Posted inରାଜ୍ୟ

ଆସୁଛି ବାତ୍ୟା: ୩ରୁ ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୪(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଶ୍ରୀଲଙ୍କା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୭ ତାରିଖ ବେଳକୁ ଏହା ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଶକ୍ତିଶାଳୀ ବାତ୍ୟାରେ ପରିଣତ ହେବ। ସାମୁଦ୍ରିକ ଝଡ଼ ଧୀରେ ଧୀରେ ଉତ୍ତର ପଶ୍ଚିମ ଦିଗ ତାମିଲନାଡୁ ଉପକୂଳ ଆଡ଼କୁ ଗତି କରିବା ସମ୍ଭାବନା ରହିଛି। ଆସନ୍ତା ୪ ତାରିଖ ବେଳକୁ ବାତ୍ୟା ଗତିପଥ ପରିବର୍ତ୍ତନ କରି ଦକ୍ଷିଣ ଆନ୍ଧ୍ର ଉପକୂଳକୁ ଛୁଇଁବ। ଏହା ପ୍ରଭାବରେ ଓଡ଼ିଶା ଉପକୂଳବର୍ତ୍ତୀ ଗଞ୍ଜାମ, ଗଜପତି, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କଟକ, ଖୋର୍ଦ୍ଧା ଆଦି ଜିଲାରେ ପବନ ବହିବା ସହ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଆସନ୍ତା ଦୁଇଦିନ ମଧ୍ୟରେ ବାତ୍ୟାର ଗତି କେଉଁଆଡ଼କୁ ହେବ, ତାହା ସ୍ପଷ୍ଟ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏପ୍ରିଲ ମାସରେ ସାଧାରଣତଃ ବାତ୍ୟା ଓଡ଼ିଶାମୁହଁା ହୋଇ ନ ଥାଏ। ଜଳବାୟୁ ପରିବର୍ତ୍ତନ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଶାରଦ ମତ ଦେଇଛନ୍ତି।
ଗୋଟିଏପଟେ ରାଜ୍ୟରେ ରାଜନୈତିକ ବାତାବରଣ ଉଷ୍ମ ଥିବାବେଳେ ଗୁରୁବାରଠାରୁ ଆସନ୍ତା ୩୦ ତାରିଖ ଯାଏ ପ୍ରଚଣ୍ଡ ତାତି ପରିବେଶକୁ ଆହୁରି ଉତ୍ତପ୍ତ କରିବ। ଆଭ୍ୟନ୍ତରୀଣ ଓଡ଼ିଶାରେ ପାରଦ ୪୫ଡିଗ୍ରୀ ଟପିଯିବ। ଉପକୂଳବର୍ତ୍ତୀ ଜିଲାଗୁଡ଼ିକ ମଧ୍ୟ ଗୁଳୁଗୁଳି ଓ ପ୍ରବଳ ତାତିରୁ ନିସ୍ତାର ପାଇବେ ନାହିଁ। ୨୭ ତାରିଖରୁ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇବ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ବୁଧବାର ୫ ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୪୩.୫ଡିଗ୍ରୀ ସେଲ୍‌ସିୟସ୍‌ ରହିଥିବା ବେଳେ ମାଲକାନଗିରି ୪୨, ସୁନ୍ଦରଗଡ଼ ଓ ସୁବର୍ଣ୍ଣପୁର ୪୦.୬, ବଲାଙ୍ଗୀରରେ ୪୦.୫ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ଫୁଲବାଣୀ ୩୯.୮, ସମ୍ବଲପୁର ୩୯.୨, ଅନୁଗୋଳ ୩୮.୭, ଝାରସୁଗୁଡ଼ା ଓ ହୀରାକୁଦ ୩୮.୬, କଟକ ୩୭.୪ ଓ ଭୁବନେଶ୍ୱରରେ ୩୭.୨ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ବାକି ସବୁ ଜିଲାରେ ତାପମାତ୍ରା ୩୨ଡିଗ୍ରୀ ଉପରେ ରହିଥିଲା। ତେବେ କିଛିଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଲୋକଙ୍କୁ ଭୟଭୀତ କରୁଛି। ବୁଧବାର ଅନେକ ସ୍ଥାନରେ ବର୍ଷା ସହ ଝଡ଼ତୋଫାନ ହୋଇଥିଲା। ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ ଆଦି ଜିଲାରେ ସ୍ବଳ୍ପ ପରିମାଣର ବର୍ଷା ହୋଇଥିଲା। ଗୁରୁବାର ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ଗଜପତି ଆଦି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ପବନ ବହିବା ସମ୍ଭାବନା ରହିଛି। ଅନ୍ୟ ଜିଲାରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri