ଢେଙ୍କାନାଳ ଅଫିସ, ୭।୫ – ଢେଙ୍କାନାଳ ଜିଲାକୁ ଆସିବେ ୨୭ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ। ସେମାନଙ୍କୁ କ୍ୱାରାଣ୍ଟାଇନ୍ରେ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। କୌଣସି ପରିସ୍ଥିତିରେ ପ୍ରବାସୀଙ୍କ ବିଶୃଙ୍ଖଳାକୁ ବରଦାସ୍ତ କରାଯିବନି। ବିଶୃଙ୍ଖଳିତ ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ସୂଚନା ଦେଇଛନ୍ତି। ଏ ନେଇ ଜିଲାପାଳ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମସ୍ତ ବିଡିଓ, ତହସିଲଦାର, ନୋଡାଲ ଅଫିସରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।
ଇତିମଧ୍ୟରେ ଜିଲାକୁ ୨୭ ହଜାର ପ୍ରବାସୀ ଓଡ଼ିଆ ଫେରିବାକୁ ନାମ ପଞ୍ଜୀକରଣ କରିସାରିଲେଣି। ପର୍ଯ୍ୟାୟକ୍ରମେ ସେମାନଙ୍କୁ ଅଣାଯିବ। ସେମାନେ ଆସିବା ପରେ ୧୪ଦିନ କ୍ୱାରାଣ୍ଟାଇନ୍ରେ ରହିବେ। କ୍ୱାରାଣ୍ଟାଇନ୍ କେନ୍ଦ୍ରରେ ପ୍ରବାସୀଙ୍କୁ ସୁଷମ ଖାଦ୍ୟ ଯୋଗାଇ ଦିଆଯିବ। ଆବଶ୍ୟକସ୍ଥଳେ ମନୋରଞ୍ଜନ ଲାଗି ଟେଲିଭିଜନ ସାଙ୍ଗକୁ ଅନ୍ୟାନ୍ୟ ସୁବିଧା କରାଯିବ। ସେମାନଙ୍କ ସ୍ବାସ୍ଥ୍ୟର ଯତ୍ନ ପ୍ରମୁଖ ଦାୟିତ୍ୱ ହେବ। କେନ୍ଦ୍ର ପରିଚାଳନା ଦାୟିତ୍ୱଧାରୀ କର୍ମଚାରୀ କ୍ୱାରାଣ୍ଟାଇନ୍ରେ ଥିବା ପ୍ରବାସୀଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବେ। ପ୍ରବାସୀଙ୍କୁ ଶୃଙ୍ଖଳିତ କରିବା ଦିଗରେ ସମ୍ପୃକ୍ତ ପଞ୍ଚାୟତର ସରପଞ୍ଚମାନେ ସମସ୍ତ ପ୍ରକାର ଉଦ୍ୟମ କରିବାକୁ ଜିଲାପାଳ ନିବେଦନ କରିଛନ୍ତି।
ସଙ୍ଗରୋଧ କେନ୍ଦ୍ରରେ ଥିବା ବ୍ୟକ୍ତିମାନେ ବିଶୃଙ୍ଖଳା କଲେ ସେମାନଙ୍କୁ ଅନ୍ୟ ସେଣ୍ଟରକୁ ସ୍ଥାନାନ୍ତର କରାଯିବ। ସେମାନଙ୍କ ବିରୋଧରେ ଲକ୍ଡାଉନ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କ୍ୱାରାଣ୍ଟାଇନ୍ କେନ୍ଦ୍ରର ସୁରକ୍ଷା, ସୀମା ସିଲ୍ ଏବଂ ୧୨ ଘଣ୍ଟିଆ ୧୪୪ ଧାରା ବଳବତ୍ତର ଥିବାରୁ ପୋଲିସ ପାଟ୍ରୋଲିଂ କଡ଼ାକଡ଼ି କରାଯାଇଛି। ସେହିପରି ପଡ଼ୋଶୀ ଯାଜପୁର ଜିଲା ରେଡ୍ଜୋନ୍ ଘୋଷିତ ହୋଇଛି। ତେଣୁ ସୀମାନ୍ତ ଭୁବନ ଏବଂ ଗଁଦିଆ ଅଞ୍ଚଳବାସୀ ଉକ୍ତ ଅଞ୍ଚଳକୁ ପ୍ରଶାସନର ବିନା ଅନୁମତିରେ ଯାଇପାରିବେ ନାହିଁ। ଯାଜପୁର ଜିଲାବାସୀଙ୍କ ଆସିବାକୁ ଚାହିଁଲେ ସମାନ କଟକଣା ଲାଗୁ ହେବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ଢେଙ୍କାନାଳ View All
ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା
ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...
ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ
ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...
ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ
ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...
କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ
ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...
ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…
କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...
ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା
ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...
ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…
ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...
ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର
ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ...
Archives


