ଆୟୁଷ୍ମାନ ଭାରତ ଯୋଜନା: ରାଜି କରାଇବାକୁ ଆସିବେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୪।୬(ବ୍ୟୁରୋ): ନିର୍ବାଚନ ସରିଯାଇଛି। ଆଉ ମତଭେଦ ନାହିଁ। ମିଳିମିଶି ରାଜ୍ୟ ତଥା ଦେଶର ବିକାଶ କରିବାକୁ କେନ୍ଦ୍ର ସରକାର ଆହ୍ବାନ ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନାକୁ ନେଇ ଗତବର୍ଷଠାରୁ ରାଜ୍ୟ ଓ କେନ୍ଦ୍ର ମଧ୍ୟରେ ଟଣାଓଟରା ଚାଲିଛି। ଭାଜପା ପରିଚାଳିତ ଏନ୍‌ଡିଏ ସରକାର ପ୍ରଥମ ପାଳିରେ ରାଜ୍ୟରେ ଉକ୍ତ ସ୍ବାସ୍ଥ୍ୟ ଯୋଜନାକୁ ଲାଗୁ କରିବା ନେଇ ବିଜେଡି ସରକାରକୁ ମନାଇ ପାରି ନ ଥିଲେ। ଦ୍ୱିତୀୟ ପାଳିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମନାଇ ଏହି ଯୋଜନା ଲାଗୁ କରିବାକୁ ଉଦ୍ୟମ ଆରମ୍ଭ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଆୟୁଷ୍ମାନ ଭାରତ ଯୋଜନାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଇନ୍ଦୁ ଭୂଷଣଙ୍କ ନେତୃତ୍ୱରେ ଏକ ଟିମ୍‌ ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସୁଛି। ସେହି ଟିମ୍‌ରେ ଅଛନ୍ତି ମନୁ ଶୁକ୍ଳା, ଆଦିତି ଭାର୍ଗବ, ଆସ୍ଥା ଆରୋରା ଏବଂ ରୋହିତ ଦେଓ ଝା। ଇନ୍ଦୁ ଭୂଷଣ ଓ ତାଙ୍କ ଟିମ୍‌ ଏହି ଯୋଜନା କାର୍ଯ୍ୟକାରୀ କରିବା ନେଇ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପାଢ଼ୀଙ୍କୁ ସାକ୍ଷାତ୍‌ କରି ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ଆଲୋଚନା ସଫଳ ହେଲେ ରାଜ୍ୟରେ ଏହି କେନ୍ଦ୍ରୀୟ ଯୋଜନା ଲାଗୁହେବ।
ଏଠାରେ ସୂଚନାଯୋଗ୍ୟ ଯେ, ବିଜେଡି ସରକାର କେନ୍ଦ୍ର ଯୋଜନାକୁ ତାଳ ଦେଇ ରାଜ୍ୟରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଲାଗୁ କରିଛନ୍ତି। ଏହି ଯୋଜନାରେ ଗରିବ ଲୋକମାନଙ୍କୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟବୀମା ଯୋଗାଇ ଦିଆଯାଉଛି। ମହିଳାଙ୍କ କ୍ଷେତ୍ରରେ ସହାୟତା ରାଶିକୁ ଦୁଇଗୁଣା କରାଯାଇଛି। ଏହି ଯୋଜନାରେ ରାଜ୍ୟ ସରକାର ୭୦ ଲକ୍ଷ ପରିବାରକୁ ସାମିଲ କରିଛନ୍ତି। ଏପରିକି ହିତାଧିକାରୀ ରାଜ୍ୟ ଓ ରାଜ୍ୟ ବାହାରେ ଥିବା ବଡ଼ ବଡ଼ ମେଡିକାଲରେ ଚିକିତ୍ସା ସୁବିଧା ପାଇପାରିବେ। ୨୦୧୯ ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ଅନୁରୋଧ କରିଥିଲେ। ମାତ୍ର ବିଜେଡି ସରକାର କେନ୍ଦ୍ର ସରକାରଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଥିଲେ। ଏଥର କେନ୍ଦ୍ରୀୟ ଟିମ୍‌ ରାଜ୍ୟ ସରକାରଙ୍କୁ ବୁଝାଇବାରେ ସଫଳ ହେବ କି ନାହିଁ, ତାହା ଗସ୍ତ ପରେ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri