Posted inଜାତୀୟ

ଆସ୍ଥାଭୋଟ ପୂର୍ବରୁ ଘୋଡ଼ାବେପାର ଭୟ: ବିଧାୟକଙ୍କୁ ଜଗିଲେ ସବୁ ଦଳ

ବେଙ୍ଗାଲୁରୁ,୧୩ା୭:କର୍ନାଟକର ବିଦ୍ରୋହୀ ବିଧାୟକମାନଙ୍କ ଇସ୍ତଫା ଏବଂ ଅଯୋଗ୍ୟ ଘୋଷଣା ସମ୍ପର୍କରେ ବାଚସ୍ପତି ୧୬ ତାରିଖ ପର୍ଯ୍ୟନ୍ତ ନିଷ୍ପତ୍ତି ନେଇପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଦେବା ପରେ ଜେଡିଏସ୍‌-କଂଗ୍ରେସ ମେଣ୍ଟ ସରକାର ଆଶ୍ୱସ୍ତ ହୋଇଛନ୍ତି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ଆସ୍ଥାଭୋଟ ଲୋଡ଼ିବେ ବୋଲି ଶୁକ୍ରବାର ଘୋଷଣା କରିଛନ୍ତି। ଫଳରେ ତିନି ଦଳ ପକ୍ଷରୁ ଆସ୍ଥାଭୋଟ ଲାଗି ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।
ରାଜନୈତିକ ଅନିଶ୍ଚିତତା ଲାଗି ରହିଥିବାବେଳେ ଘୋଡ଼ାବେପାର ଆଶଙ୍କା ଥିବାରୁ ଦଳଗୁଡିକ ସେମାନଙ୍କ ବିଧାୟକମାନଙ୍କୁ ସୁରକ୍ଷିତ ରଖିବା ଲାଗି ଯୋଜନା ଆରମ୍ଭ କରିଦେଇଛନ୍ତି। ଇତିମଧ୍ୟରେ ଭାଜପା ତା’ର ବିଧାୟକମାନଙ୍କୁ ବେଙ୍ଗାଲୁରୁ ନିକଟବର୍ତ୍ତୀ ଏକ ରିସର୍ଟକୁ ନେବା ଲାଗି ନିଷ୍ପତ୍ତି ନେଇଥିବା ଦଳୀୟ ସୂତ୍ରରୁ ଜଣାପଡିଛି। ଜେଡିଏସ୍‌ ବିଧାୟକମାନେ ମଧ୍ୟ ଏକ ରିସର୍ଟରେ ରହିଛନ୍ତି।
୨୨୪ ଆସନ ବିଶିଷ୍ଟ କର୍ନାଟକ ବିଧାନସଭାରେ ମ୍ୟାଜିକ ନମ୍ବର ୧୧୩ ହୋଇଥିବାବେଳେ ଶାସକ ମେଣ୍ଟରେ କଂଗ୍ରେସର ୭୮, ଜେଡିଏସ୍‌ର ୩୭ ଏବଂ ବିଏସ୍‌ପିର ଜଣେ ବିଧାୟକଙ୍କୁ ମିଶାଇ ମୋଟ ସଂଖ୍ୟା ୧୧୬ ରହିଛି। ଅନ୍ୟପକ୍ଷରେ ଭାଜପା ପାଖରେ ୧୦୭ ବିଧାୟକ ଅଛନ୍ତି। ୧୬ ବିଧାୟକଙ୍କ ଇସ୍ତଫା ଯଦି ଗୃହୀତ ହୁଏ ତେବେ ମେଣ୍ଟର ବିଧାୟକ ସଂଖ୍ୟା ୧୦୦କୁ ହ୍ରାସ ପାଇବ। ତେବେ କୁମାରସ୍ବାମୀ ସ୍ବେଚ୍ଛାକୃତ ଭାବେ ଆସ୍ଥାଭୋଟ ଲୋଡିବା ପାଇଁ ନିଷ୍ପତ୍ତି ନେବା ଏବଂ ସେ ଯେତେବେଳେ ଚାହିଁବେ ସମୟ ଦିଆଯିବ ବୋଲି ବାଚସ୍ପତି କହିଥିବାରୁ ଶାସକ ମେଣ୍ଟ ବିରୋଧୀ ଦଳରୁ ବିଧାୟକ କିଣିବା ଯୋଜନାରେ ଥିବା ଭାଜପା ଆଶଙ୍କା କରିଛି। ସେଥିପାଇଁ ବିଧାୟକମାନଙ୍କୁ ସୁରକ୍ଷିତ ସ୍ଥାନରେ ରଖିବା ଲାଗି ଦଳ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?