ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା:୭ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫-୯(ବ୍ୟୁରୋ):ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାଛଡ଼ା ଓଡ଼ିଶା ଏବଂ ଝାଡ଼ଖଣ୍ଡ ଉପର ଦେଇ ଏକ ଟ୍ରପଲାଇନ ରହିଛି। ଏଥିସହିତ ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଯୋଗୁ ବଙ୍ଗୋପସାଗରରୁ ପୂର୍ବ ଦିଗ ସ୍ଥଳଭାଗ ଆଡ଼କୁ ବାୟୁ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଅଞ୍ଚଳର କେତେକ ସ୍ଥାନରେ ଦିନ ତମାମ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ପ୍ରବଳ ବର୍ଷା ଯୋଗୁ କେତେକ ନଦୀ ମଧ୍ୟ ଫୁଲିବା ଆରମ୍ଭ କରିଛି। ଜଳ ସମ୍ପଦ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ମହାନଦୀର ନରାଜ, ବୁଢାବଳଙ୍ଗ ନଦୀର ବାଲି ମୁଣ୍ଡଳୀ, କୁଶଭଦ୍ରାର ନିମାପଡା, ସୁବର୍ଣ୍ଣରେଖା ନଦୀର ଜାମଶୋଳା, ଋଷିକୁଲ୍ୟା ନଦୀର ମାଧବରିଡା ଓ ପୁରୁଷୋତ୍ତମପୁର, ବଂଶଧରାର ଗୁଣୁପୁରଠାରେ ବନ୍ୟା ଜଳ ବୃଦ୍ଧି ପାଉଛି। ତେବେ ବର୍ଷା ହ୍ରାସ ପାଇବା ସମ୍ଭାବନା ଥିବାରୁ କୌଣସି ନଦୀରେ ବନ୍ୟା ଆଶଙ୍କା ନାହିଁ।
ଗତ ୨୪ ଘଣ୍ଟା ମଧ୍ୟରେ ଯାଜପୁରରେ ୭୮ ମିଲିମିଟର ବର୍ଷା ହୋଇଥିବାବେଳେ ବାଲିମେଳା ୫୬.୪, ଏନ.ଏଚ-୫ ଗୋବିନ୍ଦପୁର ୪୨.୮, ନୀଳଗିରି ୬୬.୬, ସୋରେ ୪୨, ଉଦଳା ୨୭, ଜୟପୁର ୨୭.୨, ହିନ୍ଦୋଳ ୩୨, ପୁରୀ ୫୪.୬, ଗୋପ ୩୭.୨, ନୟାଗଡ଼ ୨୬.୪, ରଣପୁର ୨୬.୨, ପଟ୍ଟାମୁଣ୍ଡାଇ ୫୭, ଗୋପାଳପୁର ୪୯.୪, ପୁରୁଷୋତ୍ତମପୁର ୮୮.୨, ଛତ୍ରପୁର ୪୫.୫, ଆଖୁଆ ପଦା ୪୦, ଆନନ୍ଦପୁର ୨୯, ବାଲେଶ୍ୱର ୩୫, ଭୁବନେଶ୍ୱରରେ ୩୮, ଚାନ୍ଦବାଲିରେ ୧୨.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ବର୍ଷା ଆସନ୍ତା ୨୮ ତାରିଖ ଯାଏ ଲାଗି ରହିବ। ତେବେ ୨୬ ତାରିଖ ଠାରୁ ବର୍ଷା ପରିମାଣ ହ୍ରାସ ପାଇବ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ। ତେବେ ମୟୂରଭଞ୍ଜ, ବାଲେଶ୍ୱର, କଟକ, ଖୋର୍ଦ୍ଧା, ପୁରୀ, ଭଦ୍ରକ, ଗଞ୍ଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ନୟାଗଡ଼, କେନ୍ଦୁଝର, କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ ଆଦି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ଏଲୋଓ୍ବାନିର୍ଂ ଜାରି କରିଛି। ଗୁରୁବାରଠାରୁ ବର୍ଷା ପରିମାଣ କମି ଗଲେ ମଧ୍ୟ ଦକ୍ଷିଣ, ପଶ୍ଚିମ ଏବଂ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଟିବେ ହେଡ କୋଚ?କେଭିନ ପିଟରସନଙ୍କ ବଡ଼ ଦାବି, ମ୍ୟାକକୁଲମ ହେବେ KKRର ପ୍ରଶିକ୍ଷକ

ନୂଆଦିଲ୍ଲୀ,୧୮।୪: କୋଲକାତା ନାଇଟ ରାଇଡର୍ସ (କେକେଆର) ୨୦୨୬ ଆଇପିଏଲ ସିଜିନରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ସଙ୍କଟର ସମ୍ମୁଖୀନ ହେଉଛି। ୧୭ ଏପ୍ରିଲ ଶୁକ୍ରବାର, ଦଳ ଗୁଜୁରାଟ ଟାଇଟାନ୍ସ…

ମହିଳା ସଂରକ୍ଷଣ ବିଲ୍‌ ପାସ୍‌ ନ ହେବାରୁ ରାଗିଗଲେ ମୋଦି, କହିଲେ ବିରୋଧୀଙ୍କୁ ଭୋଗିବାକୁ ପଡ଼ିବ…

ନୂଆଦିଲ୍ଲୀ,୧୮ା୪: ସଂସଦରେ ମହିଳା ସଂରକ୍ଷଣ ବିଲ୍‌ ପାସ ନ ହେବାରୁ ଶାସକ ଦଳ ରାଗି ପାଚି ଲାଲ୍‌। ଶନିବାର ମୋଦି କ୍ୟାବିନେଟ୍‌ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା।…

ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା

ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ…

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି।…

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ…

୧୮ ବର୍ଷରେ ପଦାର୍ପଣ କଲା IPL: ଯେଉଁ ମଇଦାନରେ ଖେଳାଯାଇଥିଲା ପ୍ରଥମ ମ୍ୟାଚ, ଆଜି ସେଠି ଲେଖାଯିବ ଇତିହାସ

ନୂଆଦିଲ୍ଲୀ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ଆଜି ୧୮ ବର୍ଷ ପୂରଣ କରୁଛି। ଏହି ଲିଗ ଏପ୍ରିଲ ୧୮, ୨୦୦୮ରେ ଆରମ୍ଭ ହୋଇଥିଲା। ଲିଗ୍‌ର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର…

କେନ୍ଦ୍ରୀୟ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଉପହାର: DA ବୃଦ୍ଧିକୁ ମଞ୍ଜୁରୀ ଦେଲେ ସରକାର, ଏଣିକି ଏତେ ବଢିବ ଦରମା

ନୂଆଦିଲ୍ଲୀ,୧୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଆଶ୍ୱସ୍ତି ମିଳିଛି। ସରକାର ମହଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri