ଆସୁଛି ୨ଟି ଲଘୁଚାପ:୭ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ଆସନ୍ତା ୨୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହିତ ଆସନ୍ତା ୨ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ତେବେ ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ସେତେ ପରିମାଣର ବର୍ଷା ହେବାର ସମ୍ଭାବନା ନାହିଁ। ଚାଇନା ସମୁଦ୍ରରେ ସୃଷ୍ଟି ହେଉଥିବା ବାତ୍ୟା ଯୋଗୁ ଲଘୁଚାପ ଦୁର୍ବଳ ହେବା ସମ୍ଭାବନା ରହିଛି। ତେବେ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲାର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଆସନ୍ତା ସେପ୍ଟେମ୍ବର ୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ଲାଗି ରହିବ।
ଓଡିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର, ବରଗଡ, ବଲାଙ୍ଗୀର, ନୂଆପଡା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲାଗୁଡିକ ପାଇଁ ପାଣିପାଗ ବିଭାଗ ଅରେଞ୍ଜ ସତର୍କ ସୂଚନା ଦେଇଛି। ସେହିପରି ମୟୂରଭଞ୍ଜ, ଦେବଗଡ, ଅନୁଗୋଳ, ଢେଙ୍କାନାଳ, କଟକ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତ୍‌ସିଂହପୁର, ପୁରୀ, ବୌଦ୍ଧ, ସୋନପୁର ଏବଂ କଳାହାଣ୍ଡି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଏହି ଜିଲାଗୁଡିକ ପାଇଁ ୟେଲୋ ସତର୍କତା ଜାରି କରାଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ଯୋଗୁ ରାଜ୍ୟରେ ଗତ ଦୁଇ ଦିନ ହେବ ବର୍ଷା ହେଉଛି। ମିଳିଥିବା ସୂଚନା ଅନୁଯାୟୀ ଗତ ୪୮ ଘଣ୍ଟା ମଧ୍ୟରେ ପାରାଦୀପରେ ୧୦୦ ମିଲିମିଟର ବର୍ଷା ହୋଇଥିବା ବେଳେ ବାଲେଶ୍ୱର ୨୯.୬, ଚାନ୍ଦବାଲି ୨୬.୬, କଟକ ୫୧.୬, ଭୁବନେଶ୍ୱର ୧୯.୧, ଗୋପାଳପୁର ୨୦.୪, ପୁରୀ ୨୦.୪, ଅନୁଗୋଳ ୩୬.୬, ବାରିପଦା ୨୪.୪, କେନ୍ଦୁଝର ୬.୧, ସମ୍ବଲପୁର ୧୧, ସୁନ୍ଦରଗଡ ୬, ହୀରାକୁଦ ୫୫.୧, ଭବାନୀପାଟଣା ୩୬.୪, ବଲାଙ୍ଗୀର ୨୫, କୋରାପୁଟ ୧୧.୨, ଟିଟିଲାଗଡ ୨୮, ମାଲକାନଗିରି ୧୬, ସୋନପୁର ୧୨.୬ ଏବଂ ଦାରିଙ୍ଗବାଡିରେ ୩୧.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri