ଆସୁଛି ଲଘୁଚାପ, ୨୩ରୁ ବର୍ଷିବ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ଉତ୍ତର ବଙ୍ଗୋପ ସାଗରରେ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୩/୪ଦିନ ମଧ୍ୟରେ ଏହା ଅବପାତ(ଡିପ୍ରେସନ) ରୂପ ନେବାର ସମ୍ଭାବନା ରହିଛି। ଏଥିସହିତ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଉପରେ ମଧ୍ୟ ଏକ ଘୂର୍ଣ୍ଣି ବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିଯୋଗୁ ଆସନ୍ତା ୨୦ ତାରିଖରେ ରାଜ୍ୟରେ ମୌସୁମୀ ବର୍ଷା ହେବାର ସମ୍ଭାବନା ରହିଛି। ୨୩ କିମ୍ବା ୨୪ ତାରିଖ ବେଳକୁ ମୌସୁମୀ ସମ୍ପୂର୍ଣ୍ଣ ଓଡିଶାକୁ ଘେରିଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବର୍ଷା ଓ ମେଘୁଆ ପାଗ ହୋଇଥିବାରୁ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ରାଜ୍ୟର ଅଧିକାଂଶ ଅଞ୍ଚଳରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ତଳକୁ ଖସି ଯାଇଛି। କେବଳ ସମ୍ବଲପୁରରେ ସର୍ବୋଚ୍ଚ ତାପମାତ୍ରା ୪୦.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ବାରିପଦାରେ ୪୦.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଅନ୍ୟାନ୍ୟ ଅଞ୍ଚଳରେ ପାରଦ ୪୦ ଡିଗ୍ରୀ ତଳେ ରହିଛି। ତେବେ ଗରମ ସାଙ୍ଗକୁ ଗୁଳୁଗୁଳି ଉପକୂଳ ଓଡିଶାରେ ପରିବେଶକୁ ଉତ୍ତପ୍ତ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳବର୍ତ୍ତୀ ଜିଲାର ଅଧିକାଂଶ ସ୍ଥାନ ଓ ଅନ୍ୟ ଜିଲାଗୁଡିକର ଅଳ୍ପ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡା ଏହି ସମୟରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା ଜିଲାର କେତେକ ସ୍ଥାନରେ ଘଡଘଡି ସହ ଝଡତୋଫାନ ହେବ ବୋଲି ପାଣିପାଗ ବିଭାଗ ସତର୍କ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri