ଆହତ ମହିଳାଙ୍କୁ ଡାକ୍ତରଖାନା ନେଲେ ମନ୍ତ୍ରୀ

ସଇଁତଲା, ୫-୨ (ଡି.ଏନ.ଏ.):ମଙ୍ଗଳବାର ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଷାଣ୍ଡପାଲି ଛକରେ ବାଇକରୁ ପଡ଼ି ଜଣେ ମହିଳା ଆହତ ହୋଇଥିଲେ। ତାଙ୍କୁ ଉଦ୍ଧାର କରି ଟିଟିଲାଗଡ଼ ବିଧାୟିକା ତଥା ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ନିଜ ଗାଡ଼ିରେ ଆଣି ଡ଼ାକ୍ତରଖାନାରେ ଭର୍ତ୍ତି କରି ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ଅନୁଯାୟୀ, ଦେଓଗାଁ ବ୍ଲକ ଉଡ଼ାର ପଞ୍ଚାୟତ ଲୁହୁରେନପାଲି ଗ୍ରାମର ସଞ୍ଜୁ ଜାଲ (୨୮) ସ୍ବାମୀ ସୁବାସଙ୍କ ସହ ବାଇକରେ ସମ୍ପର୍କୀୟଙ୍କ ବିବାହ ଉତ୍ସବରେ ଯୋଗଦେବାକୁ ମାୟାମୁଣ୍ଡା ଗ୍ରାମକୁ ଯାଉଥିଲେ। ଷାଣ୍ଡପାଲି ଛକଠାରେ ହଠାତ ସଞ୍ଜୁ ବାଇକରୁ ପଡ଼ିଥିଲେ। ଏହି ସମୟରେ ମନ୍ତ୍ରୀ ସାହୁ ଗୁଡ଼ଭେଲା ବ୍ଲକକୁ ଏକ ଘରୋଇ କାମରେ ଯାଉଥିବା ସମୟରେ ଦୁର୍ଘଟଣାଗ୍ରସ୍ତ ମହିଳାଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ସଇଁତଲାସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସ୍ବାସ୍ଥ୍ୟକେନ୍ଦ୍ରରେ ଉପସ୍ଥିତ ଥିବା ଡା. ସୌମ୍ୟ ରଞ୍ଜନ ନାୟକ ଆହତଙ୍କ ଚିକିସତ୍ା କରିଥିଲେ। ଯଦି ମହିଳାଙ୍କ ଅବସ୍ଥା ଗୁରୁତର ଥାଏ ତେବେ ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡ଼ିକାଲକୁ ପଠାଯିବା ସହ ଯାହା ଖର୍ଚ୍ଚ ହେବ ତାହା ସରକାର ବହନ କରିବେ ବୋଲି ମନ୍ତ୍ରୀ ସାହୁ କହିଥିଲେ। ମହିଳାଙ୍କ ସ୍ବାସ୍ଥବସ୍ଥା ଠିକ୍‌ ଥିବା ଡ଼ା. ନାୟକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ଇମ୍ରାନ ଖାନଙ୍କୁ ମାରିଦେବାକୁ ଚାହୁଁଛନ୍ତି ପାକିସ୍ତାନ ସରକାର’, ବଡ଼ ଦାବି କଲେ ପୁଅ

ଇସଲାମାବାଦ,୨୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ଼ ଅଭିଯୋଗ ଆସିଛି । ଇମ୍ରାନ ଖାନଙ୍କ ଦୁଇ ପୁଅ କାସିମ ଖାନ ଓ ସୁଲେମାନ ଖାନ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର…

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମହାରାଷ୍ଟ୍ର ସରକାରରେ ପୁଣି ଫାଟ: ଶିବସେନା ମନ୍ତ୍ରୀଙ୍କୁ ଅଣଦେଖା

ପୁଣେ,୨୮।୮: ମହାରାଷ୍ଟ୍ରର ଶାସକ ମହାୟୁତି ମେଣ୍ଟ ଭିତରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ବିଶେଷକରି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ଏକନାଥ ଶିନ୍ଦେ ଗୋଷ୍ଠୀ ମଧ୍ୟରେ ବିବାଦ…

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ନୂଆଦିଲ୍ଲୀ,୨୮ା୮: ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri