ଆହୁରି ଦୁଇଦିନ ବର୍ଷିବ

ଭୁବନେଶ୍ୱର, ୨।୭(ବ୍ୟୁରୋ): ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି। ରବିବାରଠାରୁ ଆରମ୍ଭ ହୋଇଥିବା ବର୍ଷା କେତେବେଳେ ଛେଚୁଛିି ତ’ ଆଉ କେତେବେଳେ ଝିପିଝିପି ହେଉଛି। ସୋମବାର ସୁଦ୍ଧା ଓଡ଼ିଶାର ପୂର୍ବ, ପଶ୍ଚିମ, ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଅଞ୍ଚଳ ସବୁଠି ବର୍ଷା ଲାଗି ରହିଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଇତିମଧ୍ୟରେ ୱେଲ୍‌ମାର୍କ ଲୋ ପ୍ରେସରର ରୂପ ନେଇସାରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ। ଫଳରେ ୩ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ। ତେବେ ଉତ୍ତର ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ମଙ୍ଗଳବାର ପାଇଁ ଭାରତୀୟ ପାଣିପାଗ ବିଭାଗ ୧୨ ଜିଲାକୁ ଏଲୋ ଓ୍ବାର୍ନିଂ ଜାରି କରିଛି। ଉକ୍ତ ଜିଲାଗୁଡ଼ିକ ହେଲା ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ବରଗଡ଼, ନୂଆପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ। ବର୍ଷା ସମୟରେ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବୋହିବ। ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି। ଅନ୍ୟପକ୍ଷରେ ଉପରମୁଣ୍ଡ ଓ ତଳମୁଣ୍ଡରେ ବର୍ଷା ହେବା ଯୋଗୁ ନଦୀର ଜଳସ୍ତର ବଢ଼ିବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବନ୍ୟା ଓ ଜଳବନ୍ଦୀ ସ୍ଥିତିର ମୁକାବିଲା ଲାଗି ରାଜ୍ୟ ସରକାର ସମସ୍ତ ଜିଲାପାଳଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଅନ୍ୟପକ୍ଷରେ ସୋମବାର ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ଚାନ୍ଦବାଲିରେ ସର୍ବାଧିକ ୬୭ ମିଲି ମିଟର (ମିମି) ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ସେହିଭଳି ବାଲେଶ୍ୱରରେ ୪୫ମିମି, ପାରାଦୀପରେ ୨୨ମିମି, କଟକରେ ୨୧.୨ମିମି, ସୁନ୍ଦରଗଡ଼ ଓ ମାଲକାନଗିରିରେ ୧୪ମିମି, କେନ୍ଦୁଝରରେ ୧୨ମିମି, ଭୁବନେଶ୍ୱର ୧୦.୩ମିମି, ଅନୁଗୋଳ ଓ ବାରିପଦାରେ ୧୦ମିମି, ଝାରସୁଗୁଡ଼ା ୯ମିମି, ସମ୍ବଲପୁର ୭ମିମି, ତାଳଚେରରେ ୬ମିମି, ଫୁଲବାଣୀରେ ୨.୨ମିମି, ଗୋପାଳପୁର ଓ ସୋନପୁରରେ ୨ମିମି ଓ ପୁରୀରେ ୦.୧ମିମି ବର୍ଷା ହୋଇଛି। ଚଳିତ ବର୍ଷ ଜୁନ୍‌ ମାସରେ ଯେତିକି ବର୍ଷା ହେବା କଥା ସେତିକି ହୋଇନାହିଁ। ୩୧ ପ୍ରତିଶତ କମ୍‌ ବର୍ଷା ହୋଇଥିବା ପାଣିପାଗ ବିଭାଗ ସୂତ୍ରରୁ ଜଣାପଡିଛି। ବିଳମ୍ବରେ ମୌସୁମୀ ଆସିବା ଓ ଆରମ୍ଭରୁ ବର୍ଷା ନ ହେବା ଯୋଗୁ ଲୋକେ ଗରମ ଓ ଗୁଳୁଗୁଳିରେ ଛଟପଟ ହେଉଥିଲେ। ଏବେ ବର୍ଷା ଯୋଗୁ ସେଥିରୁ ଆଶ୍ୱସ୍ତି ମିିଳିଥିଲେ ମଧ୍ୟ ବର୍ଷା ଲାଗି ରହିବା ଫଳରେ ସାଧାରଣ ଜନଜୀବନ ପ୍ରବାଭିତ ହୋଇଛି। ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ହଜାର ଟଙ୍କାରେ ବିକ୍ରି ହେଉଛି ଗ୍ୟାସ ସିଲିଣ୍ଡର: କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ-ଆମେରିକା ମଧ୍ୟରେ ଲାଗିଥିବା ଯୁଦ୍ଧର ପରିଣାମ ଆମ ଦେଶ ସମେତ ଅନ୍ୟାନ୍ୟ ଦେଶକୁ ମଧ୍ୟ ଭୋଗିବାକୁ ପଡ଼ୁଛି। ଗ୍ୟାସ, ପେଟ୍ରୋଲ, ଡିଜେଲ ଆମଦାନୀ…

ଠପ୍‌ ହୋଇଯିବକି ସାରା ବିଶ୍ୱ? ହର୍ମୁଜ ଷ୍ଟ୍ରେଟକୁ ନେଇ ଏମିତି ନିଷ୍ପତ୍ତି ନେଲା ଇରାନ, ପ୍ରମାଦ ଗଣିଲାଣି ସାରା ବିଶ୍ୱ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଇରାନ ଏବେ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା କିଛି ଜାହାଜ ଉପରେ ୨ ନିୟୁତ ଡଲାର (ପ୍ରାୟ ୧୮.୮ କୋଟି)…

ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ…

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri