ପ୍ରବାସୀଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବେ। ପ୍ରବାସୀଙ୍କୁ ଶୃଙ୍ଖଳିତ କରିବା ଦିଗରେ ସମ୍ପୃକ୍ତ ପଞ୍ଚାୟତର ସରପଞ୍ଚମାନେ ସମସ୍ତ ପ୍ରକାର ଉଦ୍ୟମ କରିବାକୁ ଜିଲାପାଳ ନିବେଦନ କରିଛନ୍ତି।
ସଙ୍ଗରୋଧ କେନ୍ଦ୍ରରେ ଥିବା ବ୍ୟକ୍ତିମାନେ ବିଶୃଙ୍ଖଳା କଲେ ସେମାନଙ୍କୁ ଅନ୍ୟ ସେଣ୍ଟରକୁ ସ୍ଥାନାନ୍ତର କରାଯିବ। ସେମାନଙ୍କ ବିରୋଧରେ ଲକ୍ଡାଉନ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କ୍ୱାରାଣ୍ଟାଇନ୍ କେନ୍ଦ୍ରର ସୁରକ୍ଷା, ସୀମା ସିଲ୍ ଏବଂ ୧୨ ଘଣ୍ଟିଆ ୧୪୪ ଧାରା ବଳବତ୍ତର ଥିବାରୁ ପୋଲିସ ପାଟ୍ରୋଲିଂ କଡ଼ାକଡ଼ି କରାଯାଇଛି। ସେହିପରି ପଡ଼ୋଶୀ ଯାଜପୁର ଜିଲା ରେଡ୍ଜୋନ୍ ଘୋଷିତ ହୋଇଛି। ତେଣୁ ସୀମାନ୍ତ ଭୁବନ ଏବଂ ଗଁଦିଆ ଅଞ୍ଚଳବାସୀ ଉକ୍ତ ଅଞ୍ଚଳକୁ ପ୍ରଶାସନର ବିନା ଅନୁମତିରେ ଯାଇପାରିବେ ନାହିଁ। ଯାଜପୁର ଜିଲାବାସୀଙ୍କ ଆସିବାକୁ ଚାହିଁଲେ ସମାନ କଟକଣା ଲାଗୁ ହେବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ଢେଙ୍କାନାଳ View All
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…
ଛତ୍ରପୁର,୮।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…
କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…
ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ
ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ
ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…
Archives

