Posted inଜାତୀୟ

ଆସୁଛି ନୂଆ ୨୦୦,୫୦୦ଟଙ୍କିଆ ନୋଟ୍‌

ମୁମ୍ବାଇ,୨୫-୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଖୁବଶୀଘ୍ର ମହାତ୍ମା  ଗାନ୍ଧୀ ସିରିଜରେ ନୂଆ ୨୦୦ ଓ ୫୦୦ ଟଙ୍କିଆ ନୋଟ୍‌ ଜାରି କରିବାକୁ ଯାଉଛି। ପୂର୍ବରୁ ପ୍ରଚଳିତ ନୋଟ୍‌ ସହ ନୂଆ ନୋଟ୍‌ର ବହୁ ସାମଞ୍ଜସ୍ୟ ରହିଛି। ତେବେ ନୂଆରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସଙ୍କ ସ୍ବାକ୍ଷରରେ ନୂଆ ନୋଟ୍‌ ଜାରି କରାଯିବ। ପୂର୍ବରୁ ଜାରି ୨୦୦ ଓ ୫୦୦ ଟଙ୍କିଆ ନୋଟ୍‌ରେ ଉର୍ଜିତ ପଟେଲଙ୍କ ସ୍ବାକ୍ଷର ଥିଲା। ରିଜର୍ଭ ବ୍ୟାଙ୍କ ପକ୍ଷରୁ ଟୁଇଟ୍‌ କରି କୁହାଯାଇଛି ଯେ, ବଜାରରେ ପ୍ରଚଳନରେ ଥିବା ପୁରୁଣା ନୋଟ୍‌ ଆଇନଗତ ଭାବେ ବୈଧ ରହିବ। ତେବେ ନୂଆ ନୋଟ୍‌ ପ୍ରଚଳନ ଦ୍ୱାରା ପୁରୁଣା ନୋଟ୍‌କୁ ବେଶି ଖରାପ ହେବାରୁ ରକ୍ଷା କରାଯାଇପାରିବ। ତେବେ ଆର୍‌ବିଆଇ ପକ୍ଷରୁ ସ୍ପଷ୍ଟ କରାଯାଇ କୁହାଯାଇଛି ଯେ, ନୂଆ ନୋଟ୍‌ର ଡିଜାଇନ ଅପରିବର୍ତ୍ତିତ ରହିବ। ଏହାର ଡିଜାଇନ ମହାତ୍ମା ଗାନ୍ଧୀ ସିରିଜର ପୂର୍ବ ନୋଟ୍‌ ଭଳି ହେବ। ଏହାବ୍ୟତୀତ ଏହାର ସମସ୍ତ ଫିଚର ମଧ୍ୟ ବଦଳିବ ନାହିଁ। ସୂଚନାଥାଉ କି, ଆର୍‌ବିଆଇ ପକ୍ଷରୁ ନିକଟରେ ୧୦୦ ଟଙ୍କିଆ ନୋଟ୍‌ ଜାରି କରାଯାଇଥିଲା ଏବଂ ଏଥିରେ ମଧ୍ୟ ଗଭର୍ନର ଶକ୍ତିକାନ୍ତଙ୍କ ସ୍ବାକ୍ଷର ଥିଲା। ବିମୁଦ୍ରୀକରଣ ପରେ ଆର୍‌ବିଆଇ ପକ୍ଷରୁ ୧୦,୫୦, ୧୦୦, ୨୦୦, ୫୦୦ ଓ ୨୦୦୦ ଟଙ୍କିଆ ନୋଟ୍‌ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଇତିହାସ ରଚିଲା ନାସାର ଆର୍ଟେମିସ-୨: ଐତିହାସିକ ୧୦ ଦିନିଆ ଚନ୍ଦ୍ର ଯାତ୍ରା ପରେ ପୃଥିବୀକୁ ଫେରିଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୧।୪: ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri