Posted inରାଜ୍ୟ

ଆସୁଛି ବାତ୍ୟା: ୩ରୁ ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୪(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଶ୍ରୀଲଙ୍କା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୭ ତାରିଖ ବେଳକୁ ଏହା ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଶକ୍ତିଶାଳୀ ବାତ୍ୟାରେ ପରିଣତ ହେବ। ସାମୁଦ୍ରିକ ଝଡ଼ ଧୀରେ ଧୀରେ ଉତ୍ତର ପଶ୍ଚିମ ଦିଗ ତାମିଲନାଡୁ ଉପକୂଳ ଆଡ଼କୁ ଗତି କରିବା ସମ୍ଭାବନା ରହିଛି। ଆସନ୍ତା ୪ ତାରିଖ ବେଳକୁ ବାତ୍ୟା ଗତିପଥ ପରିବର୍ତ୍ତନ କରି ଦକ୍ଷିଣ ଆନ୍ଧ୍ର ଉପକୂଳକୁ ଛୁଇଁବ। ଏହା ପ୍ରଭାବରେ ଓଡ଼ିଶା ଉପକୂଳବର୍ତ୍ତୀ ଗଞ୍ଜାମ, ଗଜପତି, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କଟକ, ଖୋର୍ଦ୍ଧା ଆଦି ଜିଲାରେ ପବନ ବହିବା ସହ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଆସନ୍ତା ଦୁଇଦିନ ମଧ୍ୟରେ ବାତ୍ୟାର ଗତି କେଉଁଆଡ଼କୁ ହେବ, ତାହା ସ୍ପଷ୍ଟ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏପ୍ରିଲ ମାସରେ ସାଧାରଣତଃ ବାତ୍ୟା ଓଡ଼ିଶାମୁହଁା ହୋଇ ନ ଥାଏ। ଜଳବାୟୁ ପରିବର୍ତ୍ତନ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଶାରଦ ମତ ଦେଇଛନ୍ତି।
ଗୋଟିଏପଟେ ରାଜ୍ୟରେ ରାଜନୈତିକ ବାତାବରଣ ଉଷ୍ମ ଥିବାବେଳେ ଗୁରୁବାରଠାରୁ ଆସନ୍ତା ୩୦ ତାରିଖ ଯାଏ ପ୍ରଚଣ୍ଡ ତାତି ପରିବେଶକୁ ଆହୁରି ଉତ୍ତପ୍ତ କରିବ। ଆଭ୍ୟନ୍ତରୀଣ ଓଡ଼ିଶାରେ ପାରଦ ୪୫ଡିଗ୍ରୀ ଟପିଯିବ। ଉପକୂଳବର୍ତ୍ତୀ ଜିଲାଗୁଡ଼ିକ ମଧ୍ୟ ଗୁଳୁଗୁଳି ଓ ପ୍ରବଳ ତାତିରୁ ନିସ୍ତାର ପାଇବେ ନାହିଁ। ୨୭ ତାରିଖରୁ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇବ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ବୁଧବାର ୫ ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୪୩.୫ଡିଗ୍ରୀ ସେଲ୍‌ସିୟସ୍‌ ରହିଥିବା ବେଳେ ମାଲକାନଗିରି ୪୨, ସୁନ୍ଦରଗଡ଼ ଓ ସୁବର୍ଣ୍ଣପୁର ୪୦.୬, ବଲାଙ୍ଗୀରରେ ୪୦.୫ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ଫୁଲବାଣୀ ୩୯.୮, ସମ୍ବଲପୁର ୩୯.୨, ଅନୁଗୋଳ ୩୮.୭, ଝାରସୁଗୁଡ଼ା ଓ ହୀରାକୁଦ ୩୮.୬, କଟକ ୩୭.୪ ଓ ଭୁବନେଶ୍ୱରରେ ୩୭.୨ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ବାକି ସବୁ ଜିଲାରେ ତାପମାତ୍ରା ୩୨ଡିଗ୍ରୀ ଉପରେ ରହିଥିଲା। ତେବେ କିଛିଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଲୋକଙ୍କୁ ଭୟଭୀତ କରୁଛି। ବୁଧବାର ଅନେକ ସ୍ଥାନରେ ବର୍ଷା ସହ ଝଡ଼ତୋଫାନ ହୋଇଥିଲା। ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ ଆଦି ଜିଲାରେ ସ୍ବଳ୍ପ ପରିମାଣର ବର୍ଷା ହୋଇଥିଲା। ଗୁରୁବାର ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ଗଜପତି ଆଦି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ପବନ ବହିବା ସମ୍ଭାବନା ରହିଛି। ଅନ୍ୟ ଜିଲାରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?